ସୁରକ୍ଷିତ ନୁହେଁ ଶିଶୁ ଉଦ୍ୟାନ

ସୁନାବେଡ଼ା, ୧।୩(ସ୍ବ.ପ୍ର.): ବହୁଦିନ ଧରି ହାଲ୍‌ ଟାଉନଶିପର ବିଭିନ୍ନ ନିଛାଟିଆ ଅଞ୍ଚଳ ଏବେ ଅସାମାଜିକ ବ୍ୟକ୍ତିଙ୍କ ଆଡ୍ଡାସ୍ଥଳ ପାଲଟିଛି। ଏନେଇ ବିଭିନ୍ନ ସମୟରେ ଗଣମାଧ୍ୟମରେ ଖବର ପ୍ରକାଶ ପାଇ ସମ୍ପୃକ୍ତ ଅଞ୍ଚଳଗୁଡ଼ିକରେ ପୋଲିସ ପାଟ୍ରୋଲିଂ ଦାବି ହୋଇଥିଲେ ମଧ୍ୟ ଏହାର କୌଣସି ପ୍ରଭାବ ଉଭୟ ପୋଲିସ ଓ ହାଲ୍‌ ସୁରକ୍ଷା ବାହିନୀ ଉପରେ ପଡ଼ିନାହିଁ। ଟାଉନଶିପ ଅଞ୍ଚଳର ଜଗନ୍ନାଥ ମାର୍କେଟକୁ ସଂଯୋଗ କରୁଥିବା ଫିଲ୍ମ ହଲ୍‌ ପଛ ରାସ୍ତା ନିର୍ଜନ ରାସ୍ତା ରୂପେ ପରିଚିତ। ସନ୍ଧ୍ୟା ହେଲେ ଏହା ଅସାମାଜିକ ବ୍ୟକ୍ତିଙ୍କ ଆଡ୍ଡାସ୍ଥଳୀ ପାଲଟିଯାଏ। ସେହିପରି ସି ଜୋନ୍‌ସ୍ଥିତ ଶିଶୁ ଉଦ୍ୟାନ ଓ ରାସ୍ତା ମଧ୍ୟ ଏମାନଙ୍କ କବଳକୁ ଚାଲିଯାଏ। ଫଳରେ ଏହି ରାସ୍ତା ଦେଇ ରାତିରେ ଯାତାୟାତ କରିବା ବିପଜ୍ଜନକ ହୋଇପଡିଛି। ରାସ୍ତାର ଗୋଟିଏ ପାର୍ଶ୍ୱ ଏଡିଏଭି ହାଇସ୍କୁଲକୁ ସଂଯୋଗ କରୁଥିବା ବେଳେ ଅନ୍ୟ ପାର୍ଶ୍ୱଟି ଭିଏସ୍‌ ବିଦ୍ୟାଳୟକୁ ସଂଯୋଗ କରୁଛି। ଏହି ରାସ୍ତାରେ ଥିବା ଶିଶୁ ଉଦ୍ୟାନ ଅପର ପାଶର୍‌ବରେ ସଂଗୀତ କଳା ବିଦ୍ୟାଳୟ ସହ ଏକ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରହିଛି। ଉକ୍ତ ରାସ୍ତାର ମାତ୍ର ୫ଶହ ମିଟର ଦୂରରେ ଏକ ଫାଣ୍ଡି ରହିଛି। ହେଲେ ପୋଲିସ ନିର୍ବିକାର ରହିଥାଏ। ଫଳରେ ଏହି ରାସ୍ତା ଓ ଶିଶୁ ଉଦ୍ୟାନ ବିଭିନ୍ନ ଆବର୍ଜନାରେ ପରିପୂର୍ଣ୍ଣ ହୋଇ ରହିଥାଏ। ବିଭିନ୍ନ ସ୍ଥାନରେ ଖାଲି ମଦ ବୋତଲ ପଡ଼ିଥିବା ଦେଖିବାକୁ ମିଳେ। ହାଲ୍‌ ପ୍ରଶାସନ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରି ସ୍ଥାନୀୟ ଅଞ୍ଚଳର ଛୋଟ ପିଲାଙ୍କ ଆମୋଦ ପ୍ରମୋଦ ଲାଗି ଶିଶୁ ଉଦ୍ୟାନ କରି ଏହାର ରକ୍ଷଣାବେକ୍ଷଣ ପ୍ରତି ନଜର ନ ଦେବା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏଥିପ୍ରତି ଉଭୟ ପ୍ରଶାସନ ଦୃଷ୍ଟିଦେବାକୁ ସାଧାରଣରେ ଦାବି ହେଉଛି। ଏ ସମ୍ପର୍କରେ ସୁନାବେଡା ଆଇଆଇସି ଉଲ୍ଲସ ଚନ୍ଦ୍ର ରାଉତଙ୍କୁ ପଚାରିବାରୁ ସେ କହିଲେ,ସମ୍ପୃକ୍ତ ରାସ୍ତା ଗୁଡିକରେ ଏଣିକି ପାଟ୍ରୋଲିଂ ଉପରେ ଗୁରୁତ୍ୱାରୋପ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

କେନ୍ଦୁଝର ବିଜେଡିକୁ ଶକ୍ତ ଝଟକା, ୯ କାଉନସିଲରଙ୍କ ସାମୂହିକ ଇସ୍ତଫା

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି କେନ୍ଦୁଝରଗଡ ପୌର ଉପାଧ୍ୟକ୍ଷ ବରଦା ପ୍ରସନ୍ନଙ୍କଙ୍କ ସହ ୯ ଜଣ ବିଜେଡି କାଉନସିଲର ସମୂହ ଇସ୍ତଫା ଘଟଣା ଚର୍ଚ୍ଚାର ବିଷୟ ହୋଇଛି…

ଲାଞ୍ଜିଗଡରେ ଅନନ୍ୟ ପରମ୍ପରା; ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ, ଭକ୍ତଙ୍କ ପିଠିରେ ଚଢ଼ି ଫେରିଲେ ମା’

ଲାଞ୍ଜିଗଡ,୨୯।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡର ମା’ ଠାକରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ରବିବାର ମହା ସମାରୋହରେ ସମ୍ପନ୍ନ ହେଇଯାଇଛି । ଲାଞ୍ଜିଗଡ ଇଷ୍ଟଦେବୀ…

ସକାଳୁ ସକାଳୁ ଜଳଖିଆ ହୋଟେଲ କ୍ୟାବିନତଳୁ ଉଦ୍ଧାର ହେଲା ୨ କିଙ୍ଗ କୋବ୍ରା, ଲୋକେ ଦେଖି….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁର ନିଳାଞ୍ଚଳ ସାହୁଙ୍କ ଜଳଖିଆ ହୋଟେଲର କ୍ୟାବିନତଳୁ କିଙ୍ଗ କୋବ୍ରା ଉଦ୍ଧାର ହୋଇଛି…

ଯାଜପୁରର ଆକର୍ଷଣ ପାଲଟିବ ୧୨୩ ଫୁଟ ଉଚ୍ଚର ଧ୍ୟାନମଗ୍ନ ଶିବ ମୂର୍ତ୍ତି

ଧର୍ମଶାଳା,୨୯ା୩(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲାର ପବିତ୍ର ବୈତରଣୀ ନଦୀକୂଳରେ ସୁଉଚ୍ଚ ଧ୍ୟାନମଗ୍ନ ଶିବ ମୂର୍ତ୍ତି ନିର୍ମାଣ କାର୍ଯ୍ୟ କେବେ ଶେଷ ହେବ ତାକୁ ନେଇ ପ୍ରଶ୍ନ ଉଠିଛି।…

ଶ୍ରୀରାମନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା: ଗିରଫ ଦାବି କଲା ବିଜେଡି

ବଲାଙ୍ଗୀର,୨୯ା୩(ବୀରେନ୍ଦ୍ର କୁମାର ଝାଙ୍କର/ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ…

ଫର୍ମ ପୂରଣ କରିବାକୁ ଯାଇଥିଲେ ଛାତ୍ରୀ, ବଜ୍ରପାତରେ ଗଲା ଜୀବନ, ସହାୟତା ଦାବି କରି…

ଦିଗପହଣ୍ଡି,୨୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ଚାଞ୍ଚଡ଼ାପଲ୍ଲୀ ଗ୍ରାମର ମେଧାବୀ ଛାତ୍ରୀ ରେଶ୍ମା ଭୋଳ (୨୧) ଶୁକ୍ରବାର ଅପରାହ୍ନରେ ବ୍ରଜପାତରେ ମୃତ୍ୟୁବରଣ…

ମନ୍‌ କି ବାତ୍‌ରେ ସମ୍ବଲପୁରର ସୁଜାତା, ପ୍ରଶଂସା କରି ପ୍ରଧାନମନ୍ତ୍ରୀ କହିଲେ…

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁ ର ଜିଲାର ଜଣେ ସାଧାରଣ ଗୃହିଣୀରୁ ସଫଳ ମାଛ ଚାଷୀ ସାଜିଥିବା ସୁଜାତା ଭୂୟାଁଙ୍କ ସଫଳତା ଆଜି ସାରା ଦେଶ ପାଇଁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri