ବାପାଙ୍କୁ ହତ୍ୟାକରି ସାବତ ମା’ଙ୍କୁ ବଳାତ୍କାର

କଳିଙ୍ଗନଗର,୭ା୩ (ଡି.ଏନ୍‌.ଏ.):ପାରିବାରିକ କଳହକୁ କେନ୍ଦ୍ରକରି ଜଣେ ଯୁବକ ତାଙ୍କ ବାପାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିବା ପରେ ସାବତ ମା’ଙ୍କୁ ବଳାତ୍କାର କରିଛନ୍ତି। ଯାଜପୁର ଜିଲା ଦାନଗଦି ବ୍ଲକର ଟମକା ଥାନା ଅଞ୍ଚଳରେ ରବିବାର ରାତିରେ ଏଭଳି ଘଟଣା ଘଟିଛି।
ଦାନଗଦି ବ୍ଳକ କିଆଝର ପଞ୍ଚାୟତ ଚମ୍ପାଝର ଗଁାର ସଧାୟ ହେମ୍ବ୍ରମ (୫୫)ଙ୍କ ପ୍ରଥମ ସ୍ତ୍ରୀଙ୍କ କିଛିବର୍ଷ ତଳେ ମୃତ୍ୟୁ ଘଟିଥିଲା। ସଧାୟ ଦ୍ବିତୀୟ ବିବାହ କରି ଗଁାରେ ରହୁଥିଲେ। ତାଙ୍କ ପ୍ରଥମ ସ୍ତ୍ରୀଙ୍କ ଏକମାତ୍ର ପୁଅ ଲୁଗୁ ହେମ୍ବ୍ରମ (୨୮) ସ୍ତ୍ରୀ ଓ ଛୁଆ ପିଲାଙ୍କୁ ଧରି ଟମକା ବଜାର ନିକଟ ଏକ ଭଡ଼ା ଘରେ ରହୁଥିଲେ। ପଡ଼ୋଶୀମାନଙ୍କ କହିବା ମୁତାବକ ପୁଅ ଲୁଗୁଙ୍କ ପରିବାରକୁ ସଧାୟ ଘରେ ସ୍ଥାନ ଦେଉ ନ ଥିବାରୁ ଉଭୟଙ୍କ ମଧ୍ୟରେ ମନୋମାଳିନ୍ୟ ଲାଗି ରହୁଥିଲା। ରବିବାର ବିଳମ୍ବିତ ରାତିରେ ଗ୍ରାମର ଏକ ବିବାହ ଭୋଜିରେ ଲୁଗୁ ଯୋଗଦେଇଥିଲେ। ରାତି ପ୍ରାୟ ସାଢେ ୧ଟାବେଳେ ସେ ଘରକୁ ଯାଇଥିବାବେଳେ ସେଠାରେ ସାବତ ମା’ଓ ବାପା ସହିତ ଝଗଡ଼ା ହୋଇଥିଲା। ଲୁଗୁ ଉତ୍ତ୍ୟକ୍ତ ହୋଇ ଏକ ଟାଙ୍ଗିଆରେ ସଧାୟଙ୍କ ମୁଣ୍ଡ ଓ ବେକକୁ ଚୋଟ ପକାଇଥିଲେ। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତୁ୍ୟୁ ଘଟିଥିଲା। ଏହାପରେ ସେ ସାବତ ମା’ଙ୍କୁ ବଳାତ୍କାର କରିଥିଲେ। ଏନେଇ ସାବତ ମା’ ସୋମବାର ସକାଳେ ଟମକା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ ଆଇପିସି ଦଫା ୩୦୨, ୩୭୬ ଅନୁଯାୟୀ ଏକ ମାମଲା (୩୨/୨୩) ରୁଜୁ କରିଛି। ଏହାସହ ଅଭିଯୁକ୍ତ ଲୁଗୁଙ୍କୁ ଗିରଫ କରିଛି। ଘଟଣାସ୍ଥଳରୁ ରକ୍ତଭିଜା ଟାଙ୍ଗିଆ ଜବତ କରାଯାଇଥିବା ଆଇଆଇସି ସୁକାନ୍ତ ପାତ୍ର କହିଛନ୍ତି। ଅପରାହ୍ନରେ ସାଇଣ୍ଟିଫିକ ଟିମ୍‌ ହତ୍ୟା ଓ ବଳାତ୍କାର ଘଟଣାର ପ୍ରମାଣ ତନଖି କରିଛନ୍ତି। ବଳତ୍କାର ଅଭିଯୋଗ କ୍ରମେପୋଲିସ ଉଭୟଙ୍କର ଡାକ୍ତରୀମାଇନା କରିଥିବାବେଳେ ଦାନଗଦି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ମୃତଦେହ ବ୍ୟବଚ୍ଛେଦ କରାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ନୂଆ ଟିମ୍‌ ଘୋଷଣା ପରେ ପ୍ରତିକ୍ରିୟା ରଖିଲେ ନୀତିନ ନବୀନ, କହିଲେ…

ନୂଆଦିଲ୍ଲୀ,୧୭।୮: ନୂଆ ଟିମ୍‌ ଘୋଷଣା କରିବା ପରେ ଭାଜପା ସଭାପତି ନୀତିନ ନବୀନ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସଭାପତି ନବନିଯୁକ୍ତ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

ପବିତ୍ର ଶ୍ରାବଣ ସୋମବାରକୁ ସଂକ୍ରାନ୍ତି ସଂଯୋଗ: ବିଭିନ୍ନ ମନ୍ଦିରରେ କାଉଡ଼ିଆଙ୍କ ପାଇଁ….

କଲ୍ୟାଣସିଂହପୁର, ୧୭।୮ (ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାର ତଥା ସିଂହ ସଂକ୍ରାନ୍ତି ଅବସରରେ କଲ୍ୟାଣସିଂହପୁର ବ୍ଲକର ବିଭିନ୍ନ ପ୍ରମୁଖ ଶୈବପୀଠ ଓ…

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri