ଗୁପ୍ତଚର ଉପଗ୍ରହ ଉତ୍‌କ୍ଷେପଣ ବିଫଳ ନେଇ କ୍ରୋଧ ଜର୍ଜରିତ ହେଲେ କିମ୍‌, ଅଧିକାରୀଙ୍କୁ ସମାଲୋଚନା…

ପ୍ୟୋଙ୍ଗୟାଙ୍ଗ,୧୯।୬ : ଉତ୍ତର କୋରିଆ ପକ୍ଷରୁ ସେନାର ଶକ୍ତି ବଢ଼ାଇବା ପାଇଁ କରାଯାଇଥିବା ପ୍ରଥମ ଗୁପ୍ତଚର ଉପଗ୍ରହର ଉତକ୍ଷେପଣ ନିକଟରେ ବିଫଳ ହୋଇଥିଲା। ପ୍ରତିଦ୍ୱନ୍ଦ୍ୱୀ ଦକ୍ଷିଣ କୋରିଆ ତଥା ଆମେରିକାର ସାମରିକ ଅଭ୍ୟାସ ଉପରେ ନଜର ରଖିବା ପାଇଁ ଏହା ଆରମ୍ଭ କରାଯାଇଥିଲା। ବର୍ତ୍ତମାନ ଏକ ରିପୋର୍ଟ ବାହାରିଛି, ଯେଉଁଥିରେ କୁହାଯାଇଛି ନିକଟରେ ବିଫଳ ହୋଇଥିବା ଗୁପ୍ତଚର ଉପଗ୍ରହକୁ ନେଇ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା, ଯେଉଁଥିରେ ଉତ୍ତର କୋରିଆ ଏହାର ଅଧିକାରୀମାନଙ୍କର ପଚରାଉଚରା କରିଛି।

କୁହାଯାଉଛି ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନଙ୍କ ଦଳ ଏକ ଉଚ୍ଚ ସ୍ତରୀୟ ବୈଠକରେ ଏହି ବିଫଳତାକୁ ନିନ୍ଦା କରିଛନ୍ତି। ଏହି ବୈଠକରେ ଅଧିକାରୀଙ୍କୁ ତୀବ୍ର ସମାଲୋଚନା କରାଯାଇଥିଲା।
ମେ ୩୧ ରେ ଉତ୍ତର କୋରିଆ ଏହାର ପ୍ରଥମ ସାମରିକ ଗୁପ୍ତଚର ଉପଗ୍ରହକୁ କକ୍ଷପଥରେ ରଖିବାକୁ ଚେଷ୍ଟା କରିଥିଲା, କିନ୍ତୁ ଉପଗ୍ରହକୁ ନେଇଥିବା ରକେଟ ୟେଲୋ ସିରେ ଖସିପଡିଥିଲା। ଇଞ୍ଜିନ ତ୍ରୁଟି ଏହା ପଛର କାରଣ ବୋଲି କୁହାଯାଉଥିଲା। ଯଥାଶୀଘ୍ର ପୁନର୍ବାର ଉପଗ୍ରହ ଉତକ୍ଷେପଣ କରିବ ବୋଲି ଉତ୍ତର କୋରିଆ କହିଥିଲା।

କୋରିଆର ୱାର୍କର୍ସ ପାର୍ଟିର କେନ୍ଦ୍ରୀୟ କମିଟିର ବୈଠକର ରିପୋର୍ଟରେ ଶାସକ ଦଳ ଦାୟିତ୍ୱହୀନ ଭାବରେ ଉପଗ୍ରହ ଉତକ୍ଷେପଣ କରିଥିବା ଅଧିକାରୀମାନଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଏହା ସହିତ ଏହି ଲୋକମାନେ ମଧ୍ୟ ତଦନ୍ତ ଦାବି କରିଛନ୍ତି। ଖୁବ ଶୀଘ୍ର ଏହି ଉପଗ୍ରହ ଉତକ୍ଷେପଣ କରିବ ବୋଲି କମିଟି କହିଛି। ଏହାପୂର୍ବରୁ ପ୍ୟୋଙ୍ଗୟାଙ୍ଗ କହିଥିଲା ଏହି ଅଞ୍ଚଳରେ ବଢୁଥିବା ଆମେରିକାର ସାମରିକ ଉପସ୍ଥିତିକୁ ପରାସ୍ତ କରିବା ଆବଶ୍ୟକ।

ସାମରିକ ଗୁପ୍ତଚର ଉପଗ୍ରହ ଉତକ୍ଷେପଣ ଯୋଜନାକୁ ଆମେରିକା, ଦକ୍ଷିଣ କୋରିଆ ଏବଂ ଜାପାନ ନିନ୍ଦା କରିଛନ୍ତି। ସେମାନେ କହିଛନ୍ତି ଏହା ଆଣବିକ ଅସ୍ତ୍ରଶସ୍ତ୍ର ବାଲିଷ୍ଟିକ କ୍ଷେପଣାସ୍ତ୍ର ପ୍ରଯୁକ୍ତିବିଦ୍ୟା ବ୍ୟବହାର କରି ମିଳିତ ଜାତିସଂଘର ନିଷ୍ପତ୍ତିକୁ ଉଲ୍ଲଂଘନ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri