ପ୍ରଶାନ୍ତ ମହାସାଗର ମୁହାଁ କିମ୍‌ଙ୍କ କ୍ଷେପଣାସ୍ତ୍ର…

ପ୍ୟୋଙ୍ଗୟାଙ୍ଗ,୩।୧୧ : ରୁଷିଏ ଏବଂ ୟୁକ୍ରେନରେ ଚାଲିଥିବା ଯୁଦ୍ଧ ମଧ୍ୟରେ ବର୍ତ୍ତମାନ କୋରିଆ ପ୍ରାୟଦ୍ୱୀପରେ ଯୁଦ୍ଧର ଆଶଙ୍କା ଦେଖାଦେଇଛି। ଉତ୍ତର କୋରିଆର ଏକଛତ୍ରବାଦି ଶାସକ କିମ୍‌ ଜୋଙ୍ଗ ଉନ୍‌ ଜାପାନ ଉପର ଦେଇ ପ୍ରଶାନ୍ତ ମହାସାଗରରେ ଏକ କ୍ଷେପଣାସ୍ତ୍ର ନିକ୍ଷେପ କରଛନ୍ତି। ଗତକାଲି ସେ ଦକ୍ଷିଣ କୋରିଆର ବିବାଦୀୟ ଅଞ୍ଚଳରେ ଅନେକ କ୍ଷେପଣାସ୍ତ୍ର ନିକ୍ଷେପ କରିଥିଲେ। ଏହା ପରେ ଦକ୍ଷିଣ କୋରିଆ ମଧ୍ୟ ପ୍ରତିଶୋଧ ପରାୟଣ କ୍ଷେପଣାସ୍ତ୍ର ନିକ୍ଷେପ କରିଥିଲା। ଏହାକୁ ଦୃଷ୍ଟିରେ ରଖି ଜାପାନରେ ଏକ ସତର୍କ ସୂଚନା ଜାରି କରାଯାଇଛି।

ଦକ୍ଷିଣ କୋରିଆ ଏବଂ ଉତ୍ତର କୋରିଆ ମଧ୍ୟରେ ତିକ୍ତତା ଯୁଦ୍ଧ ଆଡକୁ ଗତି କରୁଥିବା ଜଣାପଡିଛି। ଉତ୍ତର କୋରିଆର ସାମରିକ ଶାସକ କିମ ଜୋଙ୍ଗ ଉନଙ୍କ ନିର୍ଦ୍ଦେଶରେ ବୁଧବାର ଦକ୍ଷିଣ କୋରିଆର ବିବାଦୀୟ ସମୁଦ୍ର ଅଞ୍ଚଳରେ କ୍ଷେପଣାସ୍ତ୍ର ନିକ୍ଷେପ କରାଯିବା ପରେ କୋରିଆ ଉପଦ୍ୱୀପରେ ଉତ୍ତେଜନା ବୃଦ୍ଧି ପାଇଛି। ସେହିପରି ଏବେ ଉତ୍ତର କୋରିଆର ବାଲିଷ୍ଟିକ କ୍ଷେପଣାସ୍ତ୍ର ଜାପାନ ଦେଇ ପ୍ରଶାନ୍ତ ମହାସାଗର ମୁହାଁ ହୋଇ ଥିବାବେଳେ ଉତ୍ତେଜନା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଜାପାନର ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜରୁରୀକାଳୀନ ସତର୍କ ସୂଚନା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିବା ବେଳେ ହଠାତ୍ ହେଲା ଭୂକମ୍ପ, ଲୋକେ ଛାନିଆ ହୋଇ…

ଗୁଆହାଟୀ,୬।୧୦: ଆସାମର ନଗାଓଁ ଜିଲାରେ ମଙ୍ଗଳବାର ସକାଳୁ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁସାରେ, ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ…

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ବଡ଼ ଦୁର୍ଘଟଣା; କ୍ରାଶ ହେଲା ସାମରିକ ବିମାନ, ୩୨ ମୃତ

ଆବୁଜା,୬।୧୦: ଦକ୍ଷିଣ ନାଇଜେରିଆରେ ସୋମବାର ଏକ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଯେଉଁଥିରେ ୨୫ ଜଣ ଯାତ୍ରୀ ଏବଂ ୭ ଜଣ କ୍ରୁ ମେମ୍ବର ସମେତ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?