ରୁଷିଆ ଗସ୍ତରେ କିମ ଜୋଙ୍ଗ ଉନ: ଅସ୍ତ୍ରଶସ୍ତ୍ର ଚୁକ୍ତି ସମ୍ପର୍କରେ ହେବ ଆଲୋଚନା

ପ୍ୟୋଙ୍ଗୟାଙ୍ଗ୍‌,୧୨।୯: ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନ ରୁଷିଆ ଗସ୍ତରେ ଯାଇଛନ୍ତି। ସେଠାରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ଅସ୍ତ୍ରଶସ୍ତ୍ର ଚୁକ୍ତି ସମ୍ପର୍କରେ ସେ ଆଲୋଚନା କରିବେ ବୋଲି ଜଣାପଡିଛି। କ୍ରେମଲିନ କିମ୍‌ଙ୍କ ଏହି ଗସ୍ତକୁ ନିଶ୍ଚିତ କରିଛି।
ଏକ ଟ୍ରେନ ଉତ୍ତର କୋରିଆର ରାଜଧାନୀ ପ୍ୟୋଙ୍ଗୟାଙ୍ଗରୁ ବାହାରି ରୁଷିଆର ଭ୍ଲାଡିଭୋଷ୍ଟୋକରେ ପହଞ୍ଚିଛି ବୋଲି ଦାବି କରାଯାଇଛି। ମଙ୍ଗଳବାର ସକାଳେ ଏଠାରେ କିମ-ପୁଟିନ ବୈଠକ ଅନୁଷ୍ଠିତ ହେବ। ଆମେରିକାର ଅଧିକାରୀମାନେ ଗତ ସପ୍ତାହରେ ଗୁପ୍ତଚର ପ୍ରଦାନ କରିଥିଲେ ଯେ, ପୁଟିନ ଏବଂ କିମ ଜୋଙ୍ଗ ଖୁବ୍‌ଶୀଘ୍ର ରୁଷିଆ ପୂର୍ବ ସହର ଭ୍ଲାଡିଭୋଷ୍ଟୋକରେ ଅସ୍ତ୍ରଶସ୍ତ୍ର ଚୁକ୍ତିରେ ସ୍ବାକ୍ଷର କରିବେ। ଖବର ଅନୁଯାୟୀ, ୟୁକ୍ରେନ ଯୁଦ୍ଧ ପାଇଁ ଉତ୍ତର କୋରିଆ ରୁଷିଆକୁ ଅସ୍ତ୍ର ଯୋଗାଇପାରେ।
ସୂଚନାଯୋଗ୍ୟ, ଉତ୍ତର କୋରିଆ ସହ ଗୁପ୍ତ ଆଲୋଚନା ବିଷୟରେ ଆମେରିକା ନିକଟରେ ରୁଷିଆକୁ ଚେତାବନୀ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀରାମ ନବମୀ ପାଇଁ ଚଳଚଞ୍ଚଳ ଦିଗପହଣ୍ଡି: ଯୋଗଦେଲେ ଡ.ସିଦ୍ଧାନ୍ତ ମହାପାତ୍ର, ବିଶ୍ବହିନ୍ଦୁ ପରିଷଦ….

ଦିଗପହଣ୍ଡି,୨୭।୩(ଅଶେଷ ନାଥ ମିଶ୍ର): ଆଜି ପବିତ୍ର ଶ୍ରୀରାମ ନବମୀ। ଏ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଚଳଚଞ୍ଚଳ ହୋଇ ଉଠିଛି। ତେବେ ଗୁରୁବାର ସାରେ ଶ୍ରୀରାମ ନବମୀ…

ସିକ୍ରେଟ କ୍ୟାବିନରେ ଚାଲାଣ ହେଉଥିଲା ୧୮୭ କେଜି ଗଞ୍ଜେଇ, ମାଡ଼ିବସିଲା ସୁବଳୟା ପୋଲିସ

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ପୋଲିସ ଗୁରୁବାର ସୋନପୁର-ବୀରମହାରାଜପୁର ରାସ୍ତାର ଦୁରଦୁରା ନର୍ସରୀ ନିକଟରୁ ଏକ ପିକଅପରେ ଚାଲାଣ ହେଉଥିବା ୧୮୭ କେଜି ଗଞ୍ଜେଇ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ଗାଁଦାଣ୍ଡରେ ଯୁବକଙ୍କୁ ପିଟି ହତ୍ୟା

