କିମ୍‌ ପୁଣି କଲେ ବାଲାଷ୍ଟିକ କ୍ଷେପଣାସ୍ତ୍ର ପରୀକ୍ଷଣ…

ପ୍ୟୋଙ୍ଗୟାଙ୍ଗ,୧୮।୧୨ : ଉତ୍ତର କୋରିଆର ଏକ ଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନ ପୁଣି ଥରେ ଦେଶର ପୂର୍ବ ଉପକୂଳରୁ ଏକ ବାଲିଷ୍ଟିକ କ୍ଷେପଣାସ୍ତ୍ର ପରୀକ୍ଷା କରିଛନ୍ତି। ଦକ୍ଷିଣ କୋରିଆ ଏହି ସୂଚନା ଦେଇଛି। ଚଳିତ ବର୍ଷ ବାଲିଷ୍ଟିକ କ୍ଷେପଣାସ୍ତ୍ରର ଉତ୍ତର କୋରିଆର ଏହା ନବମ ପରୀକ୍ଷା। ଗତ ମାସରେ ଉତ୍ତର କୋରିଆ ୨୦ ରୁ ଅଧିକ ସ୍ବଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ନିକ୍ଷେପ କରିଥିଲା। ଚଳିତ ବର୍ଷ କିମ୍‌ ୧୨ରୁ ଅଧିକ ମାରାତ୍ମକ କ୍ଷେପଣାସ୍ତ୍ର ପରୀକ୍ଷା କରିଛନ୍ତି।

ଦକ୍ଷିଣ କୋରିଆ ଏବଂ ଜାପାନର ଅଧିକାରୀମାନେ କହିଛନ୍ତି ଯେ ଉତ୍ତର କୋରିଆ ରବିବାର ଏହାର ପୂର୍ବ ଉପକୂଳରୁ ବାଲିଷ୍ଟିକ କ୍ଷେପଣାସ୍ତ୍ର ନିକ୍ଷେପ କରିଛି। ଦକ୍ଷିଣ କୋରିଆର ସେନା ମୁଖ୍ୟ କହିଛନ୍ତି ଯେ ରବିବାର ସକାଳେ ଏହି କ୍ଷେପଣାସ୍ତ୍ର ପରୀକ୍ଷା କରାଯାଇଛି। ଜାପାନର ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ମଧ୍ୟ ଏହି କ୍ଷେପଣାସ୍ତ୍ର ଉତକ୍ଷେପଣକୁ ନିଶ୍ଚିତ କରିଛି।

ଜାପାନ କହିଛି ଯେ ଉତ୍ତର କୋରିଆର ଏକ ସନ୍ଦେହଜନକ କ୍ଷେପଣାସ୍ତ୍ର ଜାପାନ ଏବଂ କୋରିଆ ଉପଦ୍ୱୀପ ମଧ୍ୟରେ ସମୁଦ୍ରରେ ପଡ଼ିଛି। ତେବେ ଜାପାନ ଉପକୂଳରୁ ଏହି କ୍ଷେପଣାସ୍ତ୍ର କେତେ ଦୂରରେ ପଡ଼ିଛି ତାହା ସୂଚନା ଦିଆଯାଇ ନାହିଁ। ଜାପାନର ଗଣମାଧ୍ୟମ ସରକାରୀ ସୂତ୍ରରୁ ପ୍ରକାଶ ଯେ ଏହି କ୍ଷେପଣାସ୍ତ୍ର ଜାପାନର ସ୍ବତନ୍ତ୍ର ଅର୍ଥନୈତିକ ଅଞ୍ଚଳ ବାହାରେ ସମୁଦ୍ରରେ ପଡ଼ିଛି।

ଏହାପୂର୍ବରୁ ନଭେମ୍ବର ୧୮ ରେ ଉତ୍ତର କୋରିଆ ଏକ ଆନ୍ତଃଦେଶୀୟ ବାଲିଷ୍ଟିକ କ୍ଷେପଣାସ୍ତ୍ର (ଆଇସିବିଏମ) ପରୀକ୍ଷା କରିଥିଲା। ଆମେରିକା ଏବଂ ଜାପାନ ଏହାକୁ ଆଞ୍ଚଳିକ ସ୍ଥିରତା ପାଇଁ ବିପଦ ବୋଲି କହିଛନ୍ତି ଏବଂ ଉତ୍ତର କୋରିଆର ବେଆଇନ ଅସ୍ତ୍ରଶସ୍ତ୍ର ବିକାଶ କାର୍ଯ୍ୟକ୍ରମ ଏବଂ ବାଲିଷ୍ଟିକ କ୍ଷେପଣାସ୍ତ୍ର ପରୀକ୍ଷା ବନ୍ଦ କରିବାକୁ ଦାବି କରିଛନ୍ତି। ଏଥି ସହିତ ଉତ୍ତର କୋରିଆ କହିଛି ଯେ ଆମେରିକା ଏବଂ ଏହାର ସହଯୋଗୀ ରାଷ୍ଟ୍ରଙ୍କ ଉତ୍ତେଜନାକୁ ଦୃଷ୍ଟିରେ ରଖି ଏଭଳି କ୍ଷେପଣାସ୍ତ୍ର ପରୀକ୍ଷା କରାଯାଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଜାପାନ ନିର୍ବାଚନ: ଆସିଲା ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟ, ଜାଣନ୍ତୁ କେଉଁ ଦଳ…

ଟୋକିଓ,୮ା୨: ଜାପାନ ପାର୍ଲାମେଣ୍ଟର ନିମ୍ନ ସଦନ ପାଇଁ ରବିବାର ଅନୁଷ୍ଠିତ ନିର୍ବାଚନରେ ପ୍ରଧାନମନ୍ତ୍ରୀ ସାନାଏ ଟାକାଇଚିଙ୍କ ମେଣ୍ଟ ସରକାର ଏକକ ସଂଖ୍ୟାଗରିଷ୍ଠ ଦଳ ଭାବେ ବିଜୟୀ ହେବା…

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

ପେଟ୍ରୋଲଠାରୁ କେତେ ଶସ୍ତା CNG କାର୍‌? ୧୦ ଲକ୍ଷ ମଧ୍ୟରେ କେଉଁଟି ଭଲ…ନୂଆ କାର୍‌ କିଣିବାକୁ ଥିଲେ…

ନୂଆଦିଲ୍ଲୀ,୮।୨: ଭାରତରେ ନୂଆ କାର୍‌ କିଣିବା ସମୟରେ ଅଧିକାଂଶ ଲୋକଙ୍କ ମନରେ ଏକ ପ୍ରଶ୍ନ ଆସେ ଯେ ପେଟ୍ରୋଲ କାର୍‌ ନେବେ ନା ସିଏନଜି (CNG) କାର୍‌?…

ବିଦ୍ୟାଳୟରୁ ଛାତ୍ର ନିଖୋଜ ଘଟଣା: ନିଆଁ ପୁଉଁଥିବାବେଳେ ଏମିତି ପଡ଼ିଲେ ଧରା

ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ନବମ ଛାତ୍ର ନିଖୋଜ ଛାତ୍ର କିଷାନ ବେହେରା ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ…

ରାତିରେ ପ୍ରେମିକଙ୍କ ସହ ଯୁବତୀଙ୍କୁ ଦେଖିଦେଲେ ଗ୍ରାମବାସୀ, ମାଡ଼ ମାରି କଲେ ଭିଡିଓ ଭାଇରାଲ…ଲୋକଲଜ୍ଜା ସହି ନ ପାରି…

ବେତିଆ,୮।୨: ବିହାରର ପଶ୍ଚିମ ଚମ୍ପାରଣ ଜିଲାର ଶିକାରପୁର ଥାନା ଅଞ୍ଚଳର ଏକ ଗାଁରୁ ଏକ ଚକିତ କଲାଭଳି ଘଟଣା ଘଟିଛି। ପ୍ରେମରେ ପଡ଼ିଥିବା ଜଣେ ଯୁବତୀ ମାନସିକ…

୧୩ ବରିଷ୍ଠ ରାଜସ୍ବ ସହାୟକଙ୍କୁ ସେକ୍ସନ ଅଫିସର ପଦବୀକୁ ପଦୋନ୍ନତି

କୋରାପୁଟ,୮ା୨(ଅମିତାଭ ବେହେରା): କୋରାପୁଟ ଜିଲାର ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ବରିଷ୍ଠ ରାଜସ୍ବ ସହାୟକଙ୍କ ମଧ୍ୟରୁ ୧୩ ଜଣଙ୍କୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସେକ୍ସନ ଅଫିସର…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୨: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଚିକିଟି ବ୍ଲକ ଅନ୍ତର୍ଗତ ସୁନପୂରର ୨ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri