କିଙ୍ଗ ଚାର୍ଲସଙ୍କ ରାଜ୍ୟାଭିଷେକରେ ସାମିଲ ହେବେ ନାହିଁ ମେଘନ ମାର୍କେଲ

ଲଣ୍ଡନ,୬।୫: ବ୍ରିଟେନରେ କିଙ୍ଗ ଚାର୍ଲସଙ୍କର ଶନିବାର ରାଜ୍ୟାଭିଷେକ ହେବାକୁ ଯାଉଛି। ଏହି ଖବର ଏବେ ସାରା ବିଶ୍ୱରେ ଚର୍ଚ୍ଚାରେ ରହିଛି। ହେଲେ ଏବେବି ବ୍ରିଟେନ ରାଜ ପରିବାରରେ ସବୁକିଛି ଠିକ ନାହିଁ। ଗୋଟିଏ ପଟେ କିଙ୍ଗ ଚାର୍ଲସଙ୍କ ରାଜ୍ୟାଭିଷେକ ପାଇଁ ସାରା ବିଶ୍ୱରୁ ଭିଆଇପି ଅତିଥି ଓ ବିଭିନ୍ନ ଗଣ୍ୟମାନ୍ୟ ବ୍ୟକ୍ତି ଏହି କାର୍ଯ୍ୟକ୍ରମରେ ସାମିଲ ହେବାକୁ ଲଣ୍ଡନ ପହଞ୍ଚିଛନ୍ତି, ଅନ୍ୟପଟେ ରାଜ ପରିବାରର ସଦସ୍ୟ ଏହି ଐତିହାସିକ କାର୍ଯ୍ୟକ୍ରମରେ ଯୋଗ ଦେବେ ନାହିଁ ବୋଲି ଜଣାପଡିଛି।
ମିଳିଥିବା ସୂଚନା ଅନୁଯାୟୀ, କିଙ୍ଗ ଚାର୍ଲସଙ୍କ ରାଜ୍ୟାଭିଷେକରେ ପ୍ରିନ୍ସ ହ୍ୟାରିଙ୍କ ପତ୍ନୀ ମେଘନ ମାର୍କେଲ ସାମିଲ ହେବେ ନାହିଁ। ମେଘନ ମାର୍କେଲଙ୍କ ସହ ତାଙ୍କ ସନ୍ତାନ ପ୍ରିନ୍ସ ଆର୍ଚି ଓ ପ୍ରିଂସେସ ଲିଲିବେଟ ବି ଏହି ଐତିହାସିକ କାର୍ଯ୍ୟକ୍ରମରୁ ଦୂରେଇ ରହିବେ। ମେଘନ ମାର୍କେଲ ତାଙ୍କ ପିଲାଙ୍କ ସହ କାଲିଫର୍ନିଆରେ ରହିବେ। ହେଲେ ପ୍ରିନ୍ସ ହ୍ୟାରି ତାଙ୍କ ପିତାଙ୍କ ରାଜ୍ୟାଭିଷେକ କାର୍ଯ୍ୟକ୍ରମରେ ସାମିଲ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ପେନ୍‌ସନ୍‌ଧାରୀମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟାର ସମାଧାନ ପାଇଁ ସରକାରଙ୍କ ଦୃଷ୍ଟି ଆକର୍ଷଣ

ଛତ୍ରପୁର,୯ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଓଡ଼ିଶା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ, ଛତ୍ରପୁର ଶାଖାର ମାସିକ ବୈଠକ ସଭାପତି ସୁରେନ୍ଦ୍ରନାଥ ପାଢ଼ୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ…

ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ମରଣକୁ ଡାକୁଛି ଆ’…

କର୍ଲାମୁଣ୍ଡା,୯ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସର୍ଗୁଲ ଗାଁରେ ଥିବା ବିଦ୍ୟୁତ୍‌ ଟ୍ରାନ୍ସଫର୍ମରଟି ଦୀର୍ଘଦିନ ଧରି ଜଙ୍ଗଲୀ ଲତାଗୁଳ୍ମରେ ଆଚ୍ଛାଦିତ ହୋଇ ରହିଥିବା ଦେଖିବାକୁ…

ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ଲୁହାରଡ୍‌ରେ ମାଡ଼ ମାରି ଲହୁଲୁହାଣ କରିଦେଲେ ୪ ଛାତ୍ର

ନୟାଗଡ଼,୯ା୮(ଲୋକନାଥ ମିଶ୍ର): ନୟାଗଡ଼ ଟାଉନ ଥାନା ସାଇ ସାହାରା ଆବାସିକ ସ୍କୁଲରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ସିନିୟର ଛାତ୍ରମାନେ ଲୁହାରଡ୍‌ରେ ମାଡ଼ ମାରି ଲହୁଲୁହାଣ କରିଦେଇଥିବା…

ହୀରାକୁଦ ଜଳଭଣ୍ଡାରରେ ବୃଦ୍ଧି ପାଉଛି ବନ୍ୟାଜଳ, ପୁଣି ଖୋଲିଲା ଗେଟ୍‌

ସମ୍ବଲପୁର,୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ରବିବାର ପୁଣିଥରେ ବିପୁଳ ପରିମାଣର ବନ୍ୟାଜଳ ପ୍ରବେଶ କରିବା ଆରମ୍ଭ କରିଛି। ଫଳରେ…

Mettle Meet 2026: ଆଜି ଗ୍ରାଣ୍ଡ୍‌ ଫିନାଲେ, ମୁହାଁମୁହିଁ ହେବେ ୮ ଲେଖାଏ ଟିମ୍‌

ଭୁବନେଶ୍ୱର,୯।୮(ବନ୍ଦନା ସେଠୀ/ସୁଚିସ୍ମିତା ସାହୁ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଶନିବାର ରାଜ୍ୟସ୍ତରୀୟ କୁଇଜ୍‌ ପ୍ରତିଯୋଗିତାର ଦଶମ ସଂସ୍କରଣ ‘ମେଟଲ୍‌ ମିଟ୍‌-୨୦୨୬’ ଆରମ୍ଭ ହୋଇଛି। ସ୍ୱସ୍ତି…

୩୮ ଏମ୍‌ଓୟୁ ସ୍ବାକ୍ଷରିତ: ଓଡ଼ିଶାକୁ ୬୬,୩୯୨ କୋଟି ପୁଞ୍ଜିନିବେଶ ପ୍ରସ୍ତାବ

ଭୁବନେଶ୍ୱର,୯।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ନୂଆଦିଲ୍ଲୀଠାରେ ଅନୁଷ୍ଠିତ ଓଡ଼ିଶାର ଦୁଇ ଦିନିଆ ନିବେଶ ଅଭିଯାନ ଶନିବାର ବିପୁଳ ସମ୍ଭାବନା ସହିତ ସମାପ୍ତ ହୋଇଛି।…

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri