କିମ୍‌-ଜୋଙ୍ଗ୍‌-ଉନ୍‌ଙ୍କ କଠୋର ନିଷ୍ପତ୍ତି: କରୋନା ନିୟମ ଭାଙ୍ଗିବାରୁ ଗୁଳି କରି ହତ୍ୟା

ପ୍ୟୋଙ୍ଗୟାଙ୍ଗ୍‌,୬ା୧୨: ଉତ୍ତରକୋରିଆର ଏକଛତ୍ରବାଦ ଶାସକ କିମ୍‌-ଜୋଙ୍ଗ-ଉନ୍‌ଙ୍କ ନିଷ୍ଠୁରତା ବିଷୟରେ କାହାକୁ ବା ଅଜଣା । ପୁଣି ଥରେ ସେ ତାଙ୍କର ନିଷ୍ଠୁରତା ପାଇଁ ଚର୍ଚ୍ଚାକୁ ଆସିଛନ୍ତି । କରୋନା ଭାଇରସ ସଂକ୍ରମଣକୁ ନେଇ ଉତ୍ତରକୋରିଆରେ ଖାଲି କଡ଼ା ନିୟମ ଲାଗୁ କରାଯାଇନି, କରୋନା ନିୟମ ଭାଙ୍ଗୁଥିବା ଲୋକଙ୍କୁ କଠୋର ଦଣ୍ଡ ମଧ୍ୟ ଦିଆଯାଉଛି। ଏପରିକି ମୃତ୍ୟୁ ଦଣ୍ଡ ମଧ୍ୟ ଦେବାକୁ କିମ୍‌ ଘୋଷଣା କରିଛନ୍ତି। ଯାହା ଫଳରେ କରୋନା ନିୟମ ଉଲ୍ଲଂଘନ କରିଥିବା ଜଣେ ବ୍ୟକ୍ତିକୁ ଉତ୍ତରକୋରିଆରେ ଗୁଳି କରି ହତ୍ୟା କରାଯାଇଥିବା ଜଣାଯାଇଛି ।

କିମ୍‌ ନିଜର ନାଗରିକଙ୍କୁ ଡରାଇବା ପାଇଁ ଚାଇନା ସୀମାକୁ ଲାଗି ଥିବା ଅଞ୍ଚଳରେ ଆଣ୍ଟି ଏୟାରକ୍ରାଫ୍ଟ ବନ୍ଧୁକଧାରୀଙ୍କୁ ମୁତୟନ କରିଛନ୍ତି । ଯଦି କେହି କରୋନା ନିୟମ ଉଲ୍ଲଂଘନ କରନ୍ତି, ତାଙ୍କୁ ଗୁଳି କରି ହତ୍ୟା କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି । ଫଳରେ ଗତ ୨୮ ତାରିଖରେ ତାଙ୍କ ସେନା କରୋନା ପ୍ରତିବନ୍ଧକ ମାନି ନ ଥିବାରୁ ଜଣେ ବ୍ୟକ୍ତିଙ୍କୁ ସର୍ବସାଧାରଣରେ ଗୁଳି କରି ହତ୍ୟା କରିଛି ।

ଅଭିଯୋଗ ଅନୁଯାୟୀ, ଉକ୍ତ ବ୍ୟକ୍ତି ନିୟମ ଉଲ୍ଲଂଘନ କରି ଉତ୍ତରକୋରିଆରେ ଚାଇନା ଜିନିଷ ବିକ୍ରି କରୁଥିବା ବେଳେ ଧରା ପଡ଼ିଥିଲେ। ଫଳରେ କିମ୍‌ଙ୍କ ଆଦେଶ ଅନୁସାରେ ସ୍ଥାନୀୟ ସୁରକ୍ଷା ବଳ ତାଙ୍କ ଉପରେ ଗୁଳି ବର୍ଷଣ କରି ସର୍ବସାଧାରଣରେ ହତ୍ୟା କରିଥିଲେ। କିମ୍‌ଙ୍କର ଏହି ନିୟମ ଏବେ ଦେଶରେ ଆତଙ୍କ ସୃଷ୍ଟି କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri