ଶିଶୁ ଉଦ୍ୟାନ ଏବେ କ୍ଷୁଦ୍ର ଜଙ୍ଗଲ

ହାଟଡ଼ିହୀ,୧୨।୪(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଶଢ଼ା ପଞ୍ଚାୟତ ମିଠିଗାଁ ଗ୍ରାମରେ ଥିବା ଶିଶୁ ଉଦ୍ୟାନ ଏବେ ଜଙ୍ଗଲର ଭ୍ରମ ସୃଷ୍ଟି କରୁଛି। ପରିସର ଅନାବନା ଗଛ, ଲତାରେ ଭର୍ତ୍ତି ହୋଇଛି। ଶିଶୁ ଉଦ୍ୟାନଟି ଏବେ ସରୀସୃପଙ୍କ ବାସସ୍ଥଳୀ ପାଲଟିଥିବା ବେଳେ ପୁନରୁଦ୍ଧାର କାର୍ଯ୍ୟ ହେଉ ନ ଥିବାରୁ ଉଦ୍ୟାନର ସୌନ୍ଦର୍ଯ୍ୟ ଏବଂ ଗରିମା ନଷ୍ଟହେବାକୁ ବସିଛି। ଦୀର୍ଘ ବର୍ଷ ହେବ ସୌନ୍ଦର୍ଯ୍ୟକରଣ କାମ ସରୁ ନ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।
ସୂଚନା ଅନୁଯାୟୀ, ଉଦ୍ୟାନର ସୌନ୍ଦର୍ଯ୍ୟକରଣ ପାଇଁ ୨୦୨୧-୨୨ ଆର୍ଥିକ ବର୍ଷରେ ପଞ୍ଚାୟତର ଏସ୍‌ଏଫ୍‌ସି(ରାଜ୍ୟ ପଞ୍ଚଦଶ ଅର୍ଥ କମିଶନ) ଫଣ୍ଡରୁ ୩ ଲକ୍ଷ ଏବଂ ପ୍ରାଚୀର ନିର୍ମାଣ ପାଇଁ ୩ ଲକ୍ଷ ଟଙ୍କା ଅନୁଦାନରେ କାର୍ଯ୍ୟ ଆରମ୍ଭ ହୋଇଥିଲା। ୨୦୨୨-୨୩ ଆର୍ଥିକ ବର୍ଷରେ ଉଦ୍ୟାନ ସମ୍ମୁଖ ଫାଟକ ନିର୍ମାଣ ପାଇଁ ପୁଣି ୨ ଲକ୍ଷ ଟଙ୍କା ବ୍ୟୟ ଅଟକଳ ହୋଇ କାର୍ଯ୍ୟ ଚାଲୁ ରହିଛି। ଉଦ୍ୟାନ ମଧ୍ୟରେ ଗୋଟିଏ ପାର୍ଶ୍ୱରେ ଏକ ମଠ, ପୋଖରୀ, ଆମ ଓଡ଼ିଶା ନବୀନ ଓଡ଼ିଶା ତରଫରୁ ଗୋଷ୍ଠୀ କେନ୍ଦ୍ର ମଧ୍ୟ ନିର୍ମାଣ ହୋଇଛି। ୨୦୨୦-୨୧ରେ ପୋଖରୀ କାର୍ଯ୍ୟ ପାଇଁ ୨ ଲକ୍ଷ ୫୦ ହଜାର, ୨୦୨୩-୨୪ରେ ଗୋଷ୍ଠୀ କେନ୍ଦ୍ର ନିର୍ମାଣ ପାଇଁ ୩ ଲକ୍ଷ ଟଙ୍କା ଅନୁଦାନ ଖର୍ଚ୍ଚ ହୋଇଛି। କିନ୍ତୁ ଉଦ୍ୟାନ ପରିବେଶ ସମ୍ପୂର୍ଣ୍ଣ ଭାବେ ବିଲୁପ୍ତ ହୋଇଯାଇଥିବା ବେଳେ ଏକ କ୍ଷୁଦ୍ର ଜଙ୍ଗଲ ପରି ଲାଗୁଛି। ପ୍ରାୟ ୩ ହଜାର ବର୍ଗ ଫୁଟ୍‌ରେ ନିର୍ମିତ ଉଦ୍ୟାନ ପ୍ରଶାସନିକ ଅନୁଧ୍ୟାନର ଅଭାବ ଏବଂ ପଞ୍ଚାୟତ କର୍ମଚାରୀଙ୍କ ଦାୟିତ୍ୱହୀନତା ଯୋଗୁ ଶ୍ରୀହୀନ ହୋଇପଡ଼ିଛି। ଅନ୍ୟପକ୍ଷେ ୩ ବର୍ଷ ହେଲା ସୌନ୍ଦର୍ଯ୍ୟକରଣ ଅଧାପନ୍ତରିଆ ହୋଇ ପଡ଼ିଥିବା ବେଳେ ଆଲୋକୀକରଣ ହୋଇନାହିଁ। ପାଣି ପାଇପ ସଂଯୋଗ ମଧ୍ୟ ନାହିଁ। କୌଣସି ପ୍ରକାରର ରଙ୍ଗବେରଙ୍ଗର ଫୁଲ, ଘାସ କିମ୍ବା ଅନ୍ୟ ଗଛ ମଧ୍ୟ ନାହିଁ। ବସିବା, ଚାଲିବା, ବୁଲିବା ପାଇଁ ବ୍ୟବସ୍ଥା ମଧ୍ୟ ହୋଇନାହିଁ। ବର୍ଷା ଅସରାଏ ହେଲେ ଭିତରକୁ ଯିବା ପାଇଁ ଭୟ ଲାଗେ। ଉଦ୍ୟାନ ପଛପାଖରେ ପାଚେରି ନ ଥିବାରୁ ମୁକୁଳା ପଡ଼ିଛି। ଏନେଇ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ହରିହର ସେଠୀ କହିଛନ୍ତି, ପଞ୍ଚାୟତ ଅନୁଦାନ ଅଭାବରୁ କାର୍ଯ୍ୟ ହୋଇପାରୁନାହିଁ। ଅନ୍ୟ ଯୋଜନାରେ ଉଦ୍ୟାନ ପ୍ରକଳ୍ପକୁ ତାଲିକାଭୁକ୍ତ କରି ଧୀରେ ଧୀରେ ଉଦ୍ୟାନର ଉନ୍ନତୀକରଣ ଏବଂ ସୌନ୍ଦର୍ଯ୍ୟକରଣ ଦିଗରେ କାର୍ଯ୍ୟ କରାଯିବ। ପୂର୍ବତନ ସରପଞ୍ଚ ଜୟନ୍ତୀ ସାମଲ କହିଛନ୍ତି, ପଞ୍ଚାୟତ ତରଫରୁ ଆବଶ୍ୟକ ପଦକ୍ଷେପ ନିଆଯାଉନାହିଁ। ଫଳରେ ଉଦ୍ୟାନ ପରିତ୍ୟକ୍ତ ଅବସ୍ଥାରେ ପଡ଼ିରହିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri