ରଙ୍ଗଖେଳରୁ ଯୁବକଙ୍କୁ ହତ୍ୟା: ୨ ବିଜେଡି ନେତା ଗିରଫ

କୁଚିଣ୍ଡା,୨୮ା୩(ବିରଞ୍ଚତ୍ ଦର୍କା)ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଉଚ୍ଚକାପାଟ ପଞ୍ଚାୟତ କେଛୁପାଣି(ହରିଜନପଡ଼ା)ଠାରେ ମଙ୍ଗଳବାର ହୋଲି ଅବସରରେ ରଙ୍ଗଖେଳରୁ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ସେ ହେଲେ କେଛୁପାଣିର ଚିନ୍ମୟ ହାତୀ (୨୮)। ପୋଲିସ ହତ୍ୟା ଅଭିଯୋଗରେ ବାଉଁଶଲଗା ପଞ୍ଚାୟତ ବାଦପଡ଼ାର ବିଜେଡି ନେତା ମେଘନାଦ ଛତ୍ରିଆ (୩୫) ଓ ଉଚ୍ଚକାପାଟ ପଞ୍ଚାୟତ ବିଜେଡି ସଭାପତି କେଛୁପାଣିର ପ୍ରମୋଦ ମହାନନ୍ଦ (୨୯)ଙ୍କୁ ଗିରଫକରି ବୁଧବାର କୁଚିଣ୍ଡା ଏସ୍‌ଡିଜେଏମ୍‌ କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଛି। ପୋଲିସ ହତ୍ୟାରେ ବ୍ୟବହୃତ ଛୁରି ଓ ଦୁଇଟି ମୋବାଇଲ ଫୋନ୍‌ ଜବତ କରିଛି। ମୃତକଙ୍କ ଭାଇ ପୁରୁଷୋତ୍ତମ ହାତୀ ଓରଫ ଭରତଙ୍କ ରିପୋର୍ଟ ଆଧାରରେ ପୋଲିସ ଗୋବିନ୍ଦପୁର ଥାନାରେ ଆଇପିସି ଧାରା ୩୪୧/୩୦୨/୩୦୭/୩୪ରେ ମାମଲା (ନଂ.୫୫/୨୪) ରୁଜୁକରି ତଦନ୍ତ ଚଳାଇଛି। ଉତ୍ତ୍ୟକ୍ତ ଲୋକେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ସହ ସରକାରୀ ସହାୟତା ଦାବିରେ ଥାନା ସମ୍ମୁଖରେ ମୃତଦେହ ରଖି ରାସ୍ତା ଅବରୋଧ କରିଥିଲେ। ଘଟଣାସ୍ଥଳରେ ବାମରା ତହସିଲଦାର ଦିଲୀପ କୁମାର ପ୍ରଧାନ, କୁଚିଣ୍ଡା ଏସ୍‌ଡିପିଓ ଅମିତାଭ ପଣ୍ଡା, ଗୋବିନ୍ଦପୁର ଆଇଆଇସି ରାଜେନ୍ଦ୍ର କୁମାର ବେହେରା, କୁଚିଣ୍ଡା ଆଇଆଇସି ଦିଲୀପ କୁମାର ସ୍ବାଇଁ, ମହୁଲପାଲି ଓଆଇସି ସୁମିତ ଫିରୋଜ ଏକ୍କା ପହଞ୍ଚି ଆନ୍ଦୋଳନକାରୀଙ୍କ ସହ ଆଲୋଚନା କରିଥିଲେ। ପରେ ମୃତକଙ୍କ ପରିବାରକୁ ରେଡ୍‌କ୍ରସ୍‌ ପାଣ୍ଠିରୁ ୧୦ହଜାର, ହରିଶ୍ଚନ୍ଦ୍ର ଯୋଜନାରେ ୩ ହଜାର ଓ ଜାତୀୟ ପରିବାର ମଙ୍ଗଳ ଯୋଜନାରେ ୨୦ହଜାର ଟଙ୍କା ସହାୟତା ପ୍ରତିଶ୍ରୁତି ଦିଆଯିବାରୁ ଲୋକେ ରାସ୍ତା ଅବରୋଧରୁ ହଟିଥିଲେ।
ଅଭିଯୋଗ ସୂଚନା ଅନୁଯାୟୀ ମଙ୍ଗଳବାର ହୋଲି ଅବସରରେ କେଛୁପାଣିର ଯୁବକମାନେ ନାଚଗୀତ ସହ ରଙ୍ଗ ଖେଳି ଉତ୍ସବ ପାଳନ କରୁଥିଲେ। ଏଥିରେ ବିଜେଡି ପଞ୍ଚାୟତ ସଭାପତି ପ୍ରମୋଦ ମହାନନ୍ଦ ଓ ଚିନ୍ମୟ ମଧ୍ୟ ସାମିଲ ହୋଇଥିଲେ। ଅପରାହ୍ନ ୩ଟା ପର୍ଯ୍ୟନ୍ତ ନାଚଗୀତ ଚାଲିଥିଲା। ପ୍ରମୋଦ ନାଚଗୀତ ବନ୍ଦ କରିବାକୁ ଯୁବକମାନଙ୍କୁ କୁଆଡ଼େ ମନା କରିଥିଲେ। ଏହାକୁ ନେଇ ପ୍ରମୋଦଙ୍କ ସହ ଯୁବକମାନଙ୍କ ପାଟିତୁଣ୍ଡ ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ପ୍ରମୋଦ ବାଦପଡ଼ାର ବିଜେଡି ନେତା ମେଘନାଦ ଛତ୍ରିଆଙ୍କୁ ଫୋନ୍‌ରେ ଡାକିଥିଲେ। ମେଘନାଦ ପହଞ୍ଚତ୍ ନାଚଗୀତ କରୁଥିବା ଯୁବକଙ୍କୁ ଧମକଚମକ ଦେଇଥିଲେ। ଯୁବକମାନେ ଏଥିରେ ରାଗିଯାଇ ତାଙ୍କୁ ଆକ୍ରମଣ କରିଥିଲେ। ପରେ ମେଘନାଦ ଏକ ଛୁରି ସାହାଯ୍ୟରେ ପ୍ରଥମେ ଦୀପକ ସୁନାନୀଙ୍କୁ ଆକ୍ରମଣ କରିଥିଲେ। ଏହା ଦେଖି ଚିନ୍ମୟ ଗହଳି ଭିତରକୁ ପଶି ଛଡ଼ାଇବାକୁ ଉଦ୍ୟମ କରିଥିଲେ। ମାତ୍ର ମେଘନାଦ ତାଙ୍କୁ ମଧ୍ୟ ଛୁରିରେ ଆକ୍ରମଣ କରିଥିଲେ। ଚିନ୍ମୟ ଗୁରୁତର ହୋଇ ତଳେ ପଡ଼ିଯିବା ଦେଖି ମେଘନାଦ ଓ ପ୍ରମୋଦ ସେଠାରୁ ଫେରାର ମାରିଥିଲେ। ଆହତ ଚିନ୍ମୟ ଓ ଦୀପକଙ୍କୁ ପରିବାର ଲୋକେ ପ୍ରଥମେ ଗୋବିନ୍ଦପୁର ମେଡିକାଲକୁ ନେଇଥିଲେ। ପ୍ରାଥମିକ ଚିକିତ୍ସା ପରେ ଡାକ୍ତର ଉଭୟଙ୍କୁ ସୁନ୍ଦରଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟକୁ ରେଫର କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଚିନ୍ମୟଙ୍କ ମୃତ୍ୟୁ ଘଟିଥିବା ବେଳେ ଆହତ ଦୀପକଙ୍କୁ ପରିବାର ଲୋକେ ରାଉରକେଲାର ଏକ ଘରୋଇ ମେଡିକାଲରେ ଭର୍ତ୍ତି କରିଛନ୍ତି। ଘଟଣାକୁ ନେଇ କେଛୁପାଣିରେ ଚାପା ଉତ୍ତେଜନା ଲାଗିରହିଛି। ଘଟଣା ଉପରେ ପୋଲିସ ପକ୍ଷରୁ ତୀକ୍ଷ୍ଣ ନଜର ରଖାଯାଇଥିବା ଏସ୍‌ଡିପିଓ ପଣ୍ଡା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଯୁଦ୍ଧ ଭିତରେ ଚାଇନା ଯିବେ ଟ୍ରମ୍ପ, ତାରିଖ ଘୋଷଣା କଲା ହ୍ବାଇଟ ହାଉସ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ…

ଇରାନକୁ ନୂଆ ଧମକ ଦେଲେ ଟ୍ରମ୍ପ, ଇରାନୀ କୋଠରୀ ଭିତରେ ନିବେଦନ କରନ୍ତି କିନ୍ତୁ…

ନୂଆଦିଲ୍ଲୀ,୨୬ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅତ୍ୟନ୍ତ ଆକ୍ରମଣାତ୍ମକ ହୋଇଯାଇଛନ୍ତି। ତାଙ୍କ ପ୍ଲାଟଫର୍ମ, ଟ୍ରୁଥ୍ ସୋସିଆଲରେ, ସେ ଇରାନକୁ ଏକ ନୂତନ ଧମକ ଦେଇଛନ୍ତି। ସେ…

ହୋଟେଲ, ରେଷ୍ଟୁରାଣ୍ଟରେ ବଡ଼ ଧରଣର ଚଢ଼ାଉ

ନୂଆପଡ଼ା,୨୬ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଘରୋଇ ଏଲ୍‌ପିଜି ସିଲିଣ୍ଡରର କୃତ୍ରିମ ଅଭାବ ଦେଖାଦେଇଥିବା ବେଳେ ବିଭିନ୍ନ ହୋଟେଲ ଓ ରେଷ୍ଟୁରାଣ୍ଟରେ ଅବୈଧ ବ୍ୟବହାର କରାଯାଉଥିବା ଅଭିଯୋଗ…

ଚୌକା-ଛକାରେ ଝୁମି ଉଠୁଥିବା ଚିୟରଲିଡର୍ସଙ୍କୁ କେତେ ମିଳେ ଦରମା… ଗୋଟିଏ ମ୍ୟାଚର ପାରିଶ୍ରମିକ ସହ ବିଳାସପୂର୍ଣ୍ଣ ସୁବିଧା ପଛର କାହାଣୀ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୩: ଆଇପିଏଲର ୧୯ତମ ସିଜିନ ୨୮ ମାର୍ଚ୍ଚରୁ ଆରମ୍ଭ ହେଉଛି। ଫାଇନାଲ ମ୍ୟାଚ ୩୧ ମଇରେ ଖେଳାଯିବ। ପଡ଼ିଆରେ ଖେଳାଳିମାନେ ସେମାନଙ୍କ ବିଡ ଏବଂ ଦୌଡ଼ ପାଇଁ…

ନିଜର ସୁରକ୍ଷା ନେଇ ଆଗେଇ ଆସିଲେ ଛାତ୍ରୀ, ଆତ୍ମରକ୍ଷା ପାଇଁ କଲେ…

ଦିଗପହଣ୍ଡି,୨୬ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମସ୍ଥିତ ରାମଜୀ ଡିଗ୍ରୀ କଲେଜରେ ଗୁରୁବାର ଅଧ୍ୟକ୍ଷ ନିହାର ରଞ୍ଜନ କରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ‘ଛାତ୍ରୀ…

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

ହର୍ମୁଜ ବନ୍ଦ ହେଲେ LPG ପାଇଁ ଛଟପଟ ହେବ ସାରା ବିଶ୍ୱ, ଇରାନ ଏହି ରାସ୍ତା ବନ୍ଦ କଲେ କ’ଣ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ/ତେହରାନ୍‌,୨୬।୩: ଯେତେବେଳେ ଇରାନ ଆମେରିକା ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ହର୍ମୁଜ ପ୍ରଣାଳୀ ବନ୍ଦ କରିଦେଲା, ସମଗ୍ର ବିଶ୍ୱ ଚିନ୍ତାରେ ପଡ଼ିଗଲା। ପେଟ୍ରୋଲ ପମ୍ପରେ ଧାଡ଼ି ଲାଗିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri