ଟ୍ରେନ୍‌ରୁ କ୍ଷେପଣାସ୍ତ୍ର ଉତ୍‌କ୍ଷେପଣ କଲେ କିମ୍‌, ଅନ୍ତର୍ଜାତୀୟସ୍ତରରେ ଚହଳ…

ପୋୟଙ୍ଗୟାଙ୍ଗ୍‌,୧୬।୯: ଉତ୍ତର କୋରିଆର ଏକ ଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନ୍‌ ଆମେରିକାର ବାରମ୍ବାର ବାରଣ ସତ୍ତ୍ୱେ ଆଣବିକ ଅସ୍ତ୍ରଶସ୍ତ୍ରର ପରୀକ୍ଷଣ ଜାରି ରଖିଛନ୍ତି। ଏବେ କିମ୍‌ ଏକ ନୂଆ କ୍ଷେପଣାସ୍ତ୍ର ପରୀକ୍ଷା କରି ଅନ୍ତର୍ଜାତୀୟସ୍ତରରେ ଚହଳ ସୃଷ୍ଟି କରିଛନ୍ତି। ସେ ଏକ ଟ୍ରେନ୍‌ରୁ କ୍ଷେପଣାସ୍ତ୍ର ପରୀକ୍ଷଣ କରିଛନ୍ତି। ଟ୍ରେନ୍‌ ମିଜାଇଲ ଳଞ୍ଚର ଦ୍ୱାରା ଏହି କ୍ଷେପଣାସ୍ତ୍ର ଉତକ୍ଷେପଣ ହୋଇଛି। ଉତ୍ତର କୋରିଆ କମ ମୂଲ୍ୟରେ ଅଧିକ କ୍ଷେପଣାସ୍ତ୍ର ଉତ୍‌କ୍ଷେପଣ କରିବା ଲାଗି ଏଭଳି କରୁଥିବା କୁହାଯାଉଛି। କ୍ଷେପଣାସ୍ତ୍ରକୁ ଉତ୍ତର କୋରିଆ ସୈନ୍ୟବାହିନୀର ରେଳବାଇ ମୋବାଇଲ ମିଜାଇଲ ରେଜିମେଣ୍ଟ ଦ୍ୱାରା ଲଞ୍ଚ କରାଯାଇଥିଲା। ଏହି କ୍ଷେପଣାସ୍ତ୍ରର ଳକ୍ଷ୍ୟଭେଦ କ୍ଷମତା ୮୦୦ କିଲୋମିଟର ରହିଛି। ଉତ୍‌କ୍ଷେପଣ ପରେ ଏହା ଦେଶର ପୂର୍ବ ଉପକୂଳରେ ଥିବା ସମୁଦ୍ରରେ ପଡ଼ିିଛି।
ଦକ୍ଷିଣ କୋରିଆ ସୈନ୍ୟବାହିନୀ କହିଛି ଯେ, ଉତ୍ତର କୋରିଆ ଦୁଇଟି ସ୍ବଳ୍ପ ଦୂରଗାମୀ ବାଲିଷ୍ଟିକ କ୍ଷେପଣାସ୍ତ୍ର ପରୀକ୍ଷା କରିଛି। ସୋମବାର ଉତ୍ତର କୋରିଆ ଏକ ନୂତନ ବିକଶିତ କ୍ରୁଜ କ୍ଷେପଣାସ୍ତ୍ର ପରୀକ୍ଷା କରଥିଲା। ବିଶେଷଜ୍ଞମାନେ କହିଛନ୍ତି ଯେ ଆଣବିକ କଥାବାର୍ତ୍ତା ଉପରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ଉପରେ ଚାପ ପକାଇବା ପାଇଁ ଉତ୍ତର କୋରିଆ ଏଭଳି ଲଗାତାର କ୍ଷେପଣାସ୍ତ୍ର ପରୀକ୍ଷା କରୁଥିବା ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଏକ ଲଘୁଚାପ ସମ୍ଭାବନା: ୨୧ ଜିଲାକୁ ଝଡ଼ବର୍ଷା ସତର୍କତା

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ) – ୪ଦିନ ହେବ ରାଜ୍ୟରେ ବର୍ଷା ନ ଥିବାବେଳେ ଖରା ଓ ଗୁଳୁଗୁଳି ଜାରି ରହିଛି। ଏପରିସ୍ଥିତିରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri