କିମ୍‌ ପୁଣି କଲେ ଆଣବିକ ପରୀକ୍ଷଣ…

ସିଓଲ, ୭।୫ : ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନ୍‌ ଆଣବିକ ନିରସ୍ତ୍ରିକରଣ ଚୁକ୍ତିକୁ ବେଖାତିର କରି ପୁଣି ସମୁଦ୍ରରରେ ଏକ ଅଜ୍ଞାତ କ୍ଷେପଣାସ୍ତ୍ର ପରୀକ୍ଷଣ କରିଛନ୍ତି। ଦକ୍ଷିଣ କୋରିଆର ସୈନ୍ୟ ବାହିନୀ ଦାବି କରିଛନ୍ତି ଯେ ଉତ୍ତର କୋରିଆ ଶନିବାର ଏହାର ପୂର୍ବ ସମୁଦ୍ରରେ ଅଜ୍ଞାତ କ୍ଷେପଣାସ୍ତ୍ର ପରୀକ୍ଷା କରିଛି। ଚଳିତ ସପ୍ତାହରେ ଉତ୍ତର କୋରିଆର ଏହା ହେଉଛି ଦ୍ୱିତୀୟ ପରୀକ୍ଷଣ। ଏହା ସହିତ ସୈନ୍ୟବାହିନୀ ପକ୍ଷରୁ ସୂଚିତ କରାଯାଇଛି ଯେ ଏହା ଆଗାମୀ ସପ୍ତାହ କିମ୍ବା ଚଳିତ ମାସରେ କିମ୍‌ ପୁଣି ଆଣବିକ ପରୀକ୍ଷା କରିବାର ସମ୍ଭାବନା ରହିଛି।

କ୍ଷେପଣାସ୍ତ୍ରଟି କେଉଁ ପ୍ରକାରର ଏବଂ ଏହାର ଲକ୍ଷ୍ୟଭେଦ ଦୂରତା ସମ୍ପର୍କରେ ଦକ୍ଷିଣ କୋରିଆ ପକ୍ଷରୁ କୌଣସି ସୂଚନା ପ୍ରଦାନ କରାଯାଇ ନାହିଁ। ସୂଚନାଯୋଗ୍ୟ ଯେ ଦକ୍ଷିଣ କୋରିଆ ଏବଂ ଜାପାନର ସୈନ୍ୟବାହିନୀର ତିନି ଦିନ ପୂର୍ବରୁ ଉତ୍ତର କୋରିଆ ଏହାର ରାଜଧାନୀ ପୋଙ୍ଗୟାଙ୍ଗଠାରୁ ଏକ ସନ୍ଦିଗ୍ଧ ବାଲାଷ୍ଟିକ କ୍ଷେପଣାସ୍ତ୍ର ପରୀକ୍ଷଣ କରିଛି ବୋଲି ସୂଚନା ପ୍ରଦାନ କରିଥିଲେ। ଏହି ନୂତନ ପରୀକ୍ଷଣ ଚଳିତ ବର୍ଷ ଉତ୍ତର କୋରିଆର ୧୫ ତମ କ୍ଷେପଣାସ୍ତ୍ର ପରୀକ୍ଷା ବୋଲି ରିପୋର୍ଟରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର

ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…

ସୋନମ ୱାଙ୍ଗଚୁକଙ୍କ ପାଇଁ ନ୍ୟୁୟର୍କଠାରୁ ଆରମ୍ଭ କରି ଲଣ୍ଡନ ପର୍ଯ୍ୟନ୍ତ ପ୍ରଦର୍ଶନ, ଭାରତ ସରକାରଙ୍କୁ କଲେ ବଡ଼ ଅପିଲ୍‌

ନୂଆଦିଲ୍ଲୀ,୨୨।୭: ଆମେରିକାସ୍ଥିତ ଏକ ଅଧିକାର ଗ୍ରୁପର କର୍ମକର୍ତ୍ତାମାନେ ଆମରଣ ଅନଶନ କରୁଥିବା ସୋନମ ୱାଙ୍ଗଚୁକଙ୍କ ପ୍ରତି ଏକଜୁଟତା ଜାହିର କରିବା ପାଇଁ ନ୍ୟୁୟର୍କ ଏବଂ ସାନ ହୋଜେରେ…

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ରୋଷେଇ ଘରେ ଇଥାନଲ

ମଣିଷ ଆଦିମ ଯୁଗରେ ପଥରକୁ ପଥରରେ ଘସି ନିଅଁା ବାହାର କରିଥିଲା। ସେବେଠାରୁ ତାହାର ଅନୁସନ୍ଧିତ୍ସୁ ମନ ବିକଳ୍ପ ବାହାର କରିବାରେ ଲାଗିରହିଛି। ବର୍ତ୍ତମାନର ସ୍ଥିତିକୁ ଦେଖିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri