ଯୁବକଙ୍କୁ ଉଲଗ୍ନକରି ହତ୍ୟା

ବାଙ୍କୀ,୧୩ା୪(ଜ୍ଞାନେନ୍ଦ୍ର ମୋହନ ମିଶ୍ର): ବାଙ୍କୀ ଥାନା ଅନ୍ତର୍ଗତ ହରିରାଜପୁର ପଞ୍ଚାୟତ ଅନ୍ତର୍ଗତ ନୂଆସାହିରେ ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ଜଣେ ଯୁବକଙ୍କୁ ଉଲଗ୍ନ କରି ଠେଙ୍ଗାରେ ପିଟିବା ସହ ଏକ ଧାରୁଆ ଅସ୍ତ୍ରରେ ହାଣି ଦିଆଯାଇଛି। ତ୍ରିନାଥ ମଣ୍ଡପରେ ଥିବା ଏକ କୋଠଘରୁ ଶୁକ୍ରବାର ସମ୍ପୃକ୍ତ ଯୁବକଙ୍କ ମୃତଦେହ ମିଳିଛି। ସେ ହେଲେ ସ୍ଥାନୀୟ ଅଞ୍ଚଳର ଶୀତଳ ସାହୁ (୪୦)। ଖବରପାଇ ବାଙ୍କୀ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଉକ୍ତ ଘର କବାଟ ଖୋଲିବା ପରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଚଟାଣରେ ପଡ଼ିଥିବା ମୃତଦେହକୁ ଜବତ କରିଛି। ମୃତଦେହରେ କୌଣସି ବସ୍ତ୍ର ନ ଥିବାବେଳେ ଶରୀରର ବିଭିନ୍ନ ସ୍ଥାନରେ କ୍ଷତଚିହ୍ନ ରହିଥିଲା। କୌଣସି ବ୍ୟକ୍ତି ଧାରୁଆ ଅସ୍ତ୍ରରେ ତାଙ୍କ ମୁଣ୍ଡ ଏବଂ ବେକକୁ ହାଣି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ପୋଲିସ ମୃତଦେହ ଜବତ ପରେ ବ୍ୟବଚ୍ଛେଦ ପାଇଁ ବାଙ୍କୀ ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଛି। ଏଥିସହ ଆଇପିସି ଦଫା ୩୦୨, ୩୪ରେ ଏକ ମାମଲା (ନଂ. ୧୨୪/୨୪) ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଘଟଣାସ୍ଥଳରେ କଟକ ଆଡିଶନାଲ ଏସ୍‌ପି ଦେବଦତ୍ତ ବରାଳ ଏବଂ କୃଷ୍ଣପ୍ରସାଦ ପଟ୍ଟନାୟକ ପହଞ୍ଚତ୍ ଅନୁସନ୍ଧାନ କରିଛନ୍ତି। ବାଙ୍କୀ ଥାନା ଅଧିକାରୀ ଶିବ ଚରଣ ବେହେରା ସାଇଣ୍ଟିଫିକ ଟିମ୍‌ ଏବଂ ଡଗ୍‌ ସ୍କ୍ବାଡ୍‌ ସହ ଘଟଣାସ୍ଥଳରେ ପହଞ୍ଚତ୍ ଯାଞ୍ଚ କରିଛନ୍ତି। ଘଟଣାସ୍ଥଳରୁ ଏକ ଠେଙ୍ଗା ଓ ଧାରୁଆ ଅସ୍ତ୍ର ଜବତ କରାଯାଇଛି। ହତ୍ୟାକାଣ୍ଡର କାରଣ ସ୍ପଷ୍ଟ ହୋଇ ନ ଥିବାବେଳେ ମୃତ ଶୀତଳଙ୍କ ପୁତୁରା ଦୁର୍ଗାମାଧବ ସାହୁ ସନ୍ଧ୍ୟାରେ ଥାନାରେ ଲିଖିତ ଏତଲା ଦେଇଛନ୍ତି। ରିପୋର୍ଟ ଲେଖାହେବା ପର୍ଯ୍ୟନ୍ତ ପୋଲିସ କୌଣସି ଅଭିଯୁକ୍ତଙ୍କୁ ଚିହ୍ନଟ କିମ୍ବା ଗିରଫ କରି ନ ଥିଲା। ଶନିବାର ମୃତଦେହ ବ୍ୟବଚ୍ଛେଦ ପରେ ଅଧିକ ତଥ୍ୟ ଜଣାପଡ଼ିବ ବୋଲି ଥାନା ଅଧିକାରୀ ବେହେରା କହିଛନ୍ତି। ପାରିପାର୍ଶ୍ୱିକ ସ୍ଥିତି ଓ ଜବତ ମାରଣାସ୍ତ୍ରରୁ ଏଥିରେ ଏକାଧିକ ବ୍ୟକ୍ତିଙ୍କ ସମ୍ପୃକ୍ତି ଥିବା କୁହାଯାଉଛି। ସଂଘବଦ୍ଧ ଭାବେ ଆକ୍ରମଣ ପରେ ଶୀତଳଙ୍କୁ ଉଲଗ୍ନ କରି ନିର୍ଯାତନା ଦିଆଯିବା ସହ ଅତି ନୃଶଂସ ଭାବେ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରାଯାଇଥିବା ପୋଲିସ ସନ୍ଦେହ କରି ସେହିଦିଗରେ ତଦନ୍ତକୁ ଆଗକୁ ବଢ଼ାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri