ହନୁମାନ ଜୟନ୍ତୀରେ ପୁଣି ହିଂସାକାଣ୍ଡ: ଯୁବକଙ୍କୁ ହତ୍ୟା, ପୋଡ଼ାଜଳା

ସମ୍ବଲପୁର,୧୪।୪(ବ୍ୟୁରୋ): ସମ୍ବଲପୁର ହନୁମାନ ଜୟନ୍ତୀ ଉପଲକ୍ଷେ ବାଇକ୍‌ ଶୋଭାଯାତ୍ରା ଉପରେ ପଥର ମାଡ ପରେ ପୋଡ଼ାଜଳା ଓ ମରଣାନ୍ତକ ଆକ୍ରମଣ ଘଟଣାକୁ ଇତିମଧ୍ୟରେ ୨ ଦିନ ବିତିଯାଇଛି। ହେଲେ ସହରରେ ଆତଙ୍କ ଓ ଭୟର ବାତାବରଣ ଲାଗି ରହିଛି । ଏନେଇ ଶୁକ୍ରବାର ସମସ୍ତ ଦୋକାନ ବଜାର ବନ୍ଦ ରହିଥିଲା। ରାସ୍ତାଘାଟ ଶୂନ୍‌ଶାନ୍‌ ଥିବା ଦେଖିବାକୁ ମିଲିିଥିଲା। କର୍ଫୁ ଭଳି ପରିସ୍ଥିତି ସୃଷ୍ଟି ହୋଇଥିଲା। ହେଲେ ଗୁରୁବାର ରାତିରୁ ଶୁକ୍ରବାର ଅପରାହ୍ନ ପର୍ଯ୍ୟନ୍ତ ୧୦ଟି ଦୋକାନ ଭଙ୍ଗାରୁଜା କରିବା ସହ ପୋଡାଜଳା ହୋଇଛି। ଅନ୍ୟପକ୍ଷେ ଶୁକ୍ରବାର ସନ୍ଧ୍ୟାରେ ହୁନମାନ ଜୟନ୍ତୀ ଶୋଭାଯାତ୍ରା ଅବସରରେ ପୁଣି ହିଂସାକାଣ୍ଡ ଘଟିଛି। ଶୋଭାଯାତ୍ରାରେ ସାମିଲ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ବେଳେ ଆଉ ଜଣେ ଆହତ ହୋଇଛନ୍ତି। ମୃତକ ହେଲେ ଟାଉନଥାନା ସାନସିହାରି ଗ୍ରାମର ଚନ୍ଦ୍ରଶେଖର ମିର୍ଦ୍ଧା(୨୫) ଓ ଆହତ ହେଲେ ବିଶ୍ୱଜିତ ଶିଖା(୩୦) । ଦଲେଇପଡ଼ା ମଙ୍ଗଳାମନ୍ଦିର ନିକଟରେ ଏକ ଗୋଷ୍ଠୀ ସଂଘବଦ୍ଧ ଭାବେ ତାଙ୍କୁ ହତ୍ୟା କରିଥିବା ଜଣାପଡିଛି। ଖଣ୍ଡା, ଛୁରିରେ ଗୋଡାଇ ଗୋଡାଇ ତାଙ୍କୁ ହାଣି ହତ୍ୟା କରିଥିବା ସୂଚନା ମିଳିଛି।

ଘଟଣାସ୍ଥଳରେ ପୋଲିସ ପହଞ୍ଚିଥିଲେ ମଧ୍ୟ ଅଭିଯୁକ୍ତମାନଙ୍କୁ ଗିରଫ କରିନାହିଁ ବୋଲି ମୃତକଙ୍କ ସାଙ୍ଗମାନେ ଅଭିଯୋଗ କରିଛନ୍ତି । ଅନ୍ୟପଟେ ଗତକାଲି ରାତିରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିଲା। ସେ ଏବେ ବୁର୍ଲାରେ ଚିକିତ୍ସିତ ହେଉଥିବା ଜଣାପଡିଛି । ଅନ୍ୟପଟେ ଏସ୍‌ପି ବାତୁଲା ଗଙ୍ଗାଧର ବିଭିନ୍ନ ସ୍ଥାନକୁ ଯାଇ ଘଟଣାର ତଦନ୍ତ କରିଛନ୍ତି। ଏସ୍‌ପି କହିଛନ୍ତ, ଆଇନ ଶୃଙ୍ଖଳା ପରିସ୍ଥିତି ଧୀରେଧୀରେ ନିୟନ୍ତ୍ରଣକୁ ଆସୁଛି। ବିଭିନ୍ନ ସ୍ଥାନରେ ୪୦ ଫ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି । ଡ୍ରୋନ ଏବଂ ସିସି ଟିଭିରେ ପରିସ୍ଥିତି ଉପରେ ନଜର ରଖାଯାଇଛି ବୋଲି ଏସ୍‌ପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲା କଂଗ୍ରେସ: ଏହି ଦିନ ଓଡ଼ିଶା ଡାକରା, ଜାଣନ୍ତୁ କ’ଣ ବନ୍ଦ, କ’ଣ ରହିବ ଖୋଲା

ଭୁବନେଶ୍ୱର,୨୩।୯: ଖଣି ପ୍ରସଙ୍ଗକୁ କେନ୍ଦ୍ର କରି ରାଜ୍ୟ ସରକାର ବିରୋଧରେ ଆନ୍ଦୋଳନକୁ ଆହୁରି ତୀବ୍ର କରିବାକୁ ଯୋଜନା କରିଛି ଓଡ଼ିଶା କଂଗ୍ରେସ। ଦଶହରା ପରେ ରାଜ୍ୟବ୍ୟାପୀ ବନ୍ଦ…

ଇତିହାସ ରଚିଲା ଭାରତ: T20ରେ ଏମିତି କାରନାମା କରିବାରେ ବିଶ୍ୱର ପ୍ରଥମ ଦଳ

ନୂଆଦିଲ୍ଲୀ,୨୩।୯: ଜାପାନ ବିପକ୍ଷରେ ରୋମାଞ୍ଚକର ଭାବେ ୨ ରନ୍‌ର ବିଜୟ ହାସଲ କରିବା ସହ ଭାରତୀୟ କ୍ରିକେଟ ଦଳ ଅନ୍ତର୍ଜାତୀୟ T20 କ୍ରିକେଟ୍‌ରେ ଏକ ବଡ଼ ଇତିହାସ…

ଭାରତ ବିପକ୍ଷ T20 ସିରିଜ ପାଇଁ ନ୍ୟୁଜିଲାଣ୍ଡ ଦଳ ଘୋଷଣା: ବାଦ୍‌ ପଡ଼ିଲେ ଷ୍ଟାର୍‌ ଅଲରାଉଣ୍ଡର

ନୂଆଦିଲ୍ଲୀ,୨୩।୯: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ୨୨ ଅକ୍ଟୋବରରୁ ୫ ମ୍ୟାଚ ବିଶିଷ୍ଟ T20 ସିରିଜ ଆରମ୍ଭ ହେବ। ଏହି ସିରିଜ ପାଇଁ ନ୍ୟୁଜିଲାଣ୍ଡ କ୍ରିକେଟ…

ବାରଣ୍ଡାରେ ଖାଉଛନ୍ତି ୧୬୯ ଛାତ୍ରୀଛାତ୍ର: ମଧ୍ୟାହ୍ନ ଭୋଜନ ପାଇଁ ଶେଡ ନିର୍ମାଣ ଦାବି

କେସିଙ୍ଗା,୨୩।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ଗାଈଗା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଇବା ପାଇଁ ଶେଡ ନଥିବାରୁ ଛାତ୍ରୀଛାତ୍ରମାନେ…

ଜଣେ ‘ହିଟ୍‌’, ଜଣେ ‘ଫ୍ଲପ୍‌’: ଜାଣନ୍ତୁ ଟିମ୍‌ଇଣ୍ଡିଆ ପାଇଁ କେମିତି ରହିଲା ଦ୍ରାବିଡ-ସେହ୍ବାଗ ପୁଅଙ୍କ ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୯: କ୍ରିକେଟ ମଇଦାନରେ ଯେତେବେଳେ ଦୁଇ କିମ୍ବଦନ୍ତୀ କ୍ରିକେଟରଙ୍କ ପୁଅ ଏକାଠି ଖେଳନ୍ତି ସେତେବେଳେ ସମସ୍ତଙ୍କ ନଜର ସେମାନଙ୍କ ପ୍ରଦର୍ଶନ ଉପରେ ରହିଥାଏ। ଭାରତ ଓ ଅଷ୍ଟ୍ରେଲିଆ…

ଇରାନକୁ ଧ୍ୱଂସ କରିଦେବୁ: ୟୁଏନ୍‌ଜିଏରେ ଧମକ ଦେଲେ ଟ୍ରମ୍ପ୍‌

ଜାତିସଂଘ,୨୩ା୯:ଇରାନ ଯଦି ଓ୍ବାଶିଂଟନ ସହ ଚୁକ୍ତି ସ୍ବାକ୍ଷର ନ କରେ ତେବେ ଏହାକୁ ସମ୍ପୂର୍ଣ୍ଣ ଧ୍ୱଂସ କରିଦିଆଯିବ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ମଙ୍ଗଳବାର ଜାତିସଂଘ…

ଶିଶୁର ଆମେରିକା ନାଗରିକତ୍ୱ ପାଇଁ ସରୋଗେସି ଆପଣାଉଛନ୍ତି ଚାଇନା ଦମ୍ପତି

ନ୍ୟୁୟର୍କ,୨୩ା୯:ଆମେରିକାରେ ଶିଶୁ ଜନ୍ମ କରିବାକୁ ଚାଇନାର ଅନେକ ଧନୀ ପରିବାର ଆକାଂକ୍ଷା ରଖୁଛନ୍ତି। କାଲିଫର୍ନିଆରେ ବଢ଼ିଚାଲିଥିବା ସରୋଗେସି ଶିଳ୍ପ ଏଭଳି ଧନୀ ଚାଇନିଜ୍‌ ପରିବାରଗୁଡ଼ିକୁ ଆକର୍ଷିତ କରୁଛି,…

କାର୍‌କୁ ଧକ୍କା ପରେ ରାସ୍ତାରେ ଓଲଟିଲା କଦଳୀ ବୋଝେଇ ଟ୍ରକ୍‌

ଭୁବନେଶ୍ୱର,୨୩।୯: ରାଜଧାନୀ ଭୁବନେଶ୍ୱରର ଜୟଦେବ ବିହାର ଜାତୀୟ ରାଜପଥରେ ଏକ କାର୍‌କୁ ଧକ୍କା ଦେଇ କଦଳୀ ବୋଝେଇ ଟ୍ରକ୍‌ ଓଲଟିପଡ଼ିଛି। ଏହି ଦୁର୍ଘଟଣାରେ ଟ୍ରକ୍‌ ଡ୍ରାଇଭର ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?