କିମ୍‌ ଉତକ୍ଷେପଣ କରିବେ ଗୁପ୍ତଚର ଉପଗ୍ରହ: ମହାକାଶରୁ ଶତ୍ରୁଙ୍କ ଉପରେ ରଖିବ ନଜର…

ପ୍ୟୋଙ୍ଗୟାଙ୍ଗ,୧୯।୪ : ଉତ୍ତର କୋରିଆ ଏହାର ପ୍ରଥମ ଗୁପ୍ତଚର ଉପଗ୍ରହ ଉତକ୍ଷେପଣ କରିବାକୁ ଯାଉଛି। ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନ୍‌ ତାଙ୍କ ଅଧିକାରୀମାନଙ୍କୁ ଏହାକୁ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ବୁଧବାର ଉତ୍ତର କୋରିଆର ସରକାରୀ ନ୍ୟୁଜ ମିଡିଆ ଏଜେନ୍ସି କୋରିଆ ସେଣ୍ଟ୍ରାଲ ନ୍ୟୁଜ ଏଜେନ୍ସି (କେସିଏନଏ) ଦ୍ୱାରା ଏହି ସୂଚନା ଦିଆଯାଇଛି। ଦେଶର ସାମରିକ ଦକ୍ଷତା ବୃଦ୍ଧି ସହିତ ଉତ୍ତର କୋରିଆର ଏହି ଉପଗ୍ରହ ଆମେରିକା ଏବଂ ଦକ୍ଷିଣ କୋରିଆ ଦ୍ୱାରା ସୃଷ୍ଟି ହେଉଥିବା ବିପଦର ମୁକାବିଲା କରିବା ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଉଛି।

ଉତ୍ତର କୋରିଆ ଗତ ବର୍ଷ ଡିସେମ୍ବରରେ ଗୁପ୍ତଚର ଉପଗ୍ରହର ଗୁରୁତ୍ୱପୂର୍ଣ୍ଣ ତଥା ଶେଷ ପରୀକ୍ଷଣ କରିଥିଲା। ଏହାକୁ ଚଳିତ ୨୦୨୩ ବର୍ଷ ଏପ୍ରିଲରେ ଉତକ୍ଷେପଣ କରିବାକୁ ନିଷ୍ପତ୍ତି ନେଇଥିଲା।

ଏପ୍ରିଲ ୧୮ ରେ କିମ ଜୋଙ୍ଗ ଉନ ଜାତୀୟ ମହାକାଶ ବିକାଶ ଏଜେନ୍ସି ପରିଦର୍ଶନ କରିଥିଲେ ବୋଲି ରାଜ୍ୟ ନ୍ୟୁଜ ଏଜେନ୍ସି କେସିଏନଏ କହିଛି। ଏହି ଗସ୍ତରେ କିମ ଯୋଜନା ଅନୁଯାୟୀ ଗୁପ୍ତଚର ଉପଗ୍ରହ ଉତକ୍ଷେପଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। କିମ ଜୋଙ୍ଗ କହିଛନ୍ତି, ଦେଶର ନୀରିକ୍ଷଣ କ୍ଷମତା ବୃଦ୍ଧି ପାଇଁ ଏଭଳି ଉପଗ୍ରହ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।

ଏହାପୂର୍ବରୁ ଗତ ବର୍ଷ ଡିସେମ୍ବରରେ ଉତ୍ତର କୋରିଆ ଦୁଇଟି ମଧ୍ୟମ ଦୂରଗାମୀ ବାଲାଷ୍ଟିକ କ୍ଷେପଣାସ୍ତ୍ର ଉତକ୍ଷେପଣ କରିଥିଲା ଯାହା ଦକ୍ଷିଣ କୋରିଆ ଏବଂ ଜାପାନ ଦ୍ୱାରା ନିଶ୍ଚିତ କରାଯାଇଥିଲା। ଉତ୍ତର କୋରିଆ ଏହି କ୍ଷେପଣାସ୍ତ୍ରକୁ ଦକ୍ଷିଣ କୋରିଆର ରାଜଧାନୀ ସିଓଲ ଏବଂ ନିକଟସ୍ଥ ବନ୍ଦର ସହର ଇଞ୍ଚନରୁ ଉତକ୍ଷେପଣ କରିଥିଲା।
ଏହାର ଅନେକ ଚିତ୍ର ମଧ୍ୟ ରାଜ୍ୟ ଗଣମାଧ୍ୟମ ଦ୍ୱାରା ପ୍ରକାଶ ପାଇଥିଲା। ଉତ୍ତର କୋରିଆ ମଧ୍ୟ ୧୪ଏପ୍ରିଲରେ ଏକ ନୂତନ କଠିନ ଇନ୍ଧନ ପ୍ରାପ୍ତ ଆନ୍ତଃମହାଦ୍ୱୀପୟ ବାଲାଷ୍ଟିକ କ୍ଷେପଣାସ୍ତ୍ର (ଆଇସିବିଏମ) ପରୀକ୍ଷା କରିଥିଲା। ପରେ ସ୍ପେସ ବିକାଶ ଏଜେନ୍ସିକୁ କିମଙ୍କ ଗସ୍ତ ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri