ଦକ୍ଷିଣ କୋରିଆ ନିକଟରେ କ୍ଷେପଣାସ୍ତ୍ର ପକାଇଲେ କିମ୍‌…

ପ୍ୟୋଙ୍ଗୟାଙ୍ଗ/ସିଓଲ,୨।୧୧: ଉତ୍ତର କୋରିଆ ପୁଣି ଦକ୍ଷିଣ କୋରିଆ ଆଡକୁ ବୁଧବାର କ୍ଷେପଣାସ୍ତ୍ର ନିକ୍ଷେପ କରିଛି। ଏହାକୁ ଦୃଷ୍ଟିରେ ରଖି ଦୁଇ ପଡୋଶୀ ଦେଶ ମଧ୍ୟରେ ତିକ୍ତତା ବୃଦ୍ଧି ପାଇଛି। ଦକ୍ଷିଣ କୋରିଆ ରାଷ୍ଟ୍ରପତି ଇନ ସୁକ ୟୋଲ ଜାତୀୟ ସୁରକ୍ଷା ପରିଷଦର ଏକ ବୈଠକ ଡାକିଛନ୍ତି। କ୍ଷେପଣାସ୍ତ୍ର ପଡ଼ିଥିବା ସେ ଉଲୁଙ୍ଗଡୋ ଦ୍ୱୀପର ଲୋକଙ୍କୁ ବଙ୍କରକୁ ଯିବାକୁ ଏବଂ ତୁରନ୍ତ ସେନାକୁ ଏହାର ଠିକଣା ଜବାବ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଦକ୍ଷିଣ କୋରିଆର ସୈନ୍ୟବାହିନୀ ଉତ୍ତର କୋରିଆର ଏହି କ୍ଷେପଣାସ୍ତ୍ର ଆକ୍ରମଣକୁ ନିକଟ ଅତୀତର ସବୁଠାରୁ ଆକ୍ରମଣାତ୍ମକ ତଥା ଉତ୍ତେଜକ ବୋଲି ବର୍ଣ୍ଣନା କରିଛନ୍ତି।

ସାମୁଦ୍ରିକ ସୀମା ଏବଂ ଅନ୍ୟାନ୍ୟ ପ୍ରସଙ୍ଗକୁ ନେଇ ଦୁଇ ଦେଶ ମଧ୍ୟରେ ଦୀର୍ଘ ଦିନ ଧରି ବିବାଦ ଲାଗି ରହିଛି। ବିବାଦୀୟ ଅଞ୍ଚଳରେ ଏକ ବାଲିଷ୍ଟିକ କ୍ଷେପଣାସ୍ତ୍ର ନିକ୍ଷେପ କରାଯାଇଛି।

ଉତ୍ତର କୋରିଆର ସାମରିକ ଶାସକ କିମ ଜୋଙ୍ଗ ଉନଙ୍କ ନିର୍ଦ୍ଦେଶରେ ବାଲିଷ୍ଟିକ କ୍ଷେପଣାସ୍ତ୍ର ସମେତ ୧୦ ଟି କ୍ଷେପଣାସ୍ତ୍ର ନିକ୍ଷେପ କରାଯାଇଛି। ଦକ୍ଷିଣ କୋରିଆ ସୈନ୍ୟବାହିନୀ କହିଛନ୍ତି ଯେ ପ୍ରଥମ ଥର ପାଇଁ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆମ ସମୁଦ୍ର ଅଞ୍ଚଳ ନିକଟରେ ପଡିଛି। ଦକ୍ଷିଣ କୋରିଆର ଜଏଣ୍ଟ ଚିଫ୍‌ ଅଫ୍‌ ଷ୍ଟାଫ୍‌ କହିଛନ୍ତି ଯେ ଉଲୁଙ୍ଗଡୋ ଦ୍ୱୀପରେ ଏୟାର ଷ୍ଟ୍ରାଇକ ଚେତାବନୀ ଦିଆଯାଇଛି। ସେ କହିଛନ୍ତି ଯେ ଆମ ରାଷ୍ଟ୍ରପତି ଉତ୍ତର କୋରିଆକୁ ତୁରନ୍ତ ଜବାବ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଜଏଣ୍ଟ ଚିଫ୍‌ ଅଫ୍‌ ଷ୍ଟାଫ୍‌ ନିର୍ଦ୍ଦେଶକ କାଙ୍ଗ ସଚିନ-ଚୁଲ କହିଛନ୍ତି ଯେ ଉତ୍ତର କୋରିଆର କ୍ଷେପଣାସ୍ତ୍ର ଉତକ୍ଷେପଣ ବେଆଇନ ଏବଂ ଏହା ଗ୍ରହଣୀୟ ନୁହେଁ। କୋରିଆ ବିଭାଜନ ପରେ ଏହା ପ୍ରଥମ ଥର ପାଇଁ ଉତ୍ତର ସୀମା ଲାଇନର ଦକ୍ଷିଣ କୋରିଆ ଜଳ ନିକଟରେ ଏଭଳି କ୍ଷେପଣାସ୍ତ୍ର ନିକ୍ଷେପ କରାଯାଇଛି। ସେ କହିଛନ୍ତି ଉତ୍ତର କୋରିଆ ପୂର୍ବ ସାଗର ଆଡକୁ ତିନୋଟି ସ୍ବଳ୍ପ ଦୂରଗାମୀ ବାଲିଷ୍ଟିକ କ୍ଷେପଣାସ୍ତ୍ର ନିକ୍ଷେପ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?