ଆମେରିକା-ଦକ୍ଷିଣ କୋରିଆକୁ କିମ୍‌ଙ୍କ ଖୋଲା ଚ୍ୟାଲେଞ୍ଜ୍‌, ପୁଣି ଜାପାନ ଉପର ଦେଇ ୨ କ୍ଷେପଣାସ୍ତ୍ର ଉତ୍‌କ୍ଷେପଣ…

ପ୍ୟୋଙ୍ଗୟାଙ୍ଗ,୯।୧୦ : ଉତ୍ତର କୋରିଆ ଦୁଇ ସପ୍ତାହ ମଧ୍ୟରେ ସପ୍ତମ ଥର ପାଇଁ ଜାପାନ ଆଡକୁ ବାଲିଷ୍ଟିକ କ୍ଷେପଣାସ୍ତ୍ର ଉତ୍‌କ୍ଷେପଣ କରିଛି। ଉତ୍ତର କୋରିଆର ଏହି କ୍ଷେପଣାସ୍ତ୍ର ପରୀକ୍ଷଣ ପରେ ଜାପାନର ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜରୁରୀକାଳୀନ ସତର୍କ ସୂଚନା ଜାରି କରାଯାଇଛି।

ଦକ୍ଷିଣ କୋରିଆର ଯୁଗ୍ମ ମୁଖ୍ୟ କହିଛନ୍ତି ଯେ ପ୍ୟୋଙ୍ଗୟାଙ୍ଗ ରବିବାର ଦକ୍ଷିଣ ପୂର୍ବ ଉପକୂଳବର୍ତ୍ତୀ ସହର ମୁଞ୍ଚନରୁ ଦୁଇଟି କ୍ଷେପଣାସ୍ତ୍ର ଉତ୍‌କ୍ଷେପଣ କରିଛି। ପ୍ରଥମଟି ପ୍ରାୟ ସ୍ଥାନୀୟ ସମୟ ଅପରାହ୍ନ ୧ଟା ୪୭ରେ ଏବଂ ଦ୍ୱିତୀୟଟି ପ୍ରାୟ ଛଅ ମିନିଟ ପରେ ଉତ୍‌କ୍ଷେପଣ କରାଯାଇଛି। ଏପରି କରି ଆମେରିକା-ଦକ୍ଷିଣ କୋରିଆକୁ କିମ୍‌ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି।

ଜାପାନ ସରକାର କହିଛନ୍ତି ଯେ ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନ୍‌ ବାଲିଷ୍ଟିକ କ୍ଷେପଣାସ୍ତ୍ର ଉତ୍‌କ୍ଷେପଣ କରିଛନ୍ତି। ଜାପାନର ପ୍ରତିରକ୍ଷା ମନ୍ତ୍ରୀ ତୋଶିରୋ ଇନୋ ଗଣମାଧ୍ୟମକୁ କହିଛନ୍ତି ଯେ ଏହି ଦୁଇଟି କ୍ଷେପଣାସ୍ତ୍ର ୧୦୦ କିଲୋମିଟର ଉଚ୍ଚତାରେ ପହଞ୍ଚିବା ସହିତ ୩୫୦ କିଲୋମିଟର ଅତିକ୍ରମ କରିଛନ୍ତି। ସେ କହିଛନ୍ତି ଯେ ଉଭୟ କ୍ଷେପଣାସ୍ତ୍ର ଜାପାନର ସ୍ବତନ୍ତ୍ର ଅର୍ଥନୈତିକ ଜୋନ ବାହାରେ ପଡିଛି। ଅଧିକାରୀମାନେ କିମ୍‌ କେଉଁ ପ୍ରକାରର କ୍ଷେପଣାସ୍ତ୍ର ଉତକ୍ଷେପଣ କରିଛନ୍ତି ତାହା ଅନୁସନ୍ଧାନ କରୁଛନ୍ତି। ଏହା ବୁଡ଼ାଜାହାଜ ଦ୍ୱାରା ଉତକ୍ଷେପଣ ହୋଇଥିବା ବାଲିଷ୍ଟିକ କ୍ଷେପଣାସ୍ତ୍ର ବୋଲି ଅନୁମାନ କରାଯାଉଛି।

ଆମେରିକାର ଶତ୍ରୁତାର ଜବାବ ଲାଗି ଏବଂ ଆତ୍ମରକ୍ଷା ପାଇଁ କ୍ଷେପଣାସ୍ତ୍ର ପରୀକ୍ଷଣ ଆବଶ୍ୟକ ବୋଲି ଉତ୍ତର କୋରିଆର ଶାସକ କିମ୍‌ ଯୁକ୍ତି ଦର୍ଶାଇଛନ୍ତିି। ତେବେ ଆମେରିକା ଏବଂ ଦକ୍ଷିଣ କୋରିଆର ଅଧିକାରୀମାନେ ବାରମ୍ବାର କହିଛନ୍ତି ଯେ ଉତ୍ତର କୋରିଆ ଉପରେ ଆକ୍ରମଣ କରିବାର ସେମାନଙ୍କର ଉଦ୍ଦେଶ୍ୟ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

ୟୁଏଇ ଆଣବିକ ପ୍ଲାଣ୍ଟକୁ ଟାର୍ଗେଟ, ବଢ଼ିଲା ଚିନ୍ତା…

ଦୁବାଇ,୧୭ା୫: ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ବାରାକାହ ଆଣବିକ ବିଦ୍ୟୁତ୍‌ ପ୍ଲାଣ୍ଟକୁ ଟାର୍ଗେଟ କରି ରବିବାର ଡ୍ୟୋନ୍‌ ଆକ୍ରମଣ ହୋଇଛି। ଫଳରେ ପ୍ଲାଣ୍ଟ ପରିସରରେ ଥିବା ବିଦ୍ୟୁତ୍‌…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ମସ୍କୋରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଭାରତୀୟଙ୍କ ସମେତ ଚାଲିଗଲା ୪ ଜଣଙ୍କ ଜୀବନ

ମସ୍କୋ,୧୭ା୫: ରୁଷିଆ ରାଜଧାନୀ ମସ୍କୋ ନିକଟରେ ୟୁକ୍ରେନ୍‌ ରବିବାର ଜୋର୍‌ଦାର ଡ୍ରୋନ୍‌ ଆକ୍ରମଣ କରିଛି। ଏଥିରେ ଜଣେ ଭାରତୀୟଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକେ…

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri