କିମ୍‌ ପୁଣି ବାଲିଷ୍ଟିକ କ୍ଷେପଣାସ୍ତ୍ର ପରୀକ୍ଷା କଲେ…

ସିଓଲ,୩୧।୧୨ : ଉତ୍ତର କୋରିଆ ପୁଣି ଥରେ ପୂର୍ବ ଅଞ୍ଚଳର ଜଳ କ୍ଷେତ୍ରରେ ବାଲିଷ୍ଟିକ କ୍ଷେପଣାସ୍ତ୍ର ନିକ୍ଷେପ କରିଛି। ଦକ୍ଷିଣ କୋରିଆ ଅନୁଯାୟୀ ଉତ୍ତର କୋରିଆ ପୁଣି ସନ୍ଦିଗ୍ଧ ବାଲିଷ୍ଟିକ କ୍ଷେପଣାସ୍ତ୍ର ପରୀକ୍ଷା କରିଛି।

ଉତ୍ତର କୋରିଆ ଏକ ଆନ୍ତମହାଦ୍ୱିପୀୟ ବାଲାଷ୍ଟିକ କ୍ଷେପଣାସ୍ତ୍ର ପରୀକ୍ଷା କରିଛି। ଏହାପୂର୍ବରୁ ନଭେମ୍ବର ୧୮ ରେ ଉତ୍ତର କୋରିଆ ଏକ ଆନ୍ତର୍ଦେଶୀୟ ବାଲିଷ୍ଟିକ କ୍ଷେପଣାସ୍ତ୍ର (ଆଇସିବିଏମ) ପରୀକ୍ଷା କରିଥିଲା। ଆମେରିକା ଏବଂ ଜାପାନ ଏହାକୁ ଆଞ୍ଚଳିକ ସ୍ଥିରତା ପାଇଁ ବିପଦ ବୋଲି କହିଛନ୍ତି ଏବଂ ଉତ୍ତର କୋରିଆର ବେଆଇନ ଅସ୍ତ୍ରଶସ୍ତ୍ର ବିକାଶ କାର୍ଯ୍ୟକ୍ରମ ଏବଂ ବାଲିଷ୍ଟିକ କ୍ଷେପଣାସ୍ତ୍ର ପରୀକ୍ଷା ବନ୍ଦ କରିବାକୁ ଜିଦ ଧରିଛନ୍ତି। ଏଥି ସହିତ ଉତ୍ତର କୋରିଆ କହିଛି ଯେ ଆମେରିକା ଏବଂ ଏହାର ସହଯୋଗୀ ରାଷ୍ଟ୍ରଙ୍କ ଉତ୍ତେଜନାକୁ ଦୃଷ୍ଟିରେ ରଖି ଏହା କ୍ଷେପଣାସ୍ତ୍ର ପରୀକ୍ଷା କରୁଛି।

କେତେକ ବିଶେଷଜ୍ଞ କହିଛନ୍ତି ଯେ ଆମେରିକାର ପ୍ରତିବନ୍ଧକ ଏବଂ ଅନ୍ୟାନ୍ୟ କଟକଣାରୁ ମୁକ୍ତି ପାଇବା ପାଇଁ ଉତ୍ତର କୋରିଆ ଆଣବିକ ଅସ୍ତ୍ର ପରୀକ୍ଷା କରୁଛି। ତେବେ ଉତ୍ତର କୋରିଆର ଆଣବିକ କ୍ଷମତାର ପ୍ରକୃତ ସ୍ଥିତି ଏପର୍ଯ୍ୟନ୍ତ ଜଣା ପଡିନାହିଁ। ବିଶେଷଜ୍ଞମାନେ ମଧ୍ୟ ଆକଳନ କରିଛନ୍ତି ଯେ ଉତ୍ତର କୋରିଆରେ ଥିବା କ୍ଷେପଣାସ୍ତ୍ର ସମଗ୍ର ଆମେରିକାକୁ ଆକ୍ରମଣ କରିବାକୁ ସକ୍ଷମ।


Enter your email to get our daily news in your inbox.

All Right Reserved By Dharitri.Com

‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍‌ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା, ଆଉ କାହାକୁ… 

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

ବଜେଟରେ ଉପକୂଳବାସୀଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ,୨୦।୨: ଏଥର ବଜେଟରେ ଉଚ୍ଚଶିକ୍ଷା ଭିତ୍ତିଭୁମିକୁ ସଜାଡିବାକୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ପାଇଁ ବଡ଼ ଘୋଷଣା କରାଯାଇଥିବା ବେଳେ ଏଥିରେ…

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ…

ବାଂଲାଦେଶର ନୂଆ ପ୍ରଧାନମନ୍ତ୍ରୀ ରହମାନ ଭାରତକୁ ନେଇ କଲେ ବଡ଼ ଘୋଷଣା, ୟୁନୁସଙ୍କୁ ଶକ୍ତ ଝଟ୍‌କା

ଢାକା,୨୦।୨: ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ତାରିକ ରହମାନ ଭାରତ ସହିତ ସମ୍ପର୍କ ଉନ୍ନତ କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାର ଦିଲ୍ଲୀରେ ଥିବା ବାଂଲାଦେଶ…

ବଡ଼ ଘୋଷଣା: ଚଳିତ ବଜେଟରେ ବାହାର ଅତିଥିଙ୍କୁ ଖୁସି କରିଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୨: ଶୁକ୍ରବାର ଓଡ଼ିଶା ବିଧାନସଭାରେ ଉପସ୍ଥାପିତ ହେଉଛି ବଜେଟ ୨୦୨୬-୨୭ । ଚଳିତ ଥର ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରୁଛନ୍ତି। ଗତ…

BA ପାସ୍‌ କଲେ ଝିଅଙ୍କୁ ମିଳିବ ୧ ଲକ୍ଷ ୧ ଟଙ୍କା: ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆଥିକ ବର୍ଷ ପାଇଁ ବଜେଟ୍‌ ଉପସ୍ଥାପନ କରିଛନ୍ତି । ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା…

୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପିଇଓ

କଟକ,୨୦।୨: କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ବ୍ଲକର ଜଣେ ମେକାନିକଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଇ ଜଣେ ପଞ୍ଚାୟତ ଅଧିକାରୀ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri