ସୁରକ୍ଷିତ ନୁହେଁ ଶିଶୁ ଉଦ୍ୟାନ

ସୁନାବେଡ଼ା, ୧।୩(ସ୍ବ.ପ୍ର.): ବହୁଦିନ ଧରି ହାଲ୍‌ ଟାଉନଶିପର ବିଭିନ୍ନ ନିଛାଟିଆ ଅଞ୍ଚଳ ଏବେ ଅସାମାଜିକ ବ୍ୟକ୍ତିଙ୍କ ଆଡ୍ଡାସ୍ଥଳ ପାଲଟିଛି। ଏନେଇ ବିଭିନ୍ନ ସମୟରେ ଗଣମାଧ୍ୟମରେ ଖବର ପ୍ରକାଶ ପାଇ ସମ୍ପୃକ୍ତ ଅଞ୍ଚଳଗୁଡ଼ିକରେ ପୋଲିସ ପାଟ୍ରୋଲିଂ ଦାବି ହୋଇଥିଲେ ମଧ୍ୟ ଏହାର କୌଣସି ପ୍ରଭାବ ଉଭୟ ପୋଲିସ ଓ ହାଲ୍‌ ସୁରକ୍ଷା ବାହିନୀ ଉପରେ ପଡ଼ିନାହିଁ। ଟାଉନଶିପ ଅଞ୍ଚଳର ଜଗନ୍ନାଥ ମାର୍କେଟକୁ ସଂଯୋଗ କରୁଥିବା ଫିଲ୍ମ ହଲ୍‌ ପଛ ରାସ୍ତା ନିର୍ଜନ ରାସ୍ତା ରୂପେ ପରିଚିତ। ସନ୍ଧ୍ୟା ହେଲେ ଏହା ଅସାମାଜିକ ବ୍ୟକ୍ତିଙ୍କ ଆଡ୍ଡାସ୍ଥଳୀ ପାଲଟିଯାଏ। ସେହିପରି ସି ଜୋନ୍‌ସ୍ଥିତ ଶିଶୁ ଉଦ୍ୟାନ ଓ ରାସ୍ତା ମଧ୍ୟ ଏମାନଙ୍କ କବଳକୁ ଚାଲିଯାଏ। ଫଳରେ ଏହି ରାସ୍ତା ଦେଇ ରାତିରେ ଯାତାୟାତ କରିବା ବିପଜ୍ଜନକ ହୋଇପଡିଛି। ରାସ୍ତାର ଗୋଟିଏ ପାର୍ଶ୍ୱ ଏଡିଏଭି ହାଇସ୍କୁଲକୁ ସଂଯୋଗ କରୁଥିବା ବେଳେ ଅନ୍ୟ ପାର୍ଶ୍ୱଟି ଭିଏସ୍‌ ବିଦ୍ୟାଳୟକୁ ସଂଯୋଗ କରୁଛି। ଏହି ରାସ୍ତାରେ ଥିବା ଶିଶୁ ଉଦ୍ୟାନ ଅପର ପାଶର୍‌ବରେ ସଂଗୀତ କଳା ବିଦ୍ୟାଳୟ ସହ ଏକ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରହିଛି। ଉକ୍ତ ରାସ୍ତାର ମାତ୍ର ୫ଶହ ମିଟର ଦୂରରେ ଏକ ଫାଣ୍ଡି ରହିଛି। ହେଲେ ପୋଲିସ ନିର୍ବିକାର ରହିଥାଏ। ଫଳରେ ଏହି ରାସ୍ତା ଓ ଶିଶୁ ଉଦ୍ୟାନ ବିଭିନ୍ନ ଆବର୍ଜନାରେ ପରିପୂର୍ଣ୍ଣ ହୋଇ ରହିଥାଏ। ବିଭିନ୍ନ ସ୍ଥାନରେ ଖାଲି ମଦ ବୋତଲ ପଡ଼ିଥିବା ଦେଖିବାକୁ ମିଳେ। ହାଲ୍‌ ପ୍ରଶାସନ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରି ସ୍ଥାନୀୟ ଅଞ୍ଚଳର ଛୋଟ ପିଲାଙ୍କ ଆମୋଦ ପ୍ରମୋଦ ଲାଗି ଶିଶୁ ଉଦ୍ୟାନ କରି ଏହାର ରକ୍ଷଣାବେକ୍ଷଣ ପ୍ରତି ନଜର ନ ଦେବା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏଥିପ୍ରତି ଉଭୟ ପ୍ରଶାସନ ଦୃଷ୍ଟିଦେବାକୁ ସାଧାରଣରେ ଦାବି ହେଉଛି। ଏ ସମ୍ପର୍କରେ ସୁନାବେଡା ଆଇଆଇସି ଉଲ୍ଲସ ଚନ୍ଦ୍ର ରାଉତଙ୍କୁ ପଚାରିବାରୁ ସେ କହିଲେ,ସମ୍ପୃକ୍ତ ରାସ୍ତା ଗୁଡିକରେ ଏଣିକି ପାଟ୍ରୋଲିଂ ଉପରେ ଗୁରୁତ୍ୱାରୋପ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri