ପୁଟିନଙ୍କୁ ଭେଟିଲେ କିମ୍‌

ମସ୍କୋ,୧୩।୯: ଋଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଉତ୍ତର କୋରିଆର ନେତା କିମ ଜୋଙ୍ଗ ଉନଙ୍କୁ ଭେଟିଛନ୍ତି। ଋଷିଆର ସୁଦୂର ପୂର୍ବ ଆମୁର ଅଞ୍ଚଳରେ ଅବସ୍ଥିତ ଭୋଷ୍ଟୋଚନି କସମୋଡ୍ରୋମରେ ବୁଧବାର କିମଙ୍କୁ ଭେଟିଛନ୍ତି ପୁଟିନ। ଆମେରିକା ସହିତ ଚାଲିଥିବା ବିବାଦ ମଧ୍ୟରେ ଉଭୟ ନେତାଙ୍କ ସାକ୍ଷାତ ଏବେ ଆମେରିକାର ମୁଣ୍ଡବିନ୍ଧାର କାରଣ ସାଜିଛି।

ଋଷିଆର ସରକାରୀ ଖବରଦାତା ଏଜେନ୍ସି ଆରଆଇ ନୋଭୋଷ୍ଟି କହିଛି, ଅତ୍ୟାଧୁନିକ ସୁବିଧା ତଥା ଭାରୀ ଅସ୍ତ୍ରଶସ୍ତ୍ରରେ ସଜ୍ଜିତ ଲିମୋଜିନ ଟ୍ରେନ ଯୋଗେ ଉତ୍ତର କୋରିଆର ରାଜଧାନୀ ପ୍ୟୋଙ୍ଗୟାଙ୍ଗରୁ କିମ ଭୋଷ୍ଟୋନି କସମୋଡ୍ରୋମରେ ପହଞ୍ଚିଛନ୍ତି। ଏଜେନ୍ସି ଅନୁଯାୟୀ, କସମୋଡ୍ରୋମରେ ଉପସ୍ଥିତ ଥିବା ପୁଟିନ ଉତ୍ତର କୋରିଆ ନେତାଙ୍କୁ ସ୍ବାଗତ କରିବା ସହ ତାଙ୍କ ସହ ହାତ ମିଳାଇ ଥିଲେ। ପୁଟିନ୍‌ ବ୍ୟସ୍ତତା ଭିତରେ ଥାଇ ମଧ୍ୟ କିମ୍‌ଙ୍କୁ ସାକ୍ଷାତ ପାଇଁ ଆମନ୍ତ୍ରଣ କରିଥିବାରୁ ପୁଟିନ୍‌ଙ୍କୁ ଧନ୍ୟବାଦ ଜଣାଇଛନ୍ତି କିମ୍‌। ଦୁଇ ନେତାଙ୍କ ବୈଠକ ଭୋଷ୍ଟୋଚନି କସମୋଡ୍ରୋମର ସ୍ପେସ ସେଣ୍ଟରରେ ଅନୁଷ୍ଠିତ ହେବ।

ସୂଚନାଯୋଗ୍ୟ, ୨୦୧୯ପରେ ଏହି ଦୁଇ ନେତାଙ୍କ ଏହା ପ୍ରଥମ ବୈଠକ। ଏହି ବୈଠକରେ ଦୁଇ ଦେଶ ମଧ୍ୟରେ ଆଣବିକ ଅସ୍ତ୍ର ନେଇ ବୁଝାମଣା ହୋଇପାରେ ବୋଲି ଆଶା କରାଯାଉଛି। ତେବେ ବୈଠକରେ ଅସ୍ତ୍ରଶସ୍ତ୍ର ସହ ଆଉ କେଉଁ ବିଷୟରେ ଆଲୋଚନ ହେବ ସେନେଇ ସାରା ବିଶ୍ୱର ନଜର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧୋକା ଦେଇଛନ୍ତି ରାହୁଲ ଗାନ୍ଧୀ: କାହିଁକି ଏମିତି କହିଲେ କଙ୍ଗନା ରାଣାଓ୍ବତ

ନୂଆଦିଲ୍ଲୀ,୧୧।୮: ସଂସଦର ମକର ଦ୍ୱାରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ବିତର୍କ ଏଡାଇବା ଅଭିଯୋଗରେ ଏନଡିଏ ଏମ୍‌ପିମାନେ ମଙ୍ଗଳବାର ପ୍ରତିବାଦ ପ୍ରଦର୍ଶନ କରିଥିଲେ। ପ୍ଲାକାର୍ଡ ଧରି…

ଲଞ୍ଚ୍‌ର ୮୫ ସେକେଣ୍ଡ ପରେ ଜୋରଦାର ବିସ୍ଫୋରଣ: ନିଆଁ ପିଣ୍ଡୁଳା ପାଲଟିଲା ବାହୁବଳୀ ରକେଟ୍

ବେଜିଂ,୧୧।୮: ଆକାଶରେ ଉଡ଼ାଣ ଭରିବାର କିଛି ସମୟ ପରେ ଚାଇନାର ଏକ ରକେଟ୍ ଅଗ୍ନି ପୁଣ୍ଡୁଳାରେ ପରିଣତ ହୋଇଛି । ଗତ ସୋମବାର (ଅଗଷ୍ଟ ୧୦) ଦିନ…

AI ଉପରେ କାର୍ଯ୍ୟାନୁଷ୍ଠାନ ପରେ ଭର୍ଚୁଆଲ ପ୍ରେମିକଙ୍କୁ ହରାଇ ଭାଙ୍ଗି ପଡ଼ିଲେଣି ଚାଇନାର ଅନେକ ଯୁବତୀ!

ବେଜିଂ,୧୧।୮: ଚାଇନା ସରକାର AI ବ୍ୟବହାର ସମ୍ପର୍କରେ କଠୋର ନିୟମ ଲାଗୁ କରିଛନ୍ତି, ଯାହା ଫଳରେ ପ୍ରଯୁକ୍ତିବିଦ୍ୟା କମ୍ପାନୀଗୁଡ଼ିକ ଏହି ନିୟମ ପାଳନ କରିବା ପାଇଁ ସେମାନଙ୍କର…

ରାଜଧାନୀରେ ହାଇଆଲର୍ଟ: ୧୯ ଆତଙ୍କବାଦୀଙ୍କ ପୋଷ୍ଟର

ନୂଆଦିଲ୍ଲୀ,୧୧।୮: ସ୍ବାଧୀନତା ଦିବସ ପୂର୍ବରୁ ଆତଙ୍କବାଦୀ ବିପଦକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ ସାରା ରାଜଧାନୀରେ ହାଇଆଲର୍ଟ ଜାରି କରିଛି। ସ୍ପେଶାଲ ସେଲ, କ୍ରାଇମ ବ୍ରାଞ୍ଚ, ରେଳବାଇ…

ବିଦ୍ୟୁତ ଆଘାତ, ଯୌନ ନିର୍ଯାତନା… ରୁଷିଆ ଜେଲରେ ୟୁକ୍ରେନୀୟ କଏଦୀମାନଙ୍କୁ କିପରି ନିର୍ଯାତନା ଦିଆଯାଏ? ରିପୋର୍ଟରେ ଆସିଲା…

ନୂଆଦିଲ୍ଲୀ,୧୧।୮: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଦୀର୍ଘ ସମୟ ଧରି ଚାଲିଛି। ଦୁଇ ରାଷ୍ଟ୍ର ମଧ୍ୟରେ ଶାନ୍ତି ସ୍ଥାପନ ପାଇଁ ଅନେକ ପ୍ରୟାସ ବିଫଳ ହୋଇଛି।…

SBI ବ୍ୟାଙ୍କ ଲକରରୁ ୫୦ ଲକ୍ଷର ଗହଣା ଗାଏବ, ୨୦୦୩ରୁ କଟୁଥିଲା ଭଡ଼ା

ଲକ୍ଷ୍ନୌ,୧୧।୮: ବ୍ୟାଙ୍କରେ ନିଜର କଷ୍ଟଅର୍ଜିତ ସଞ୍ଚୟ ଏବଂ ଅଳଙ୍କାର ସୁରକ୍ଷିତ ରଖୁଥିବା ଲୋକଙ୍କ ପାଇଁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଉତ୍ତର ପ୍ରଦେଶର କାନପୁର ସ୍ୱରୂପ…

ତ୍ରିରଙ୍ଗା ଧରିଲେ ମୋଦି: ପାଦରେ ଚାଲି ଚାଲି ସଂସଦ ଅଭିମୁଖେ ଯାତ୍ରା

ନୂଆଦିଲ୍ଲୀ,୧୧।୮: ସଂସଦର ମୌସୁମୀ ଅଧିବେଶନ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଏନଡିଏ ଏମ୍‌ପିଙ୍କ ସମାବେଶରେ ଭାଷଣ ଦେବା ପୂର୍ବରୁ ଆଜି ତ୍ରିରଙ୍ଗା ଉତ୍ତୋଳନ କରାଯାଇଥିଲା। ‘ବନ୍ଦେ ମାତରମ’ ଧ୍ୱନି…

ସ୍ବାଧୀନତା ଦିବସ ପାଇଁ ତଦାରଖ କଲେ ବିଡିଓ: ଛାତ୍ରୀଛାତ୍ରଙ୍କ ପ୍ରତିଯୋଗିତା-ଚୟନକୁ ଗୁରୁତ୍ୱ

ଦାରିଙ୍ଗବାଡି,୧୧।୮(ଅରୁଣ ସହୁ):ଆସନ୍ତା ଶନିବାର ସ୍ବାଧୀନତା ଦିବସ ପାଳନ ହେବ। ଏଥିପାଇଁ ଚାରିଆଡେ ଏବେ ଜୋରଦାର ପ୍ରସ୍ତୁତି ଚାଲିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ହେଲିପ୍ୟାଡ଼ ପଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri