କିଙ୍ଗ ଚାର୍ଲସ ତୃତୀୟ କ୍ୟାନସରରେ ପୀଡ଼ିତ, ସୂଚନା ଦେଲା ବକିଙ୍ଗହମ ପ୍ୟାଲେସ

ଲଣ୍ଡନ,୬।୨: ବ୍ରିଟେନର ରାଜା ଚାଲର୍‌ସ ତୃତୀୟ କର୍କଟ ରୋଗରେ ପୀଡିତ ଅଛନ୍ତି। ନିକଟରେ ତାଙ୍କର କର୍କଟ ରୋଗ ହୋଇଥିବା ଜଣାପଡିଛି। ବ୍ରିଟିଶ ରାଜ ପରିବାର ଏହି ସୂଚନା ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ବକିଙ୍ଗହମ ପ୍ୟାଲେସ ଏକ ବିବୃତ୍ତିରେ କହିଛି ଯେ ବର୍ଦ୍ଧିତ ପ୍ରୋଷ୍ଟେଟ ପାଇଁ ରାଜାଙ୍କ ଡାକ୍ତରୀ ପରୀକ୍ଷା ପରେ ତାଙ୍କୁ କର୍କଟ ହୋଇଥିିବା ଜଣାପଡିଛି। ବ୍ରିଟିଶ ରାଜାଙ୍କର କର୍କଟ ରୋଗ ହେବାର ଖବର ପାଇଁ ତାଙ୍କ ସମର୍ଥକମାନେ ଦୁଃଖିତ ହୋଇଛନ୍ତି। ରାଜାଙ୍କର ସମସ୍ତ ସାର୍ବଜନୀନ କାର୍ଯ୍ୟ ବାତିଲ କରିବାକୁ ଡାକ୍ତରମାନେ ପରାମର୍ଶ ଦେଇଛନ୍ତି। ତେବେ କିଙ୍ଗ ଚାଲର୍‌ସ କେଉଁ ପ୍ରକାରର କର୍କଟ ରୋଗରେ ପୀଡିତ ତାହା ସ୍ପଷ୍ଟ ହୋଇନାହିଁ।

ବକିଙ୍ଗହମ ପ୍ୟାଲେସର ଏକ ବିବୃତ୍ତିରେ କୁହାଯାଇଛି ଯେ ତାଙ୍କ କର୍କଟ ରୋଗ ନିର୍ଣ୍ଣୟ ପରେ ମହାରାଜା ନିୟମିତ ଚିକିତ୍ସା କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ। ଏହି ସମୟ ମଧ୍ୟରେ ଡାକ୍ତରମାନେ ତାଙ୍କୁ ସମସ୍ତ କାର୍ଯ୍ୟକ୍ରମକୁ ସ୍ଥଗିତ ରଖିବାକୁ ପରାମର୍ଶ ଦେଇଛନ୍ତି। ଏହି ସମଗ୍ର ଅବଧି ମଧ୍ୟରେ, ମହାରାଜା ପୂର୍ବପରି ରାଜ୍ୟ ସମସ୍ତ କାର୍ଯ୍ୟ ତଥା ସରକାରୀ କାର୍ଯ୍ୟ ଜାରି ରଖିବେ। ରାଜା ତାଙ୍କ ଚିକିତ୍ସା ବିଷୟରେ ସଂପୂର୍ଣ୍ଣ ସକାରାତ୍ମକ ଏବଂ ଯଥାଶୀଘ୍ର ପୂର୍ଣ୍ଣ ଜନସାଧାରଣ କାର୍ଯ୍ୟକଳାପକୁ ଫେରିବାକୁ ଆଗ୍ରହୀ।
ରାଜା ଚାଲର୍‌ସ ତୃତୀୟ କର୍କଟ ରୋଗରେ ପୀଡିତ ଥିବା ଖବର ଶୁଣିବା ପରେ ବ୍ରିଟିଶ ପ୍ରଧାନମନ୍ତ୍ରୀ ଋଷି ସୁନକ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ସୋସିଆଲ ମିଡିଆ ପୋଷ୍ଟରେ ସୁନକ କହିଛନ୍ତି ଯେ କିଙ୍ଗ ଶୀଘ୍ର ସୁସ୍ଥ ହୋଇଯିବେ। ତାଙ୍କର ଶୀଘ୍ର ଆରୋଗ୍ୟ ପାଇଁ ସମଗ୍ର ଦେଶ କାମନା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…

ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri