ମହାବିନାଶକାରୀ ଅସ୍ତ୍ରଶସ୍ତ୍ର ପ୍ରଦର୍ଶନ କଲେ କିମ୍‌ ଜୋଙ୍ଗ୍‌

ପୋୟାଙ୍ଗ୍‌ୟଙ୍ଗ, ୧୧।୧୦: ଉତ୍ତରକୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ୍‌ ଉନ୍‌ ମହାବିନାଶକାରୀ ଅସ୍ତ୍ରଶସ୍ତ୍ର ପ୍ରଦର୍ଶନ କରିଛନ୍ତି। ଆମେରିକା ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ କିମ୍‌ ଏଭଳି କରିଛନ୍ତି। ଏହା ସହିତ ସେ ଆମେରିକା ନାମ ନ ନେଇ ଚେତାବନୀ ବି ଦେଇଛନ୍ତି। କିମ୍‌ କହିଛନ୍ତି ଯଦି କୌଣସି ଦେଶ ଉତ୍ତରକୋରିଆ ଧମକ ଦିଏ ତେବେ ନିଶ୍ଚିତ ଭାବେ ପରମାଣୁ ଶକ୍ତିର ପ୍ରୟୋଗ କରାଯିବ ବୋଲି ସେ କହିଛନ୍ତି। ଶାସକ ଦଳ କୋରିଆ ଓ୍ବାକର୍ସ ପାର୍ଟି ପକ୍ଷରୁ ୭୫ ବର୍ଷ ସ୍ଥାପନା ଦିବସ ଉତ୍ସବରେ ଏସବୁ ଅସ୍ତ୍ରଶସ୍ତ୍ର ରାଜଧାନୀ ପୋୟାଙ୍ଗ୍‌ୟଙ୍ଗ ରାଜରାସ୍ତାରେ ପ୍ରଦର୍ଶନ କରାଯାଇଛି। ସେଥିମଧ୍ୟରେ ଶକ୍ତିଶାଳୀ ସିକ୍ରେଟ କ୍ଷେପଣାସ୍ତ୍ର ହାଓ୍ବସାଙ୍ଗ-୧୫କୁ ମଧ୍ୟ ପ୍ରଦର୍ଶିତ କରାଯାଇଛି। ଏହାକୁ ୨୨ ଚକା ବିଶିଷ୍ଟ ଟ୍ରକରେ ଅଣାଯାଇଥିଲା। ସେହିପରି ରୁଷ୍‌ର ଅରମାଟା ଟ୍ୟାଙ୍କ ସଦୃଶ ଟ୍ୟାଙ୍କ ଏହି ଉତ୍ସବରେ ପ୍ରଦର୍ଶିତ ହୋଇଛି। ସୂଚନାଯୋଗ୍ୟ, କୋରିଆ ଓ୍ବାକର୍ସ ପାର୍ଟି ଅକ୍ଟୋବର ୧୦ରେ ସ୍ଥାପନା କରାଯାଇଥିଲା। ପ୍ରଥମ ଥର ପାଇଁ ଏହି ଉତ୍ସବକୁ ରାତିରେ ଆୟୋଜନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ

ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...

କାହିଁକି ବାଦ୍‌ ପଡ଼ିଲେ ଗିଲ୍‌: ମୁହଁ ଖୋଲିଲେ ଅଗରକର

ମୁମ୍ବାଇ, ୨୦ା୧୨: ୨୦୨୬ ଫେବୃଆରୀ-ମାର୍ଚ୍ଚରେ ହେବାକୁ ଥିବା ଟି୨୦ କ୍ରିକେଟ୍‌ ବିଶ୍ୱକପ୍‌ ଲାଗି ଶନିବାର ଭାରତୀୟ ଦଳ ଘୋଷିତ ହୋଇଛି। ଦିନିକିଆ ଓ ଟେଷ୍ଟ ଦଳର...

ରାଜ୍ୟ ପାଇଁ ଗୌରବ ଆଣିଲେ ରଞ୍ଜନା: ଥାଇଲାଣ୍ଡରୁ ରୌପ୍ୟ ପଦକ ପାଇ…

ପୁରୁଷୋତ୍ତମପୁର,୨୦।୧୨ (ସବିତା ମିଶ୍ର): ଥାଇଲାଣ୍ଡରେ ଚାଲିଥିବା ଅନ୍ତର୍ଜାତୀୟ ପାରା ଆଥ୍ଲେଟିକ ପ୍ରତିଯୋଗିତାରେ ଗଞ୍ଜାମ ଜଲା ପୁରୁଷୋତ୍ତମପୁର ବ୍ଳକ କୁଶପୁର ଗ୍ରାମର ରଞ୍ଜନା ନାୟକ ଦୁଇଗୋଟି ରୌପ୍ୟ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

୮ ବର୍ଷ ପରେ କେନ୍ଦ୍ରୀୟ ବିଦ୍ୟାଳୟ ପାଳିଲା ବାର୍ଷିକ ଉତ୍ସବ : ଉପ ଜିଲାପାଳ କହିଲେ…

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଦୀର୍ଘ ୮ ବର୍ଷ ପରେ ଶନିବାର ସନ୍ଧ୍ୟାରେ ତ ବାର୍ଷିକ ଉତ୍ସବ ପାଳନ କରିଛି। ୨୦୧୭...

ପ୍ରସିଦ୍ଧ ଗୁପ୍ତେଶ୍ୱର ମନ୍ଦିରରୁ ବାହାରିଲା ୧୧ ଫୁଟ୍‌ର ଅହିରାଜ ସାପ, କରୁଥିଲା ଭୟଙ୍କର ଗର୍ଜନ

ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ଅଞ୍ଚଳରେ ଥିବା ପ୍ରସିଦ୍ଧ ଗୁପ୍ତେଶ୍ୱର ମନ୍ଦିରରୁ ଶନିବାର ଏକ ୧୧ ଫୁଟ୍ ଲମ୍ବର...

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ ଚକା ତଳେ ଗଲା ଜୀବନ 

ରାୟଗଡା,୨୦।୧୨(ଆଶିଷ ରଞ୍ଜନ ପଣ୍ଡା): ଭୟଙ୍କର ଦୁର୍ଘଟଣା। ଟ୍ରକ୍‌-ବାଇକ ମୁହାଁମୁହିଁ ଧକ୍କାରେ ଜଣଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଥିବା ସୂଚନା ମିଳିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri