ଯୁବରାଜ୍‌ ସିଂଙ୍କ ପୂର୍ବତନ ପ୍ରେମିକାଙ୍କୁ ଡେଟ୍‌ କରୁଛନ୍ତି ଲିଆଣ୍ଡର୍‌ ପେସ୍‌

ଅଭିନେତ୍ରୀ କିମ ଶର୍ମା ଏବଂ ଟେନିସ ତାରକା ଲିଆଣ୍ଡର୍‌ ପେସଙ୍କ ପ୍ରେମ ସମ୍ପର୍କ ବିଷୟରେ ଆଜିକାଲି ବି-ଟାଉନରେ ଜୋରଦାର ଚର୍ଚ୍ଚା ହେଉଛି। ଉଭୟ ଗୋଆରେ ଛୁଟି କାଟୁଛନ୍ତି। ଏହାର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହାପୂର୍ବରୁ ମଧ୍ୟ କିମ୍‌ ତାଙ୍କ ପୂର୍ବତନ ପ୍ରେମିକ ଅଭିନେତା ହର୍ଷବର୍ଦ୍ଧନ ରାଣେଙ୍କ ସହ ଚର୍ଚ୍ଚାରେ ଥିଲେ। ନିକଟରେ କିମ-ଲିଆଣ୍ଡରଙ୍କ ଫଟୋ ଦେଖିବା ପରେ ହର୍ଷବର୍ଦ୍ଧନ ମଧ୍ୟ ଏହାର ପ୍ରତିକ୍ରିୟା ଦେଇଛନ୍ତି। ହର୍ଷ ବର୍ଦ୍ଧନ କହିଛନ୍ତି ଯେ, ଏ ବିଷୟରେ ମୋ ପାଖରେ କୌଣସି ସୂଚନା ନାହିଁ। କିନ୍ତୁ ଯଦି ଏହା ସତ ତେବେ ଏହା ଏକ ଭଲ କଥା। ଯଦି ସେ ନିଜେ ନିଶ୍ଚିତ କରିଥାନ୍ତେ ତେବେ ଭଲ ହୋଇଥାନ୍ତା। ଯଦି ଏହା ସତ, ତେବେ ଦୁହେଁ ସବୁଠାରୁ ହଟ ଦମ୍ପତି ଭାବେ ଜଣାଶୁଣା ହେବେ।
୨୦୦୩ ମସିହାରେ କିମ ଏବଂ କ୍ରିକେଟର ଯୁବରାଜ ସିଂଙ୍କ ସମ୍ପର୍କର ଖବର ଚର୍ଚ୍ଚାରେ ଥିଲା। ଉଭୟଙ୍କ ସମ୍ପର୍କ ପ୍ରାୟ ଚାରି ବର୍ଷ ଧରି ଚାଲିଥିଲା, କିନ୍ତୁ ପରେ ୨୦୦୭ରେ ଅଲଗା ହୋଇଥିଲେ। ୨୦୧୦ ମସିହାରେ କିମ୍‌ ବ୍ୟବସାୟୀ ଅଲି ପଞ୍ଜାନୀଙ୍କୁ ବିବାହ କରି ମୁମ୍ବାଇ ଛାଡି କେନିଆରେ ସ୍ଥିର ହୋଇଥିଲେ। କିଛି ସମୟ ପରେ କିମଙ୍କ ସ୍ବାମୀ ମଧ୍ୟ ତାଙ୍କୁ ଅନ୍ୟ ଜଣେ ଯୁବତୀଙ୍କ ପାଇଁ ଛାଡିଥିଲେ। କିମଙ୍କ ନାମ ‘ରକ ଅନ’ ନିର୍ଦ୍ଦେଶକ ଅଭିଷେକ କପୁର ଏବଂ ଡିଜାଇନର୍‌ ଅର୍ଜୁନ ଖାନ୍ନାଙ୍କ ସହ ମଧ୍ୟ ଯୋଡା ଯାଇଥିଲା। ୨୦୧୮ ମସିହାରେ କିମ ଅଭିନେତ୍ରୀ ହର୍ଷବର୍ଦ୍ଧନ ରାଣେଙ୍କୁ ଡେଟ କରିବା ଆରମ୍ଭ କରିଥିଲେ କିନ୍ତୁ ଏକ ବର୍ଷ ମଧ୍ୟରେ ଦୁହଁିଙ୍କ ବ୍ରେକ୍‌ଅପ୍‌ ହୋଇଥିଲା। ଲିଆଣ୍ଡର୍‌ ପେସ ରିୟା ପିଲ୍ଲାଇଙ୍କୁ ବିବାହ କରିଥିଲେ। ତାଙ୍କର ଆୟାନା ନାମରେ ଏକ ଝିଅ ଅଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri