ଗୁପ୍ତଚର ଉପଗ୍ରହର ପରୀକ୍ଷା କଲେ କିମ୍‌…

ପ୍ୟୋଙ୍ଗୟାଙ୍ଗ,୧୯।୧୨ : ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନ ପୁଣି ଥରେ ତାଙ୍କ ବିପଜ୍ଜନକ ଯୋଜନାରେ ସଫଳ ହୋଇଛନ୍ତି। ବାସ୍ତବରେ ଉତ୍ତର କୋରିଆ ଗୁପ୍ତଚର ଉପଗ୍ରହର ଶେଷ ପର୍ଯ୍ୟାୟ ପରୀକ୍ଷା କରିଛି। ଏହି ପରୀକ୍ଷା ଜାପାନ ଏବଂ ଦକ୍ଷିଣ କୋରିଆ ପାଇଁ ଏକ ବଡ଼ ବିପଦ।

ପଡୋଶୀ ଦେଶର କାର୍ଯ୍ୟକଳାପ ଉପରେ ନଜର ରଖିବା ଏହି ପରୀକ୍ଷଣର ଉଦ୍ଦେଶ୍ୟ। କେବଳ ଏତିକି ନୁହେଁ କିମ ଜୋଙ୍ଗ ଏପ୍ରିଲ ୨୦୨୩ ସୁଦ୍ଧା ଏହି ଉପଗ୍ରହର ଉତକ୍ଷେପଣ ସମ୍ପୂର୍ଣ୍ଣ କରିବାକୁ ଚାହୁଁଛନ୍ତି। ଦକ୍ଷିଣ କୋରିଆ ଏବଂ ଜାପାନ ସୈନ୍ୟବାହିନୀ ଉତ୍ତରକୋରିଆର ପୂର୍ବ ଉପକୂଳ ଆଡକୁ ଦୁଇଟି ମଧ୍ୟମ ଦୂରଗାମୀ ବାଲିଷ୍ଟିକ କ୍ଷେପଣାସ୍ତ୍ର ଉତକ୍ଷେପଣ କରିବା ପରେ ଏହି ରିପୋର୍ଟ ଆସିଛି।

ଗୁପ୍ତଚର ଉପଗ୍ରହ ଆଧୁନିକ ଜ୍ଞାନକୌଶଳ ସହିତ ସଜ୍ଜିତ। ଏହି ଗୁପ୍ତଚର ଉପଗ୍ରହରେ ଉତ୍ତର କୋରିଆର ସ୍ପେସ ଏଜେନ୍ସି ଏନଏଡିଏ ପାଇଁ ଗୁରୁତ୍ୱପୂର୍ଣ୍ଣ । ଏଥିରେ ଅତ୍ୟାଧୁନିକ ବୈଷୟିକ ଜ୍ଞାନକୌଶଳକୁ ସାମିଲ କରାଯାଇଛି। ଏହାଦ୍ୱାରା ମହାକାଶରେ କ୍ୟାମେରା ଅପରେଟିଂ ଟେକ୍ନୋଲୋଜି, ଯୋଗାଯୋଗ ଉପକରଣର ତଥ୍ୟ ପ୍ରକ୍ରିୟାକରଣ, ଟ୍ରାନ୍ସମିସନ କ୍ଷମତା, ଟ୍ରାକିଂ ଏବଂ ନିୟନ୍ତ୍ରଣ ସଠିକତା ଭଳି ନିଶ୍ଚିତ କାର୍ଯ୍ୟ ସମ୍ପନ୍ନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

ଲକ୍ଷପତି ଦିଦି, ମହିଳାଙ୍କୁ ୩ ହଜାର ଟଙ୍କା ସହ ମିଳିବ ୨ ଲକ୍ଷ ଚାକିରି, ବଡ଼ ଘୋଷଣା କଲା ଭାଜପା

ଗୁଆହାଟୀ,୩୧।୩: ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା) 2026 ଆସାମ ବିଧାନସଭା ନିର୍ବାଚନ ପାଇଁ ଏହାର ଇସ୍ତାହାର ପ୍ରକାଶ କରିଛି, ଯେଉଁଥିରେ ସମାନ ନାଗରିକ ସଂହିତା (UCC)…

ଧାର ଟଙ୍କା ନଦେବାରୁ ତାତିଗଲେ ଭିଣୋଇ, ଶୋଇଥିବା ବେଳେ ପେଟ୍ରୋଲ ଢାଳି ଜାଳିଦେଲେ….

ପାଟଣା,୩୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କିଆପଡା ଗାଁରେ ଅଭାବନୀୟ ଘଟଣା । ଧାର ଟଙ୍କାକୁ କେନ୍ଦ୍ର କରି ଏପରି ହିଂସାତ୍ମକ ଘଟଣା ଏବେ…

ହାଇକୋର୍ଟ ଗେଟ୍ ଆଗରେ ଗାଡ଼ିରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା….

କଟକ,୩୧।୩(ପ୍ରଭୁକଲ୍ୟାଣ ପାଲ୍/କାର୍ତ୍ତିକ ସାହୁ): ହାଇକୋର୍ଟ ଲାଲବାଗ ଗେଟ ପାର୍ଶ୍ଵରେ ଅଗ୍ନିକାଣ୍ଡ । ଲାଲବାଗ ଗେଟ କାଳିଗଳି ସମୁଖରେ ଏହି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଅନେକ ଗାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri