୨୦ ବର୍ଷରେ ୧୭୬ କ୍ଷେପଣାସ୍ତ୍ର ପରୀକ୍ଷା କରିଛନ୍ତି କିମ୍‌…

ପ୍ୟୋଙ୍ଗୟାଙ୍ଗ,୩।୧୧ : ଚଳିତ ବର୍ଷ ଉତ୍ତର କୋରିଆ ଲଗାତାର କ୍ଷେପଣାସ୍ତ୍ର ପରୀକ୍ଷା କରୁଛି। କ୍ଷେପଣାସ୍ତ୍ର ପରୀକ୍ଷଣକୁ ନେଇ ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନ ପୁଣି ଥରେ ଆକ୍ସନ ମୋଡରେ ଅଛନ୍ତି। ସେ ଚଳିତ ବର୍ଷ ଜାନୁଆରୀରୁ କ୍ଷେପଣାସ୍ତ୍ର ପରୀକ୍ଷା ଆରମ୍ଭ କରିଥିଲେ ଏବଂ ପ୍ରାୟ ପ୍ରତି ମାସରେ ପରୀକ୍ଷଣ ଜାରି ରହିଥିଲା।

ଏହାପୂର୍ବରୁ କିମ୍‌ଙ୍କ ନିର୍ଦ୍ଦେଶରେ ଉତ୍ତର କୋରିଆ ଆଇସିବିଏମ ପରୀକ୍ଷା ସମେତ ୨୦୧୭ ମସିହାରେ ସର୍ବାଧିକ ୧୬ ଟି କ୍ଷେପଣାସ୍ତ୍ର ପରୀକ୍ଷା କରିଥିଲା। ଉଲ୍ଲେଖନୀୟ କଥା ହେଉଛି, ତାଙ୍କ ପିତା ତଥା ଦେଶର ସର୍ବୋଚ୍ଚ ନେତା କିମ ଜୋଙ୍ଗ ଇଲଙ୍କ ମୃତ୍ୟୁ ପରେ ଡିସେମ୍ବର ୨୦୧୧ ରେ କିମ୍‌ କ୍ଷମତାକୁ ଆସିଥିଲେ। ଏହା ପରେ କିମ ଜୋଙ୍ଗ ଉନ ମଧ୍ୟ ତାଙ୍କର ପରମାଣୁ କାର୍ଯ୍ୟକ୍ରମ ଉପରେ ଅଧିକ ଧ୍ୟାନ ଦେଇଥିଲେ। ଶକ୍ତି ହାସଲ କରିବା ପରେ ଉତ୍ତର କୋରିଆ କିମଙ୍କ ନିର୍ଦ୍ଦେଶରେ ୨୦୦୨ଠାରୁ ଗତ ୨୦ ବର୍ଷ ମଧ୍ୟରେ ପରୀକ୍ଷଣ ନାମରେ ୧୭୬ କ୍ଷେପଣାସ୍ତ୍ର ଉତକ୍ଷେପଣ କରିଛନ୍ତିି।

ଚଳିତ ବର୍ଷ ବିଷୟରେ କହିବାକୁ ଗଲେ ଏପର୍ଯ୍ୟନ୍ତ ସେ ମୋଟ ୨୮ ଟି କ୍ଷେପଣାସ୍ତ୍ର ପରୀକ୍ଷା କରିଛନ୍ତି। ଏହି ୨୮ ଥରରେ ସେ ଏପର୍ଯ୍ୟନ୍ତ ୭୧ରୁ ଅଧିକ କ୍ଷେପଣାସ୍ତ୍ର ନିକ୍ଷେପ କରିଛନ୍ତି। ମଙ୍ଗଳବାର ଉତ୍ତର କୋରିଆ ଏକାସାଙ୍ଗରେ ୨୩ଟି କ୍ଷେପଣାସ୍ତ୍ର ନିକ୍ଷେପ କରିଛି। ୨୦୦୨ଠାରୁ ଉତ୍ତର କୋରିଆ ମୋଟ ୯୦ ଥର କ୍ଷେପଣାସ୍ତ୍ର ପରୀକ୍ଷା କରିଛି। ଏହି ସମୟ ମଧ୍ୟରେ ଉତ୍ତର କୋରିଆ ସମୁଦାୟ ୧୭୬ ଟି କ୍ଷେପଣାସ୍ତ୍ର ନିକ୍ଷେପ କରିଥିଲା। ସେଥିମଧ୍ୟରୁ ଅଳ୍ପ କିଛି ବିଫଳ ହୋଇଥିଲା। ୪ ଜୁଲାଇ ୨୦୧୭ ରେ ଉତ୍ତର କୋରିଆ ଏହାର ହାସାଙ୍ଗ ୧୪ ଆଇସିବିଏମ କ୍ଷେପଣାସ୍ତ୍ରର ପ୍ରଥମ ପରୀକ୍ଷଣ କରିଥିଲା। ଏହା ପରେ ବର୍ତ୍ତମାନ ପର୍ଯ୍ୟନ୍ତ ଅନେକ ପରୀକ୍ଷା କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri