ପ୍ରେମ ସମ୍ପର୍କରୁ ଶିକ୍ଷକଙ୍କୁ ହତ୍ୟା, ପ୍ରେମିକା ଅଟକ

ବଲାଙ୍ଗୀର ଅଫିସ,୨୫।୨ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ତୁଷରା ଥାନା ବୀରାମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ କର୍ଲାଖମନ ଗାଁ ନିକଟ ରାହୁଲ ନଦୀ କୂଳରୁ ବୁଧବାର ସନ୍ଧ୍ୟାରେ ଜଣେ ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ପଡିଥିଲା। ଘଟଣାସ୍ଥଳରେ ପହଞ୍ଚତ୍ ବଲାଙ୍ଗୀର ସଦର ଏସ୍‌ଡିପିଓ ତୋଫାନ୍‌ ବାଗ ଓ ତୁଷରା ଥାନା ପୋଲିସ ଟିମ୍‌ ଛାନ୍‌ବିନ୍‌ ଆରମ୍ଭ କରିଥିଲେ। ପୋଲିସ ତଦନ୍ତ ପରେ ମୃତଦେହ ବୌଦ୍ଧ ଜିଲା କଣ୍ଟାମାଳ ଥାନା ଅନ୍ତର୍ଗତ ଉଦେର ଗ୍ରାମର ସହକାରୀ ଶିକ୍ଷକ ବାସୁଦେବ ଭୋଇ(୩୦)ଙ୍କର ବୋଲି ଚିହ୍ନଟ ହୋଇଥିଲା। ଏହି ଘଟଣାରେ ବଲାଙ୍ଗୀର ପୋଲିସ ଜଣେ ଯୁବତୀଙ୍କୁ ଅଟକ ରଖି ପଚରାଉଚରା କରୁଛି। ପ୍ରେମ ସମ୍ପର୍କକୁ ନେଇ ଏହା ଏକ ହତ୍ୟାକାଣ୍ଡ ହୋଇଥାଇପାରେ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି।

ମିଳିଥିବା ସୂଚନା ମୁତାବକ ଗତ ୧୨ ତାରିଖରେ ବାସୁଦେବ ଉଦେର ଗାଁରୁ ସନ୍ଧିସରା ଗ୍ରାମରେ ଥିବା ତାଙ୍କ ପିଉସୀ ପୁଅ ଭାଇ ପାଖକୁ ଯାଉଥିବା କହିଥିଲେ। ସେଠାରୁ କୌଣସି କାମରେ କର୍ଲାଖମନ ଗାଁକୁ ଯାଇଥିବା ବେଳେ ସେହିଦିନ ଠାରୁ ସେ ନିଖୋଜ ଥିଲେ। ବାସୁଦେବ ଘରକୁ ନ ଫେରିବାରୁ ପରିବାର ଲୋକେ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିବା ସହ କର୍ଲାଖମନ ଗାଁକୁ ଯାଇଥିଲେ। ସେଠାରେ ବିଭିନ୍ନ ବ୍ୟକ୍ତିଙ୍କୁ ପଚରାଉଚରା କରିଥିଲେ ମଧ୍ୟ ତାଙ୍କର କୌଣସି ପତ୍ତା ମିଳି ନ ଥିଲା। ଏନେଇ ପରିବାର ଲୋକେ ତୁଷରା ଥାନା ଏବଂ କଣ୍ଟାମାଳ ଥାନାରେ ବାସୁଦେବଙ୍କ ନିଖୋଜ ଥିବା ନେଇ ଅଭିଯୋଗ କରିଥିଲେ। ହେଲେ ବାସୁଦେବଙ୍କ ସମ୍ପର୍କରେ ପତ୍ତାର ମିଳି ନ ଥିଲା।

ବୁଧବାର ରାହୁଲ ନଦୀକୂଳରେ ଜଣେ ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ପଡିଥିବା ଖବର ପାଇବା ପରେ ଉଦେର ଗାଁରୁ ବାସୁଦେବଙ୍କ ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ବାସୁଦେବଙ୍କ ବୋଲି ଚିହ୍ନଟ କହିଥିଲେ। ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା କରିବା ପରେ ପରିଚୟ ଓ ପ୍ରମାଣ ନଷ୍ଟ ପାଇଁ ପୋଡି ଦିଆଯାଇଥିଲା। ଏହି ଘଟଣାର ଛାନବିନ୍‌ ଆରମ୍ଭ କରିବା ପରେ ପୋଲିସ ପ୍ରେମ ସମ୍ପର୍କକୁ ନେଇ ହତ୍ୟାକାଣ୍ଡ ହୋଇଥିବା ସୁରାକ ପାଇବା ପରେ ଜଣେ ଯୁବତୀଙ୍କୁ ଥାନାକୁ ଡାକି ପଚରାଉଚରା କରୁଛି। ଯୁବତୀଙ୍କ ସନ୍ଦେହଜନକ ଭୂମିକା ସମ୍ପର୍କରେ ଜଣାପଡିବା ପରେ ଅଧିକ ପଚରାଉଚରା ପାଇଁ ତାଙ୍କୁ ଅଟକ ରଖାଯାଇଛି। ଯୁବତୀଙ୍କ ସହ ତାଙ୍କ ମା’ ବାପା ମଧ୍ୟ ତୁଷରା ଥାନାକୁ ଆସିଛନ୍ତି। ମାର୍ଚ୍ଚ ୯ ତାରିଖରେ ମୃତ ବାସୁଦେବଙ୍କ ବିବାହ ସ୍ଥିର ହୋଇଥିଲା। ଏଭଳି ସମୟରେ ସେ କେଉଁ କାରଣରୁ କର୍ଲାଖମନ ଗାଁକୁ ଆସିଥିଲେ ତାହା ଜଣାପଡିନାହିଁ। ଖବୁ ଶୀଘ୍ର ଘଟଣା ସମ୍ପର୍କରେ ପୋଲିସ ପକ୍ଷରୁ ଖବରଦାତା ସମ୍ମିଳନୀ କରାଯାଇ ଘଟଣାର ପର୍ଦ୍ଦାଫାଶ କରାଯିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri