ନିଶା ନିବାରଣ କେନ୍ଦ୍ରକୁ ନେବା ବାଟରେ ଯୁବକଙ୍କୁ ହତ୍ୟା

ବାରିପଦା ଅଫିସ,୩୦।୩: ମୟୂରଭଞ୍ଜ ଜିଲା ଯଶିପୁର ଥାନା ଅଞ୍ଚଳର ଏକ ଜଙ୍ଗଲରୁ ଜନୈକ ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଜବତ ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଅଭିଯୁକ୍ତମାନେ ଉକ୍ତ ଯୁବକଙ୍କୁ ନିଶା ନିବାରଣ କେନ୍ଦ୍ରକୁ ନେଉଥିବା ବେଳେ ବାଟରେ ହତ୍ୟା କରି ତଥ୍ୟ ଲୁଚାଇବା ପାଇଁ ଟାୟାର ଜାଳି ପୋଡ଼ି ଦେଇଥିଲେ। ଜଙ୍ଗଲରେ ଅର୍ଦ୍ଧଦଗ୍ଧ ମୃତଦେହ ପଡ଼ିଥିବା ଦେଖି ସ୍ଥାନୀୟ ଗ୍ରାମବାସୀ ପୋଲିସକୁ ଖବର ଦେଇଥିଲେ। ସାଇଣ୍ଟିଫିକ୍‌ ଟିମ୍‌ ସହ ପୋଲିସ ପହଞ୍ଚତ୍ ତଦନ୍ତ ଚଳାଇ ଦୁଇ ଅଭିଯୁକ୍ତଙ୍କୁ ଗିରଫ ପରେ ସୋମବାର କୋର୍ଟଚାଲାଣ କରିଛି। ଅଭିଯୁକ୍ତ ଦ୍ୱୟ ହେଲେ କେନ୍ଦୁଝର ଟାଉନ ଥାନା ଅଞ୍ଚଳର ସତ୍ୟଜିତ ପାଢ଼ୀ(୩୪) ଓ ଘଟଗଁା ଥାନା ଖୁଣ୍ଟା ଅଞ୍ଚଳର ସ୍ବରୂପ ନାରାୟଣ ପଲେଇ(୨୭)। ଏ ସଂକ୍ରାନ୍ତରେ ଯଶୀପୁର ଥାନାରେ ଏକ ହତ୍ୟା ମାମଲା (ନଂ.୬୪/୨୨) ରୁଜୁ ହୋଇଛି। ସୂଚନା ଅନୁଯାୟୀ, ଗତ ୨୪ତାରିଖରେ କେନ୍ଦୁଝର ଟାଉନ ଥାନା ରାଙ୍କି ଅଞ୍ଚଳର ଆଦିତ୍ୟ ସ୍ବାଇଁ(୨୫)ଙ୍କୁ ସତ୍ୟଜିତ ଓ ନାରାୟଣ ବାରିପଦାସ୍ଥିତ ନିଶା ନିବାରଣ କେନ୍ଦ୍ରକୁ ଛାଡ଼ିବା ପାଇଁ ଯଶିପୁର ଦେଇ ଆସୁଥିଲେ। କୌଣସି କାରଣରୁ ସେମାନଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଅଭିଯୁକ୍ତଦ୍ୱୟ ମାଡ଼ ମାରିବାରୁ ଘଟଣାସ୍ଥଳରେ ଆଦିତ୍ୟଙ୍କର ମୃତ୍ୟୁ ଘଟିଥିଲା। ତଥ୍ୟ ଲୁଚାଇବା ପାଇଁ ସେମାନେ ମୃତଦେହକୁ ରାସ୍ତା ପାର୍ଶ୍ୱ ଜଙ୍ଗଲରେ ଟାୟାର ଜାଳି ପୋଡ଼ି ଦେଇଥିଲେ। ଖବରପାଇ ପୋଲିସ ମୃତଦେହ ଜବତ କରି ତଦନ୍ତ ଜାରି ରଖିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri