ଭୋଜି ଖାଇବାକୁ ଡାକି ଯୁବକଙ୍କୁ ହତ୍ୟା  

ସମ୍ବଲପୁର,୬ା୭(ବ୍ୟୁରୋ)-ସମ୍ବଲପୁର ଜିଲା ଅଇଁଠାପାଲି ଥାନା କରମଟୁଲିରେ ରବିବାର ରାତିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି । ମୃତକ ହେଲେ ସୋନୁ ଖଡିଆ (୨୪)। ଏହି ଘଟଣାରେ ଉମେଶ ମୁଣ୍ଡା ଗୁରୁତର ହୋଇଛନ୍ତି ା ତାଙ୍କୁ ବୁର୍ଲା ଭିମ୍‌ସାରରେ ଭର୍ତ୍ତି କରାଯାଇଛି। ଏହି ଘଟଣାରେ ପୋଲିସ ୨ ଜଣଙ୍କୁ ଅଟକ ରଖିଛି । ଅନ୍ୟମାନେ ଫେରାର ହୋଇଯାଇଛନ୍ତି । ଏ ନେଇ ଥାନାରେ ଏକ ମାମଲା (ନଂ.୩୨୮/୨୦) ରୁଜୁ ହୋଇଛି । ଅଭିଯୁକ୍ତଙ୍କୁ ଧରିବା ପାଇଁ ପୋଲିସ ତନାଘନା ଜାରି ରଖିଛି।
ପୋଲିସ କହିଛି, ପୂର୍ବ ଶତ୍ରୁତାରୁ ସୋନୁଙ୍କୁ ହତ୍ୟା କରିବାକୁ ତାଙ୍କ ବିପକ୍ଷ ଗୋଷ୍ଠୀ ଯୋଜନା ପ୍ରସ୍ତୁତ କରିଥିଲେ। ସେମାନେ ପଡାର ନରେଶ ଓରାମଙ୍କ ଘରକୁ ରାତିରେ ଭୋଜି ଖାଇବା ପାଇଁ ସୋନୁଙ୍କୁ ଡାକି ଥିଲେ। ସୋନୁଙ୍କ ସାଙ୍ଗରେ ଉମେଶ ମଧ୍ୟ ଯାଇଥିଲେ। ନରେଶଙ୍କ ଛାତ ଉପରେ ସୋନୁ ଓ ଉମେଶ ପହଞ୍ଚତ୍ଲା ପରେ ଅଭିଯୁକ୍ତମାନେ କୌଣସି କାରଣ ନ ଥାଇ ଗଣ୍ଡଗୋଳ ଆରମ୍ଭ କରି ଦେଇଥିଲେ। ସେମାନେ ପ୍ରଥମେ ସୋନୁ ଓ ଉମେଶଙ୍କୁ ମାରପିଟ କରିଥିଲେ। ଶେଷରେ ଅଭିଯୁକ୍ତମାନେ ଉଭୟଙ୍କୁ ଛୁରୀରେ ଆକ୍ରମଣ କରିଥିଲେ। ପାଟିତୁଣ୍ଡ ଶୁଣି ସ୍ଥାନୀୟ ଲୋକେ ସୋନୁ ଓ ଉମେଶଙ୍କୁ ସେମାନଙ୍କ କବଳରୁ ଉଦ୍ଧାର କରିଥିଲେ। ହେଲେ ଏହି ସୁଯୋଗରେ ଅଭିଯୁକ୍ତମାନେ ସେଠାରୁ ଫେରାର ହୋଇ ଯାଇଥିଲେ। ଖବର ପାଇ ପୋଲିସ ପହଞ୍ଚତ୍ ଉଭୟଙ୍କୁ ଗୁରୁତର ଅବସ୍ଥାରେ ଭିମ୍‌ସାର ପଠାଇଥିଲା। ସେଠାରେ ସୋନୁଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଉମେଶ ଏବେ ଆଇସିୟୁରେ ଚିକିତ୍ସାଧୀନ ଅଛନ୍ତି। ତାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି ବୋଲି ଖବର ମିଳିଛି ା


Enter your email to get our daily news in your inbox.

All Right Reserved By Dharitri.Com

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାରେ ବରଗଡ଼ ଏମ୍‌ପିଙ୍କ ବଡ଼ ବୟାନ, କହିଲେ…

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରାର ସ୍ଥାୟୀ ସ୍ବାଗତ ତୋରଣ ଭାଙ୍ଗିବା ଘଟଣାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ । ବିଜେଡିରୁ ବରଗଡ଼ ପୌରାଧ୍ୟକ୍ଷା କଳ୍ପନା…

ଟପ୍ପର ହୋଇ ଗୌରବ ଆଣିଲେ ଚନ୍ଦନ

ଥୁଆମୂଳ ରାମପୁର, ୨୮ା୫ (ଦୁର୍ଗା କୀର୍ତ୍ତି): ଭବାନୀପାଟଣାଠାରେ ପ୍ରତିଷ୍ଠିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ପକ୍ଷରୁ ସ୍ନାତକୋତ୍ତର ପରୀକ୍ଷା ଫଳର ମେଧା ତାଲିକା ଗୁରୁବାର ପରୀକ୍ଷା ନିୟନ୍ତ୍ରକଙ୍କ ସ୍ବାକ୍ଷରରେ…

ଓସିଏସ୍‌ ପରୀକ୍ଷାରେ ଭବେଶଙ୍କୁ ୯୩ ର଼୍ୟାଙ୍କ

କର୍ଲାମୁଣ୍ଡା,୨୮ା୫(ପ୍ରଦୀପ କୁମାର ସାହୁ): ଓଡ଼ିଶା ଲୋକସେବା ଆୟୋଗ ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍‌) ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ…

ହଷ୍ଟେଲରେ ନ ଥିଲା ଲାଇନ୍‌: ନାଳକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ଛାତ୍ର

ଦେବଗଡ଼,୨୮ା୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ଗୋପପୁର ଗ୍ରାମର ଏକ ନାଳରେ ବୁଡି ଗୁରୁବାର ଜଣେ ନବମ ଶ୍ରେଣୀ ଛାତ୍ରଙ୍କର ମୃତ୍ୟୁ ଘଟିଛି।…

ଝଡବତାସରେ ଭାଙ୍ଗିଲା ଗଛ, ବିଦ୍ୟୁତ୍‌ ସେବା ବନ୍ଦ

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କାଳବୈଶାଖୀ ପ୍ରଭାବରେ ଝଡ଼ବତାସ ଓ ବର୍ଷା ହୋଇଛି। ବର୍ଷା ଯୋଗୁ କ୍ଷେତ, ଖଳାରେ ରହିଥିବା ଅମଳ ଧାନ…

ଶାନ୍ତି ଚୁକ୍ତିର ଦ୍ୱାର ଦେଶରେ ଇରାନ-ଆମେରିକା, ଖୋଲିବ କି ହର୍ମୁଜ? ଜାଣନ୍ତୁ ଅପଡେଟ ଖବର

ତେହରାନ,୨୮।୫: ଆମେରିକା ଏବଂ ଇରାନ ଉଭୟ ଏକ ଶାନ୍ତି ଚୁକ୍ତିନାମାରେ ପହଞ୍ଚିବା ନିକଟରେ ପହଞ୍ଚିଛନ୍ତି। ଆକ୍ସିଓସର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକା ଏବଂ ଇରାନ…

ଗାଁରେ ପଶି ଲୋକଙ୍କୁ କାମୁଡ଼ିଲା ପାଗଳା କୁକୁର

ଗୁଡ଼ାରି,୨୮।୫(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଅସଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସିଲିମି ଗ୍ରାମରେ ଗୁରୁବାର ପାଗଳା କୁକୁର ଆତଙ୍କ ଦେଖିବାକୁ ମିଳିଥିଲା। କୁକୁର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୮।୫: ଓଡ଼ିଶାରେ ଭାଜପା ସରକାରକୁ ପୂରଣ ହୋଇଛି ୨ ବର୍ଷ। ଏହି ଅବସରରେ ଏକ ବଡ଼ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ABVP ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri