ପ୍ରେମ ସମ୍ପର୍କରୁ ଶିକ୍ଷକଙ୍କୁ ହତ୍ୟା, ପ୍ରେମିକା ଅଟକ

ବଲାଙ୍ଗୀର ଅଫିସ,୨୫।୨ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ତୁଷରା ଥାନା ବୀରାମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ କର୍ଲାଖମନ ଗାଁ ନିକଟ ରାହୁଲ ନଦୀ କୂଳରୁ ବୁଧବାର ସନ୍ଧ୍ୟାରେ ଜଣେ ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ପଡିଥିଲା। ଘଟଣାସ୍ଥଳରେ ପହଞ୍ଚତ୍ ବଲାଙ୍ଗୀର ସଦର ଏସ୍‌ଡିପିଓ ତୋଫାନ୍‌ ବାଗ ଓ ତୁଷରା ଥାନା ପୋଲିସ ଟିମ୍‌ ଛାନ୍‌ବିନ୍‌ ଆରମ୍ଭ କରିଥିଲେ। ପୋଲିସ ତଦନ୍ତ ପରେ ମୃତଦେହ ବୌଦ୍ଧ ଜିଲା କଣ୍ଟାମାଳ ଥାନା ଅନ୍ତର୍ଗତ ଉଦେର ଗ୍ରାମର ସହକାରୀ ଶିକ୍ଷକ ବାସୁଦେବ ଭୋଇ(୩୦)ଙ୍କର ବୋଲି ଚିହ୍ନଟ ହୋଇଥିଲା। ଏହି ଘଟଣାରେ ବଲାଙ୍ଗୀର ପୋଲିସ ଜଣେ ଯୁବତୀଙ୍କୁ ଅଟକ ରଖି ପଚରାଉଚରା କରୁଛି। ପ୍ରେମ ସମ୍ପର୍କକୁ ନେଇ ଏହା ଏକ ହତ୍ୟାକାଣ୍ଡ ହୋଇଥାଇପାରେ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି।

ମିଳିଥିବା ସୂଚନା ମୁତାବକ ଗତ ୧୨ ତାରିଖରେ ବାସୁଦେବ ଉଦେର ଗାଁରୁ ସନ୍ଧିସରା ଗ୍ରାମରେ ଥିବା ତାଙ୍କ ପିଉସୀ ପୁଅ ଭାଇ ପାଖକୁ ଯାଉଥିବା କହିଥିଲେ। ସେଠାରୁ କୌଣସି କାମରେ କର୍ଲାଖମନ ଗାଁକୁ ଯାଇଥିବା ବେଳେ ସେହିଦିନ ଠାରୁ ସେ ନିଖୋଜ ଥିଲେ। ବାସୁଦେବ ଘରକୁ ନ ଫେରିବାରୁ ପରିବାର ଲୋକେ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିବା ସହ କର୍ଲାଖମନ ଗାଁକୁ ଯାଇଥିଲେ। ସେଠାରେ ବିଭିନ୍ନ ବ୍ୟକ୍ତିଙ୍କୁ ପଚରାଉଚରା କରିଥିଲେ ମଧ୍ୟ ତାଙ୍କର କୌଣସି ପତ୍ତା ମିଳି ନ ଥିଲା। ଏନେଇ ପରିବାର ଲୋକେ ତୁଷରା ଥାନା ଏବଂ କଣ୍ଟାମାଳ ଥାନାରେ ବାସୁଦେବଙ୍କ ନିଖୋଜ ଥିବା ନେଇ ଅଭିଯୋଗ କରିଥିଲେ। ହେଲେ ବାସୁଦେବଙ୍କ ସମ୍ପର୍କରେ ପତ୍ତାର ମିଳି ନ ଥିଲା।

ବୁଧବାର ରାହୁଲ ନଦୀକୂଳରେ ଜଣେ ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ପଡିଥିବା ଖବର ପାଇବା ପରେ ଉଦେର ଗାଁରୁ ବାସୁଦେବଙ୍କ ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ବାସୁଦେବଙ୍କ ବୋଲି ଚିହ୍ନଟ କହିଥିଲେ। ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା କରିବା ପରେ ପରିଚୟ ଓ ପ୍ରମାଣ ନଷ୍ଟ ପାଇଁ ପୋଡି ଦିଆଯାଇଥିଲା। ଏହି ଘଟଣାର ଛାନବିନ୍‌ ଆରମ୍ଭ କରିବା ପରେ ପୋଲିସ ପ୍ରେମ ସମ୍ପର୍କକୁ ନେଇ ହତ୍ୟାକାଣ୍ଡ ହୋଇଥିବା ସୁରାକ ପାଇବା ପରେ ଜଣେ ଯୁବତୀଙ୍କୁ ଥାନାକୁ ଡାକି ପଚରାଉଚରା କରୁଛି। ଯୁବତୀଙ୍କ ସନ୍ଦେହଜନକ ଭୂମିକା ସମ୍ପର୍କରେ ଜଣାପଡିବା ପରେ ଅଧିକ ପଚରାଉଚରା ପାଇଁ ତାଙ୍କୁ ଅଟକ ରଖାଯାଇଛି। ଯୁବତୀଙ୍କ ସହ ତାଙ୍କ ମା’ ବାପା ମଧ୍ୟ ତୁଷରା ଥାନାକୁ ଆସିଛନ୍ତି। ମାର୍ଚ୍ଚ ୯ ତାରିଖରେ ମୃତ ବାସୁଦେବଙ୍କ ବିବାହ ସ୍ଥିର ହୋଇଥିଲା। ଏଭଳି ସମୟରେ ସେ କେଉଁ କାରଣରୁ କର୍ଲାଖମନ ଗାଁକୁ ଆସିଥିଲେ ତାହା ଜଣାପଡିନାହିଁ। ଖବୁ ଶୀଘ୍ର ଘଟଣା ସମ୍ପର୍କରେ ପୋଲିସ ପକ୍ଷରୁ ଖବରଦାତା ସମ୍ମିଳନୀ କରାଯାଇ ଘଟଣାର ପର୍ଦ୍ଦାଫାଶ କରାଯିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ବହୁ ପୁରାତନ ବଗିବନ୍ଧ କାର୍ଯ୍ୟାରମ୍ଭ

ରାଜକନିକା,୧୯।୪(ସଞ୍ଜୟ କୁମାର ଦାଶ): ରାଜକନିକା ବ୍ଲକର ମରହଟ୍ଟା ବନ୍ଧ ବା ବଗିବନ୍ଧ ଭାବେ ଜଣାଶୁଣା କନିକା ଉପଖଣ୍ଡ ସାଲାଇନ୍‌ ଏମବାଗମେଣ୍ଟର କାର୍ଯ୍ୟ ଆରମ୍ଭ ହୋଇଛି। ୨୫ ଲକ୍ଷ...

ମାଲକାନଗିରି ଜିଲା ସୀମାରେ ହାଇ ଆଲର୍ଟ

ମାଲକାନଗିରି,୧୯ା୪(ଦୁର୍ଯ୍ୟୋଧନ ପାତ୍ର):ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ମାଓବାଦୀମାନେ ସୀମାନ୍ତ ଛତିଶଗଡ଼ରେ ସେମାନଙ୍କର କାୟା ବିସ୍ତାରକରି ନିର୍ବାଚନକୁ ଭଣ୍ଡୁର...

ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୧୯।୪(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରପରିଷଦ ପକ୍ଷରୁ କରାଯାଇଥିବା ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତିର ଗନ୍ଧ ସ୍ପଷ୍ଟ ବାରି ହେଉଥିବା ନେଇ ଅଭିଯୋଗ ଆସୁଥିଲେ...

ଭିଟାମାଟି ଛାଡ଼ି ଅନୁତପ୍ତ ବୁଡ଼ଇଞ୍ଚଳ ବିସ୍ଥାପିତ

ବଲାଙ୍ଗୀର, ୧୯ା୪(ବୀରେନ୍ଦ୍ର କୁମାର ଝାଙ୍କର):ଲୋୟର ସୁକ୍‌ତେଲ ଡ୍ୟାମ୍‌ ହେଲେ ଚିର ମରୁଡି ପ୍ରପୀଡିତ ବଲାଙ୍ଗୀର ଜିଲା ଜଳପ୍ଳାବିତ ହେବ। ହଜାର ଏକର କୃଷିକ୍ଷେତ୍ରକୁ ପାଣି ମାଡ଼ିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri