କାଜୁଗଛରେ ଡେରା ଜମାଇଥିଲା ୧୨ ଫୁଟର ଅହିରାଜ, ବନ କର୍ମଚାରୀଙ୍କ କଠିନ ଉଦ୍ୟମ ପରେ…

ପାଟଣା, ୧।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡ଼ା ସେକ୍ସନ ଅଧୀନ କୁମୁଳାବାହାଳି ଗାଁ ନିକଟସ୍ଥ ଏକ କାଜୁଗଛରୁ ମଙ୍ଗଳବାର ପ୍ରାୟ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗ କୋବ୍ରା) ସାପକୁ ବନ ବିଭାଗ ସଫଳତାର ସହ ଉଦ୍ଧାର କରିଛି।

ମାଛଗଡ଼ ଗାର୍ଡ ଅଶ୍ୱିନୀ ସାହୁଙ୍କ ନେତୃତ୍ୱରେ ବନ କର୍ମଚାରୀ ଓ ପାରାଷ୍ଟାଫ୍‌ଙ୍କ ମିଳିତ ଉଦ୍ୟମରେ ଉଦ୍ଧାର ଅପରେସନ କରାଯାଇଥିଲା। କାଜୁଗଛରେ ସାପଟି ଥିବା ଦେଖି ସ୍ଥାନୀୟ ଲୋକେ ଆତଙ୍କିତ ହୋଇପଡ଼ିଥିଲେ ଏବଂ ବନ ବିଭାଗକୁ ଖବର ଦେଇଥିଲେ। ପରେ କଠିନ ଉଦ୍ୟମ କରି ପାରାଷ୍ଟାଫ୍‌ ଏମ୍‌ଡି ୱାସିମ୍‌ ସାପଟିକୁ କାବୁ କରିବାରେ ସଫଳ ହୋଇଥିଲେ।

ଉଦ୍ଧାର ପରେ ସାପଟିକୁ ପାଟଣା ରେଞ୍ଜ କାର୍ଯ୍ୟାଳୟକୁ ଅଣାଯାଇଛି। ସାପଟି ଅତ୍ୟନ୍ତ ଭୟଭୀତ ହୋଇ ସଙ୍କୁଚିତ ଅବସ୍ଥାରେ ମୁଣି ଭିତରେ ରହିଥିବାରୁ ମଙ୍ଗଳବାର ରାତିରେ ଏହାର ସଠିକ୍‌ ଲମ୍ବ ମାପ କରାଯାଇପାରି ନ ଥିଲା।

ବୁଧବାର ସାପଟିର ସଠିକ୍‌ ଲମ୍ବ ମାପ କରାଯିବା ପରେ ଅଟେଇ ସଂରକ୍ଷିତ ଜଙ୍ଗଲରେ ସୁରକ୍ଷିତ ଭାବେ ଛାଡ଼ି ଦିଆଯିବ ବୋଲି ପ୍ରୋବେସନାଲ ଆଇଏଫ୍‌ଏସ୍‌ (IFS) ଅଧିକାରୀ ଲବ୍ଧ ଜୈନ ସୂଚନା ଦେଇଛନ୍ତି। ବନ ବିଭାଗ ପକ୍ଷରୁ ସାପଟିର ପ୍ରାଥମିକ ସ୍ୱାସ୍ଥ୍ୟ ଯାଞ୍ଚ ମଧ୍ୟ କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସଂକ୍ରି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ମିଳିବ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’: ବରଗଡ଼ ଜିଲାରେ ଖୁସିର ଲହରୀ

ଝାରବନ୍ଧ, ୧।୯ (ଦେବେନ୍ଦ୍ର ସାହୁ): ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ ଓ ଅଭିନବ ଶିକ୍ଷଣ ପଦ୍ଧତି ପାଇଁ ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ସଂକ୍ରି ସରକାରୀ…

୭ମ ରାଜ୍ୟସ୍ତରୀୟ କୁଡୋ ମାର୍ଶାଲ ଆର୍ଟ ପ୍ରତିଯୋଗିତାରେ ଦେବଗଡ଼ ଜିଲାର ବାଜିମାତ: ହାତେଇଲେ ୮ ସ୍ୱର୍ଣ୍ଣ, ୧ ରୌପ୍ୟ…

ଦେବଗଡ଼, ୧।୯ (ଶଶାଙ୍କ ଶେଖର ଝାଙ୍କର): କଟକର ସରସ୍ୱତୀ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟ୍ ଅଡିଟୋରିୟମଠାରେ ଅଗଷ୍ଟ ୨୯ରୁ ୩୦ ତାରିଖ ପର୍ଯ୍ୟନ୍ତ ଦୁଇ ଦିନ ଧରି ଅନୁଷ୍ଠିତ…

ମୋରୁମ ଖାଦାନରେ ଚାପି ହୋଇ ନାବାଳକ ମୃତ୍ୟୁ ଘଟଣା: ଜେଲ ଗଲେ ଟ୍ରାକ୍ଟର ମାଲିକ-ଚାଳକ

ଦିଗପହଣ୍ଡି, ୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଉସ୍ତପଲ୍ଲୀ ଗ୍ରାମ ନିକଟସ୍ଥ ମୋରୁମ ଖାଦାନରେ ପଥର ତଳେ ଚାପି…

ପ୍ରତି କଥାରେ ଝଗଡା କରନ୍ତି ଏହି ୩ ରାଶି, ଦେହକୁ ନେଇଯାଆନ୍ତି ଛୋଟ-ଛୋଟ କଥା…

ଆପଣଙ୍କ ସାଙ୍ଗ ମହଲରେ ମଧ୍ୟ ନିଶ୍ଚୟ ଏମିତି କେହି ଥିବେ, ଯିଏ ଛୋଟ କଥାକୁ ନେଇ ଯୁକ୍ତିତର୍କ (ତର୍କ-ବିତର୍କ) ଆରମ୍ଭ କରିଦିଅନ୍ତି। କଥା ସରିବା ବଦଳରେ ଲମ୍ୱା…

ଜନ୍ମାଷ୍ଟମୀରେ ମହାସଂଯୋଗ: ଚମକିବ ୫ ରାଶିର ଭାଗ୍ୟ, କାହ୍ନାଙ୍କ କୃପାରେ ହୋଇଯିବେ ମାଲାମାଲ!

ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପର୍ୱ ଚଳିତ ବର୍ଷ ୪ ସେପ୍ଟେମ୍ୱରରେ ଶ୍ରଦ୍ଧା ଓ ଉଲ୍ଲାସର ସହିତ ପାଳିତ ହେବ। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବର ଏହି ଦିନ ଧାର୍ମିକ ଆସ୍ଥା…

୧୬.୭୨ ଲକ୍ଷ ଟଙ୍କା ଆତ୍ମସାତ: ପ୍ୟାକ୍ସର ପୂର୍ବତନ ସମ୍ପାଦକ ଶ୍ରୀପତି ପ୍ରଧାନ ଗିରଫ

ଦେବଗଡ଼, ୧।୯ (ଶଶାଙ୍କ ଶେଖର ଝାଙ୍କର): ସାର ବିକ୍ରି ଓ ସରକାରୀ ପାଣ୍ଠି ହେରଫେର ମାମଲାରେ ଭିଜିଲାନ୍ସକୁ ବଡ଼ ସଫଳତା। ୧୬.୭୨ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗରେ…

ବୁଧ-ମଙ୍ଗଳଙ୍କ ଯୋଗରେ ୪ ରାଶିଙ୍କ ଖୋଲିବ ଭାଗ୍ୟ, ୨ଗୁଣା କରିବେ ଇନକମ୍‌! ମାସେ ଯାଏ ଧନଯୋଗ…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳବାର ୧ ସେପ୍ଟେମ୍ୱର, ୨୦୨୬ ସଂଧ୍ୟା ୬ଟା ୪୮ ମିନିଟରୁ ବୁଧ ଏବଂ ମଙ୍ଗଳ ଗ୍ରହ ପରସ୍ପରଠାରୁ ୬୦ଓ ଦୂରତାରେ ଅବସ୍ଥାନ କରିବେ,…

ଇସ୍ତଫା ଦେଲେ ମିଶ୍‌ବା-ଉଲ-ହକ୍‌, କାହିକି ଜାଣନ୍ତୁ…

କରାଚି,୧ା୯: ଇଂଲଣ୍ଡ ଟୁର୍‌ରେ ପ୍ରଥମ ଦୁଇ ଟେଷ୍ଟରେ ଶୋଚନୀୟ ପରାଜୟ ପରେ ପାକିସ୍ତାନ କ୍ରିକେଟ୍‌ରେ ଆମୂଳଚୂଳ ପରିବର୍ତ୍ତନ ଜାରି ରହିଛି। ଦଳର ୭ ଖେଳାଳିଙ୍କୁ ସ୍ବଦେଶ ପଠାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri