୧୦ ଲକ୍ଷ ବ୍ୟୟ ଅଟକଳରେ ଶିଶୁ ଉଦ୍ୟାନର ଭୂମିପୂଜନ

କେସିଙ୍ଗା,୪ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ପରଲସିଙ୍ଗା ଗ୍ରାମପଞ୍ଚାୟର ପଥର୍ଲା ଗ୍ରାମସ୍ଥିତ ଶ୍ରୀ ଶ୍ରୀ ବିଶ୍ୱନାଥ ଶୈବପୀଠ ପରିସରରେ ମନରେଗା ଯୋଜନାରୁ ୧୦ଲକ୍ଷ ବ୍ୟୟ ଅଟକଳରେ ଶିଶୁ ଉଦ୍ୟାନ କେସିଙ୍ଗା ବିଡିଓ ଜନ୍ମେଜୟ ସ୍ବାଇଁଙ୍କ ଦ୍ୱାରା ଭୂମି ପୂଜନ ବୁଧବାର ଅନୁଷ୍ଠିତ ହୋଇଯାଇଛି। ମନ୍ଦିରର ପୂଜାରୀଙ୍କ ଦ୍ୱାରା ପୂଜାର୍ଚ୍ଚନା କରାଯାଇ ଥିଲା। ଅତିଥିମାନଙ୍କୁ ସ୍ବାଗତ କରାଯାଇ ଉପେଔକନ ଦେଇ ମନ୍ଦିର କମିଟି ପକ୍ଷରୁ ପ୍ରଦାନ କରାଯାଇଥିଲା। ଗୋଷ୍ଠୀ ଉନ୍ନୟନ ଅଧିକାରୀ ଜନ୍ମେଜୟ ସ୍ବାଇଁ ଶ୍ରୀଫଳ ଭାଙ୍ଗି ଭୂମିପୂଜନ କରିଥିଲେ। ଏହି ଶିଶୁ ଉଦ୍ୟାନଟିର କାର୍ଯ୍ୟ ସମ୍ପୂର୍ଣ୍ଣ ହେଲେ ଶୈବ ମନ୍ଦିର ପରିବେଶ ସୁନ୍ଦର ହେବା ସହ ଶିଶୁମାନଙ୍କ ସ୍ବାସ୍ଥ୍ୟଗତ, ମାନସିକ, ବୌଦ୍ଧିକ ଆଦି ପ୍ରଗତି ହେବ ବୋଲି ବିଡିଓ ପ୍ରକାଶ କରିଥିଲେ। ଆଇପିଓ ସନ୍ତୋଷ କୁମାର ପଣ୍ଡା, ମନେରେଗା ଆସିଷ୍ଟାଣ୍ଡ ବିରଞ୍ଚି ଗହୀର, କନିଷ୍ଠ ଯନ୍ତ୍ରୀ ଜୟା ଶ୍ରୀ ସନ୍ଧ୍ୟା ପର ଲସିଙ୍ଗା ପଞ୍ଚାୟତ ସରପଞ୍ଚ କୃତାଞ୍ଜଳ ଗଉଡ଼, ନାଏବ ସରପଞ୍ଚ ଗୀତାଞ୍ଜଳି ସାହୁ, ନିର୍ବାହୀ ଅଧିକାରୀ ଝସକେତନ ସାହୁ, ଜିଆର୍‌ଏସ୍‌ ଦୋଳି ଭୋଇ, ବିଏଫ୍‌ଟି ହୀମାଞ୍ଚଳ ନାଏକ, ମେଟ ବନ ବିହାରୀ ସାହୁ, ଓ୍ବାର୍ଡ ସଭ୍ୟ ଉତ୍ତର ମାଝୀ, ସଭ୍ୟା ପୂର୍ଣ୍ଣମୀ ସାହୁଙ୍କ ସମେତ ପଥର୍ଲା ଗ୍ରାମର ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହି ଭୂମିପୂଜନରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରବି ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କୋକସରା,୩୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଇନ୍ଦ୍ରାବତୀ ଉଠା ଜଳସେଚନ ଅଞ୍ଚଳର ଚାଷୀମାନେ ଚଳିତ ବର୍ଷ ରବି ଚାଷ ଧାନ ବିକ୍ରି ପଞ୍ଜିକରଣରୁ ବାଦ ପଡ଼ିଛନ୍ତି। ଫଳରେ କୋକସରା ବ୍ଳକ…

ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା: କେସିଙ୍ଗା ଏସଡିପିଓ, ଦୁଇ ପୋଲିସ ନାଁରେ

ଭୁବନେଶ୍ୱର,୩୧।୧: ବଢ଼ୁଛି ମାମଲା। ଖାରବେଳ ନଗର ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା ମନୋରମା ମହାନ୍ତି। ସେଠାରେ ସେ କେସିଙ୍ଗା ପୋଲିସ ବିରୋଧରେ ଅଭିଯୋଗ ଆଣିଛନ୍ତି। କେସିଙ୍ଗା ଏସଡିପିଓ…

ସଇତାନ ସାଜିଲା ସ୍ବାମୀ: ଟଙ୍କା ପାଇଁ ସ୍ତ୍ରୀଙ୍କୁ ହତ୍ୟା କରି ନିଜ ଚାଷ ଜମିରେ ପୋତିଦେଲେ, ଆଜି ମିଳିଲା…

ଭବାନୀପାଟଣା,୩୧।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ସନ୍ୟାସୀ କୁଣ୍ଡାମାଲ ଗ୍ରାମରୁ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ଟଙ୍କା ପାଇଁ…

ବିଧାୟିକା, ଅଧ୍ୟକ୍ଷଙ୍କ ପୁତ୍ତଳିକା ପୋଡ଼ି ବିକ୍ଷୋଭ: ଭାଜପା କହିଲା ଗୁଣ୍ଡାରାଜ କଥା ଆସିଲାବେଳକୁ ବିଜେଡି…

କେସିଙ୍ଗା,୩୧।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ନର୍ଲା ନିର୍ବାଚନମଣ୍ଡଳୀର ବିଧାୟିକା ମନୋରମା ମହାନ୍ତିଙ୍କ ସ୍ବାମୀ ତଥା ନର୍ଲା ବ୍ଲକ ଭାରପ୍ରାପ୍ତ ଅଧ୍ୟକ୍ଷ ମୁନା ମହାନ୍ତି ତହସିଲଦାରଙ୍କୁ ଧମକ ଦେବା…

ସ୍ତ୍ରୀଙ୍କୁ ହତ୍ୟା କରିବା ପରେ ନିଜେ ବିଷ ପିଇଦେଲେ ସ୍ବାମୀ: ହସ୍ପିଟାଲ୍‌ରେ ବଖାଣିଲେ ସବୁ ସତ, ପୋଲିସ ଖୋଜୁଛି…

ଭବାନୀପାଟଣା,୩୧।୩(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଏସ.କୁଣ୍ଡାମାଲ ଗ୍ରାମରୁ ମଙ୍ଗଳବାର ସକାଳୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନିଜ ସ୍ତ୍ରୀଙ୍କୁ ହତ୍ୟା ପରେ…

ଏଡିଏମ୍‌ -ଜିଲା ଆଦିବାସୀ ନେତା ମୁହାଁମୁହିଁ: ଖବରପାଇ ପହଞ୍ଚିଲା ପୋଲିସ

ଲୋଇସିଂହା,୩୧।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଭାଗୃହରେ ସୋମବାର ବ୍ଲକସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିରରେ ବଲାଙ୍ଗୀର ଏଡିଏମ୍‌ ପବିତ୍ର ବେହେରା ଓ ଜିଲା ଆଦିବାସୀ ସଂଘ…

ବିଶ୍ୱବିଦ୍ୟାଳୟ ପାଇଁ ଗୌରବ ଆଣିଲେ ୨ ଛାତ୍ରୀ: ଚାରିଆଡ଼ୁ ଶୁଭେଚ୍ଛା

ଭବାନୀପାଟଣା,୩୧ା୩(ଉତ୍ତମ କୁମାର ଦାଶ):ମାଇଁ ଭାରତ ଓ ଜାତୀୟ ସେବା ଯୋଜନାର ମିଳିତ ଆନୁକୂଲ୍ୟରେ ବିକଶିତ ଭାରତ ଯୁବ ପାର୍ଲାମେଣ୍ଟ ପାଇଁ କଳାହାଣ୍ଡି ଜିଲାରେ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ…

୪ ବର୍ଷ ହେଲା ସରୁନାହିଁ ପାନୀୟଜଳ ପ୍ରକଳ୍ପ କାମ: ପାଣି ପାଇଁ ଡହଳବିକଳ ଗ୍ରାମବାସୀ

ଲୋଇସିଂହା,୩୧।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ଭରସୁଜା ପଞ୍ଚାୟତ ପିପିଲିପାଲିରେ ପୋଖରୀ, ନାଲା ଶୁଖିଲା ପଡିଛି। ଏପରି ଗ୍ରାମର ନଳକୂପରୁ ପାଣି ବାହାରୁ ନାହିଁ। ଏଭଳି ପରିସ୍ଥିତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri