ପୁଣି ବାଲାଷ୍ଟିକ୍‌ କ୍ଷେପଣାସ୍ତ୍ର ପରୀକ୍ଷଣ କଲେ କିମ୍‌…

ସିଓଲ୍‌/ଟୋକିଓ, ୩୦।୧ : ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ୍‌ ଉନ୍‌ ରବିବାର ପୁଣି ଥରେ ବାଲାଷ୍ଟିକ୍‌ କ୍ଷେପଣାସ୍ତ୍ର ପରୀକ୍ଷା କରିଛନ୍ତିି। ଗତ ୪ ବର୍ଷ ମଧ୍ୟରେ ସବୁଠାରୁ ଶକ୍ତିଶାଳୀ କ୍ଷେପଣାସ୍ତ୍ର ପରୀକ୍ଷା କିମ୍‌ କରିଛନ୍ତି। ଆମେରିକାର ସୂଚନା ଅନୁସାରେ ରବିବାର ଦିନ କରାଯାଇଥିବା ଏହି ପରୀକ୍ଷଣ ଚାରି ବର୍ଷ ମଧ୍ୟରେ ସବୁଠାରୁ ମାରାତ୍ମକ କ୍ଷେପଣାସ୍ତ୍ର।

୨୦୨୨ ବର୍ଷର ପ୍ରଥମ ମାସ ଜାନୁଆରୀରେ କିମ୍‌ ଏହାକୁ ମିଶାଇ ଇତିମଧ୍ୟରେ ୭ ଟି କ୍ଷେପଣାସ୍ତ୍ର ପରୀକ୍ଷା କରିଛନ୍ତି। ସେଥିମଧ୍ୟରୁ ଅଧିକାଂଶ କ୍ଷୁଦ୍ର କିମ୍ବା ସ୍ବଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ଥିଲା। କିନ୍ତୁ ଏହି ପରୀକ୍ଷା ଅତ୍ୟନ୍ତ ବିପଜ୍ଜନକ ବୋଲି କୁହାଯାଉଛି । ଆମେରିକା ଏବଂ ଦକ୍ଷିଣ କୋରିଆ ବ୍ୟତିତ ଜାପାନ ମଧ୍ୟ ଏହି ପରୀକ୍ଷଣ ଯୋଗୁ ବିପଦରେ ରହିଛି। ନ୍ୟୁୟର୍କ ଟାଇମ୍ସର ଏକ ବିଶେଷ ରିପୋର୍ଟ ଅନୁଯାୟୀ, ଉତ୍ତର କୋରିଆ ରବିବାର ସକାଳେ ଜଗାଙ୍ଗ ଅଞ୍ଚଳରେ ଏହି ପରୀକ୍ଷା କରିଛି। ଏଠାରୁ ଚାଇନା ଏବଂ ଉତ୍ତର କୋରିଆର ସୀମାର ଦୂରତା କମ୍‌।

ଦକ୍ଷିଣ କୋରିଆର ମିଲିଟାରୀ ଇଣ୍ଟେଲିଜେନ୍ସ ମଧ୍ୟ ଏହି ପରୀକ୍ଷାକୁ ନିଶ୍ଚିତ କରିଛି। ଏହା ପରେ ଆମେରିକା ଏବଂ ଦକ୍ଷିଣ କୋରିଆର ଅଧିକାରୀମାନେ ମଧ୍ୟ ଏନେଇ ଟେଲିଫୋନ ମାଧ୍ୟମରେ କଥା ହୋଇଛନ୍ତ। ଦକ୍ଷିଣ କୋରିଆ କହିଛି ଏହ ପରୀକ୍ଷା ଜାତିସଂଘର ନିର୍ଦ୍ଦେଶାବଳୀ ବିରୁଦ୍ଧରେ ସ୍ପଷ୍ଟ ହୋଇଛି। ଏହି କ୍ଷେପଣାସ୍ତ୍ର ଉତ୍ତର କୋରିଆର ସାମୁଦ୍ରିକ ସୀମାରେ ପକାଯାଇଥିଲା।

୨୦୧୭ ପରଠାରୁ ପ୍ରଥମ ଥର ପାଇଁ ଏଭଳି ବିପଜ୍ଜନକ କ୍ଷେପଣାସ୍ତ୍ର ପରୀକ୍ଷା କରାଯାଇଛି। ଉତ୍ତେଜନା ବୃଦ୍ଧି ପାଉଥିବାରୁ ଉତ୍ତର କୋରିଆ ଏହାକୁ ବନ୍ଦ କରିବା ଉଚିତ୍‌। ଏହା ବିଶ୍ୱ ସମୁଦାୟକୁ ବିପଦରେ ପକାଇବାର ଆଶଙ୍କା ରହିଛି ବୋଲି ଦକ୍ଷିଣ କୋରିଆ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