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ପିତାମହୁଲ ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହତ୍ୟାର ଶିକାର ହୋଇଛନ୍ତି…

ବଡ଼ବଡ଼ିଆ ଜବରଦଖଲକାରୀଙ୍କ ବଦଳରେ ଗରିବଙ୍କ କୁଡ଼ିଆ ଉଚ୍ଛେଦ, ପ୍ରତିବାଦରେ ତାତିଲେ ଲୋକେ

ବରଗଡ଼,୨୭।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଅଭିଯାନ ଚାଲିଛି। ଏହି କ୍ରମରେ ବୁଲଡୋଜର ପର୍ଯ୍ୟାୟକ୍ରମେ ସହରର ଗୋଟିଏ ସ୍ଥାନରୁ ଅନ୍ୟ ଜବରଦଖଲ ସ୍ଥାନକୁ ମାଡ଼ି ବସିଛି।…

ସୃଜନଶୀଳତାକୁ ପ୍ରାଧାନ୍ୟ

ଖୋର୍ଦ୍ଧାସ୍ଥିତ ଆର୍ଯ୍ୟବର୍ତ୍ତ ଆନ୍‌ସିଏଣ୍ଟ ଏକାଡେମୀ (ଏଏଏ)ର ପ୍ରିନ୍ସିପାଲ ଭାବେ ଡ. ଦୀପ୍ତିମୟୀ ମହାନ୍ତି କାର୍ଯ୍ୟରତ ଥିବାବେଳେ ତାଙ୍କର ଶିକ୍ଷାକ୍ଷେତ୍ରରେ ୩୦ ବର୍ଷର ଅଭିଜ୍ଞତା ରହିଛି। ଅବିରତ ଉତ୍ସାହ…

ବଚସା ହେଲା କାଳ…ସ୍ତ୍ରୀକୁ ସିଲିଣ୍ଡର ଛେଚି ହତ୍ୟା କଲେ ସ୍ବାମୀ

ଚଣ୍ଡିଗଡ଼,୨୭।୩: ହରିୟାଣାର ଗୁରୁଗ୍ରାମ ଜିଲାରୁ ଏକ ହୃଦୟ ବିଦାରକ ରିପୋର୍ଟ ସାମ୍ନାକୁ ଆସିଛି। ରିପୋର୍ଟ ଅନୁସାରେ, ଗୁରୁଗ୍ରାମର ଚୌମା ଗାଁରେ, ଗୁଞ୍ଜନ ନାମକ ଜଣେ ୨୨ ବର୍ଷୀୟା…

କାହିଁକି ପଛଘୁଞ୍ଚା ଦେଲେ ଟ୍ରମ୍ପ, କହିଦେଲେ ଏହି ବଡ଼ କାରଣ

ଓ୍ବାଶିଂଟନ,୨୭ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୧୦ ଦିନ ପାଇଁ ଯୁଦ୍ଧ ବିରତି ଘୋଷଣା କରିଛନ୍ତି। ତେବେ ଟ୍ରମ୍ପ କାହିଁକି ଏପରି ନିଷ୍ପତ୍ତି ନେଇଛନ୍ତି ସେନେଇ ସୋସିଆଲ…

ଭାରତ୍ତୋଳନରେ ଦୀପାରାଣୀଙ୍କୁ ରୌପ୍ୟ

ଚିକିଟି, ୨୭ା୩ (ପ୍ରକାଶ ଚନ୍ଦ୍ର ସାହୁ ): ଛତିଶଗଡ ରାଇପୁର ସ୍ଥିତ ପଣ୍ଡିତ ରବି ଶଙ୍କର ବିଶ୍ୱ ବିଦ୍ୟାଳୟର ଖେଳ ପଡ଼ିଆ ପରିସରରେ ଗୁରୁବାର ଜାତୀୟସ୍ତରୀୟ ଉଦ୍‌ଘାଟିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri