ମୁକ୍ତା ଯୋଜନାରେ ଶିଶୁ ଉଦ୍ୟାନ ଉନ୍ନତୀକରଣ ବିଫଳ

ବ୍ରହ୍ମପୁର ଅଫିସ,୧୦।୮: ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ବ୍ରହ୍ମପୁର ସହରର ଖୋଲା ସ୍ଥାନଗୁଡିକରେ ଶିଶୁ ଉଦ୍ୟାନ ନିର୍ମାଣ କରାଯାଇଛି। ସହରରେ ଏଭଳି ଭାବେ ପ୍ରାୟ ୫୦ରୁ ଊର୍ଦ୍ଧ୍ୱ ଶିଶୁ ଉଦ୍ୟାନ ରହିଛି। ଯେଉଁ ଉଦ୍ୟାନଗୁଡିକରେ ଶିଶୁଙ୍କ ନିମନ୍ତେ ବିଭିନ୍ନ ଖେଳଣା ସରଞ୍ଜାମ ଉପଲବ୍ଧ ରହିଛି। ଏଥିସହ ପାର୍କ ମଧ୍ୟରେ ଚଲାପଥ ନିର୍ମାଣ କରାଯାଇଛି। ଯାହାଦ୍ୱାରା ସ୍ଥାନୀୟ ବାସିନ୍ଦାଙ୍କ ଆମୋଦ ପ୍ରମୋଦ ସାଙ୍ଗକୁ ଛୋଟ ଶିଶୁଙ୍କ କ୍ରୀଡା କ୍ଷେତ୍ରରେ ସହାୟକ ହୋଇପାରିବ। କିନ୍ତୁ ନିଗମ ପକ୍ଷରୁ ନିର୍ମାଣ କରାଯାଇଥିବା ଏହି ପାର୍କଗୁଡିକର ଠିକ୍‌ ରକ୍ଷଣାବେକ୍ଷଣ ହୋଇପାରୁ ନ ଥିବାରୁ ଉଦ୍ୟାନଗୁଡିକ ବର୍ତ୍ତମାନ ଅବହେଳିତ ଅବସ୍ଥାରେ ପଡି ରହିଛି। ପାର୍କରେ ଅନାବନା ଘାସ ଉଠିବାରୁ ପାର୍କଟି ବ୍ୟବହାର ଉପଯୋଗୀ ହୋଇପାରୁ ନାହିଁ।
ସୂଚନାଯୋଗ୍ୟ, ବିଏମ୍‌ସି ପକ୍ଷରୁ ମୁକ୍ତା ଯୋଜନାରେ ବହୁ ଉନ୍ନୟନମୂଳକ କାର୍ଯ୍ୟ ହେଉଛି। ଏହି ଯୋଜନାରେ ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ କାର୍ଯ୍ୟ ପ୍ରଦାନ କରାଯାଇଛି। କିନ୍ତୁ ଅନେକ ସ୍ବୟଂ ସହାୟକ ଗୋଷ୍ଠୀ ଠିକ୍‌ ଭାବେ କାର୍ଯ୍ୟ କରୁ ନ ଥିବାରୁ ଉନ୍ନୟନମୂଳକ କାଯର୍ର୍‌ୟଗୁଡିକ ଠପ୍‌ ହୋଇ ପଡିଛି। ଫଳରେ ମୁକ୍ତା ଯୋଜନାରେ ଅନେକ ଉନ୍ନୟନମୂଳକ କାର୍ଯ୍ୟ ସଫଳ ହୋଇପାରୁ ନ ଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ସହରବାସୀଙ୍କ ମହଲରେ ଅସନ୍ତୋଷ ଦେଖାଦେଇଛି। ଏଭଳି ବିଏମ୍‌ସି ୪୧ ନଂ.ୱାର୍ଡ ଅନ୍ତର୍ଗତ ଅଲେଖ ନଗର ଦ୍ୱିତୀୟ ଲେନ୍‌ଠାରେ ଥିବା ଶିଶୁ ଉଦ୍ୟାନ ଏହାର ଜ୍ୱଳନ୍ତ ଉଦାହରଣ । ଉଦ୍ୟାନ ମଧ୍ୟରେ ଥିବା ଦୋଳି ଓ ଚେୟାର ଭାଙ୍ଗିରୁଜି ଯାଇଛି। ପାର୍କରେ କୌଣସି ରକ୍ଷଣାବେକ୍ଷଣ କରାଯାଉ ନ ଥିବାରୁ ବର୍ଷା ହେବା ଫଳରେ ପାର୍କ ପରିସର କାଦୁଅରେ ପରିପୂର୍ଣ୍ଣ ହୋଇଛି। ଏହି ଉଦ୍ୟାନଟି ବରିଷ୍ଠ ନାଗରିକ ଓ ଛୋଟ ଶିଶୁଙ୍କ ନିମନ୍ତେ ଅବସର ବିନୋଦନ ନିମନ୍ତେ ଏକମାତ୍ର ସାହାରା ଥିବା ବେଳେ ବର୍ତ୍ତମାନ ଏହା ଅବହେଳିତ ହୋଇ ପଡିଛି। ଅନ୍ୟପଟେ ବିଏମ୍‌ସି ପକ୍ଷରୁ ମୁକ୍ତା ଯୋଜନାରେ ପାର୍କର ଉନ୍ନତୀକରଣ ନିମନ୍ତେ ସ୍ବୟଂ ସହାୟକ ଗୋଷ୍ଠୀକୁ ହସ୍ତାନ୍ତର କରାଯାଇଥିଲା। କିନ୍ତୁ ଉକ୍ତ ସ୍ବୟଂ ସହାୟକ ଗୋଷ୍ଠୀ କୌଣସି କାର୍ଯ୍ୟ ନ କରିବାରୁ ବର୍ତ୍ତମାନ ପାର୍କଟି ଶୋଚନୀୟ ହୋଇ ପଡିଛି। ବର୍ତ୍ତମାନ ପୁଣି ଥରେ ୱାର୍କ ଅର୍ଡର କରାଯିବ। ଏହାପରେ ଅନ୍ୟ ଏକ ସ୍ବୟଂ ସହାୟକ ଗୋଷ୍ଠୀକୁ କାମ କରିବାକୁ କାର୍ଯ୍ୟାଦେଶ ଦିଆଯିବ ବୋଲି ଉକ୍ତ ୱାର୍ଡର କନିଷ୍ଠ ଯନ୍ତ୍ରୀ ଗଣେଶ ପାତ୍ର କହିଛନ୍ତି। ପାର୍କରେ ପ୍ଲଭର ବୋର୍ଡ, ଶିଶୁଙ୍କ ନିମନ୍ତେ ଅଧିକ କ୍ରୀଡା ସରଞ୍ଜାମ ଓ ଅନ୍ୟାନ୍ୟ ଭିତ୍ତିଭୂମିର ଉନ୍ନତୀକରଣ କରାଯିବ ବୋଲି ସେ କହିଛନ୍ତି। ଅନ୍ୟପଟେ ଉଦ୍ୟାନର ପୁନରୁଦ୍ଧାର ଓ ରକ୍ଷଣାବେକ୍ଷଣ ନିମନ୍ତେ ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ପାଇଁ ମାନବ ଅଧିକାର ସୁରକ୍ଷା ମଞ୍ଚ ଦାବି କରିଛି। ଏହି ଉଦ୍ୟାନର ପୁନରୁଦ୍ଧାର କରାଗଲେ ବରିଷ୍ଠ ନାଗରିକ ସାଙ୍ଗକୁ ଛୋଟ ଶିଶୁମାନେ ମଧ୍ୟ ଉପକୃତ ହେବେ ବୋଲି ସ୍ଥାନୀୟ ବାସିନ୍ଦା ମତ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri