ବାଇଡେନଙ୍କୁ ଅପମାନିତ କଲେ କିମ୍‌ଙ୍କ ଭଉଣୀ…

ପ୍ୟୋଙ୍ଗୟାଙ୍ଗ,୨୯।୪ : ଉତ୍ତର କୋରିଆ ନେତା କିମ ଜୋଙ୍ଗ ଉନଙ୍କ ଶକ୍ତିଶାଳୀ ଭଉଣୀ କିମ ୟୋ ଜୋଙ୍ଗ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ଅପମାନିତ କରିଛନ୍ତି। ସେ କହିଛନ୍ତି, ଆମେରିକା ଏବଂ ଦକ୍ଷିଣ କୋରିଆ ଚୁକ୍ତି ପ୍ୟୋଙ୍ଗୟାଙ୍ଗ ପ୍ରତି ସେମାନଙ୍କର ଅତ୍ୟଧିକ ଶତ୍ରୁତାକୁ ପ୍ରତିଫଳିତ କରୁଛି। ତେଣୁ ଏହାର ଏକ ଉପଯୁକ୍ତ ଉତ୍ତର ଦିଆଯିବ ବୋଲି ।

ଉତ୍ତର କୋରିଆ ନିଜର ସାମରିକ ଶକ୍ତିର ଅଧିକ ଉତ୍ତେଜନାମୂଳକ ପ୍ରଦର୍ଶନ କରିବ। ଯଦି କୋରିଆ ଉପଦ୍ୱୀପ ନିକଟରେ ସାମରିକ ଅଭ୍ୟାଦ ସଂଖ୍ୟା ବୃଦ୍ଧି ପାଏ, ତେବେ ନିଶ୍ଚିତ ଭାବେ ତାଙ୍କ ଦେଶ ଏହାର ଜବାବ ଦେବ ।

ଏପ୍ରିଲ ୨୬ ରେ ଆମେରିକା ଏବଂ ଦକ୍ଷିଣ କୋରିଆ କିମ ଜୋଙ୍ଗ ଉନଙ୍କୁ ଚେତାବନୀ ଦେଇଥିଲେ, ଯଦି କିମ ଜୋଙ୍ଗ ଉନ ସାହସ ଦେଖାଇବାକୁ ଚେଷ୍ଟା କରନ୍ତି, ତେବେ ତାଙ୍କୁ ଏକ ଉପଯୁକ୍ତ ଉତ୍ତର ଦେବେ ଏବଂ ପରମାଣୁ ଅସ୍ତ୍ରଶସ୍ତ୍ର ବ୍ୟବହାର କରିବା ସହିତ ତାଙ୍କର ଶାସନର ଅନ୍ତ ଘଟାଇବେ। ଏହା ଦ୍ୱାରା କୋରିଆ ଉପଦ୍ୱୀପରେ ଉତ୍ତେଜନା ବୃଦ୍ଧି ପାଇବାର ଆଶଙ୍କା ଦେଖାଦେଇଛି।

ଶିଖର ସମ୍ମିଳନୀରେ ଆମେରିକା ଏବଂ ଦକ୍ଷିଣ ଆମେରିକା ନୂତନ ଆଣବିକ ନିରାକରଣ ଉଦ୍ୟମ ଘୋଷଣା କରିଥିଲେ। ଉତ୍ତର କୋରିଆର ଆଣବିକ ଆକ୍ରମଣ, ଆଣବିକ ପରାମର୍ଶଦାତା ଗୋଷ୍ଠୀ ଗଠନ ଏବଂ ଆଣବିକ ତଥା ରଣନୈତିକ ଅସ୍ତ୍ରଶସ୍ତ୍ର କାର୍ଯ୍ୟ ଯୋଜନା ଉପରେ ସୂଚନା ବାଣ୍ଟିବାରେ ଉନ୍ନତି ଆଣିବା ପାଇଁ ଦ୍ୱିପାକ୍ଷିକ ରାଷ୍ଟ୍ରପତିଙ୍କ ପରାମର୍ଶ ପାଇଁ ମଧ୍ୟ ଦୁଇ ଦେଶ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆକାଶ ଆନନ୍ଦଙ୍କ ଉପରେ ପୁଣି ବର୍ଷିଲେ ମାୟାବତୀ, ମୁଁ ଅସୁସ୍ଥ…..

ଲକ୍ଷ୍ନୌ,୧୩।୯: ବହୁଜନ ସମାଜ ପାର୍ଟି (ବିଏସ୍‌ପି) ସୁପ୍ରିମୋ ମାୟାବତୀ ରବିବାର ଗଣମାଧ୍ୟମ ସହ ଆଲୋଚନା କରି ଆକାଶ ଆନନ୍ଦଙ୍କୁ ନେଇ ପୁଣି ବଡ଼ ଅଭିଯୋଗ ଆଣିଛନ୍ତି ।…

ଦିନ ଦ୍ୱିପ୍ରହରରେ ବିଚ୍‌ ରାସ୍ତାରେ ସ୍ତ୍ରୀଙ୍କ ବେକ କାଟି ହତ୍ୟା କଲେ ସ୍ବାମୀ

ବାରିପଦା,୧୩ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ଟାଉନ ଥାନା ଅନ୍ତର୍ଗତ ବାଗଡିହା ଛକ ନିକଟରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ବାମୀ ତାଙ୍କ ସ୍ତ୍ରୀଙ୍କ ବେକକୁ ଏକ…

ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ: ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରୀ ନିବାସ ଉଦ୍‌ଘାଟନ କରି ବିଧାୟକ କହିଲେ…

ଭଞ୍ଜନଗର,୧୩ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ଜିଲୁଣ୍ଡିପଲ୍ଲୀସ୍ଥିତ ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଶନିବାର ବିଦ୍ୟାଳୟ ପରିସରରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ…

ଗାଜଲବାଡ଼ି ଘାଟିରେ ବାରମ୍ବାର ଘଟୁଛି ଦୁର୍ଘଟଣା: ଓଲଟିଲା କଣ୍ଟେନର, ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି/ସୋରଡ଼ା,୧୩ା୯(ଅରୁଣ ସାହୁ/ରଜନୀ ମହାପାତ୍ର): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ବାରମ୍ବାର ଦୁର୍ଘଟଣା ଘଟୁଛି। ଗୋଟିଏ ସପ୍ତାହରେ ୨ଟି ଘଟଣା…

ବସ୍‌ ଚକାତଳେ ଚାଲିଗଲା ଶିଶୁକନ୍ୟାର ଜୀବନ

ସୋରଡ଼ା,୧୩ା୯(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ବଡ଼ଗଡ଼ ଥାନା ଢଉପଦା ଗ୍ରାମ ନିକଟରେ ବସ୍‌ଚକା ତଳେ ଚାପି ହୋଇ ଜଣେ ଶିଶୁକନ୍ୟାର ଜୀବନ ଚାଲିଯାଇଛି। ମୃତକ ଜଣକ ସେହି…

ପୁଣି ୪ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୧୩ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ପରିମାଣର ବୃଦ୍ଧି ପାଇଛି। ଏହାସହ ଜଳଭଣ୍ଡାରର…

BRICS ସମ୍ମିଳନୀ ମଧ୍ୟରେ ରାହୁଲ-ପ୍ରିୟଙ୍କାଙ୍କୁ ଭେଟିଲେ ମାଲେସିଆ ପ୍ରଧାନମନ୍ତ୍ରୀ; ବ୍ରେକଫାଷ୍ଟ ସମୟରେ କ’ଣ ଆଲୋଚନା ହେଲା? ଜାଣନ୍ତୁ…

ନୂଆଦିଲ୍ଲୀ,୧୩।୯: ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ଇବ୍ରହିମ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ଏମପି ପ୍ରିୟଙ୍କା ଗାନ୍ଧୀଙ୍କ ସହ ଏକ ବ୍ରେକଫାଷ୍ଟ…

ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ, ସନ୍ଦେହ ଘେରରେ ଘରମାଲିକ

ତୁମୁଡ଼ିବନ୍ଧ,୧୩ା୯(ଦୀପକ କୁମାର ପରାସେଠ): ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ। ଏପରି ଏକ ସମ୍ବେଦନଶୀଳ ତଥା ଅମାନୁଷିକ ଘଟଣା କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?