ଏକ ଛତ୍ରବାଦୀ ଶାସକ କିମ୍‌ଙ୍କ ନୂଆ ଆଦେଶ: ପୋଷା କୁକୁରକୁ ହତ୍ୟାକରି ଖାଇବେ ଲୋକେ

ସିଓଲ, ୧୯।୮: ଉତ୍ତରକୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ୍‌ ଉନ୍‌ ଏବେ ଦେଶରେ ନୂଆ ଆଦେଶ ଜାରି କରିଛନ୍ତି। ନୂଆ ଆଦେଶ ଅନୁସାରେ ଘରେ ପୋଷା କୁକୁର ରଖିବା ପୁଞ୍ଜିବାଦ ବିଚାରଧାରାର ପ୍ରତୀକ। ତେଣୁ କୁକୁରକୁ ହତ୍ୟା କରିବା ସହିତ ମାଂସ ଖାଇବାକୁ କିମ୍‌ ନିର୍ଦ୍ଦେଶ ଜାରି କରିଛନ୍ତି। ଏଠାରେ କୁକୁରକୁ ଧରି ସରକାରୀ ଜଡ଼ିଆଖାନାରେ ବିକ୍ରି କରାଯାଉଛି। ସେହିପରି ମାଂସ ଦୋକାନରେ ମଧ୍ୟ କୁକୁରକୁ ବିକ୍ରି କରାଯାଉଛି। ଏବେ ପୋଷା କୁକୁର ରଖିଥିବା ମାଲିକଙ୍କ ଆଖିରୁ ନିଦ ହଜି ଯାଇଛି। ପୂର୍ବରୁ ଜୁଲାଇରେ କିମ୍‌ ଘରେ କୁକୁର ରଖିବା ଆଇନ ଅନୁସାରେ ଦଣ୍ଡନୀୟ ବୋଲି ଘୋଷଣା କରିଥିଲେ। ଏହା ଦ୍ୱାରା ପୁଞ୍ଜିବାଦ ବିଚାରଧାରାକୁ ସମର୍ଥନ କରାଯାଉଥିବା କିମ୍‌ କହିଥିଲେ। ଏନେଇ ସ୍ଥାନୀୟ ଗଣମାଧ୍ୟମ ସଂସ୍ଥା ଚୋସୁନ୍‌ ଇଲ୍‌ବୋରେ ଖବର ପ୍ରକାଶିତ ହୋଇଥିଲା। ଏହାପରେ ଉତ୍ତରକୋରିଆ ପ୍ରଶାସନ ପକ୍ଷରୁ ପୋଷା କୁକୁର ରଖାଯାଇଥିବା ଘରଗୁଡ଼ିକୁ ଚିହ୍ନଟ କରାଯାଇଛି। ସେମାନଙ୍କୁ କୁକୁର ସରକାରଙ୍କୁ ହସ୍ତାନ୍ତର ପାଇଁ ବାଧ୍ୟ କରାଯାଉଛି। ସୂଚନାଯୋଗ୍ୟ, କରୋନା ମହାମାରୀ ସଙ୍କଟରେ ଉତ୍ତରକୋରିଆରେ ଖାଦ୍ୟ ଅଭାବ ଦେଖାଦେଇଛି। ଦେଶର ୫୫ ଲକ୍ଷ ଜନସଂଖ୍ୟା ମଧ୍ୟରୁ ୬୦ ପ୍ରତିଶତ ଲୋକଙ୍କ ପାଖରେ ଖାଇବାକୁ ଦାନା ନାହିଁ। ଏପରିସ୍ଥଳେ କିମ୍‌ଙ୍କ ଅଜବ ନିର୍ଦ୍ଦେଶ ଲୋକଙ୍କ ପାଇଁ ସମସ୍ୟା ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?