କେଉଁଠୁ ଆସିଲା ରହସ୍ୟମୟ ‘କଳା ହୀରା’? ଗବେଷଣାରୁ ସାମ୍ନାକୁ ଆସିଲା ଆଶ୍ଚର୍ଯ୍ୟଜନକ ସତ୍ୟ

କାସୁଗା (ଜାପାନ),୨୯।୯: ବ୍ରାଜିଲ ଓ ମଧ୍ୟ ଆଫ୍ରିକାରେ ମିଳୁଥିବା ଏକ କଳା ରଙ୍ଗର ପଥରକୁ ଦେଖିଲେ ପ୍ରଥମ ନଜରରେ ଏହା ଏକ ସାଧାରଣ କାଚ ପରି ଚକଚକ…

‘ଭାଜପା ରାମଙ୍କୁ ଚୋରି କରିଛି’, ମୁଖ୍ୟମନ୍ତ୍ରୀଙ୍କ ବୟାନକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୨୯।୯: ଭଗବାନ ରାମ ଓ ଭଗବାନ ଶିବଙ୍କୁ ନେଇ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେବନ୍ତ ରେଡ୍ଡୀଙ୍କ ମନ୍ତବ୍ୟକୁ ନେଇ ରାଜନୀତି ଚର୍ଚ୍ଚା ତେଜ ହୋଇଛି । ଦିଲ୍ଲୀରେ…

ବିନା ମ୍ୟାଚ୍‌ ଖେଳି ସ୍ବର୍ଣ୍ଣ ଜିତିବ ଟିମ୍‌ ଇଣ୍ଡିଆ! ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୯।୯: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟର ନକଆଉଟ ପର୍ଯ୍ୟାୟ ଉପରେ ବର୍ଷାର ପ୍ରଭାବ ଦେଖିବାକୁ ମିଳୁଛି। କ୍ୱାର୍ଟର ଫାଇନାଲ୍‌ରେ ଏକାଧିକ ମ୍ୟାଚ ବର୍ଷା ଯୋଗୁ ରଦ୍ଦ…

ସମ୍ବଲପୁର ଫ୍ୟାକ୍ଟ୍ରିଜ୍ ଆଣ୍ଡ ବଏଲର୍ସ ସହକାରୀ ନିର୍ଦ୍ଦେଶକଙ୍କ ଘରେ ରେଡ୍, ୭ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

​ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କାରଖାନା ଓ ବଏଲର୍ସର ସହକାରୀ ନିର୍ଦ୍ଦେଶକ ଉମାକାନ୍ତ ସାମନ୍ତରାୟଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ…

ପ୍ରତିଶ୍ରୁତି ପରେ ହଟିଲା ବସ ଅବରୋଧ: ୩ ଘଣ୍ଟା ପରେ ଆନ୍ଦୋଳନରୁ ଓହରିଲେ ଗ୍ରାମବାସୀ

ଦାରିଙ୍ଗବାଡ଼ି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିଆଙ୍ଗବାଲିଠାରେ ମୁଖ୍ୟମନ୍ତ୍ରୀ ବସ୍କୁ ଅଟକାଇ ଗ୍ରାମବାସୀଙ୍କ ପକ୍ଷରୁ କରାଯାଇଥିବା ବିକ୍ଷୋଭ ୩ ଘଣ୍ଟା ପରେ ପ୍ରତିଶ୍ରୁତି…

ବଙ୍ଗ ରାଜନୀତିରେ ହଇଚଇ; ଉପନିର୍ବାଚନ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା, ୧୦୦ରୁ ଅଧିକ….

କୋଲକାତା,୨୯।୯: ପଶ୍ଚିମବଙ୍ଗରେ ଆଗାମୀ ଉପନିର୍ବାଚନ ପୂର୍ବରୁ ତୃଣମୂଳ କଂଗ୍ରେସ (TMC)ରେ ଦଳୀୟ ପରିବର୍ତ୍ତନକୁ ନେଇ ଚର୍ଚ୍ଚା ଜୋର ଧରିଛି । ମାଲଦା ଜିଲାର ମହିଷ ବାଥାନୀ ଅଞ୍ଚଳର…

ଗଭୀର ଅବପାତରେ ପରିଣତ ହେଲା ଅବପାତ: ଆଜି ଝଡ଼ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୯।୯ (ବନ୍ଦନା ସେଠୀ):ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ମ୍ୟାନ୍‌ମାର ଉପକୂଳ ଉପରେ ଥିବା ଅବପାତ ସୋମବାର ଗଭୀର ଅବପାତରେ ପରିଣତ ହୋଇଛି। ଏହା ଉତ୍ତର-ଉତ୍ତର…

ମହାନଦୀ ଜଳବିବାଦ ସମାଧାନ କରିବେ ଶାହା: ଅକ୍ଟୋବର ୧ରେ ମିଳିପାରେ ଖୁସିଖବର

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶା ଏବଂ ଛତିଶଗଡ଼ ମଧ୍ୟରେ ଦୀର୍ଘବର୍ଷ ହେଲା ମହାନଦୀ ଜଳ ବିବାଦ ଲାଗି ରହିଛି। ଏହି ବିଷୟ ବର୍ତ୍ତମାନ ଟ୍ରିବ୍ୟୁନାଲରେ ବିଚାରାଧୀନ ରହିଛି। ତେବେ କିଛିଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?