ରତ୍ନେଶ୍ଵରୀ ମନ୍ଦିର ଭିତରେ ଗର୍ଜନ କରୁଥିଲା ବିରାଟ ଅହିରାଜ! ଲୋକେ ଛାନିଆ, ବନବିଭାଗ ପହଞ୍ଚି…

ଦିଗପହଣ୍ଡି/ଚିକିଟି,୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ):  ଗଞ୍ଜାମ ଜିଲା ଚିକିଟି ଗଡ଼ ବ୍ଲକ କାର୍ଯ୍ୟାଳୟ ନିକଟ ମା ‘ ରତ୍ନେଶ୍ଵରୀ ମନ୍ଦିରରୁ କିଙ୍ଗକୋବ୍ରା ଉଦ୍ଧାର କରାଯାଇଛି । ପ୍ରାୟ ୧୨ ଫୁଟ ଲମ୍ବର ଏକ ଅହିରାଜ ସାପକୁ ସ୍ନେକ୍ ହେଲ୍ପ ଲାଇନ ସଦସ୍ୟ ଉଦ୍ଧାର କରି ନିକଟସ୍ଥ  ଜଙ୍ଗଲରେ ଛାଡ଼ିଦେଇଥିବା ଜଣାପଡିଛି ।

ଅହିରାଜ ସାପଟି ମନ୍ଦିର ପରିସରରେ ରହି ଗର୍ଜନ କରୁଥିବା ବେଳେ ସ୍ଥାନୀୟ କିଛି ବ୍ୟକ୍ତି ସାପଟିକୁ ପ୍ରଥମେ ଦେଖିଥିଲେ । ଖବର ପ୍ରଚାରିତ ହେବାପରେ ସାପ ଦେଖିବାକୁ ଘଟଣାସ୍ଥଳରେ ଲୋକଙ୍କ ଭିଡ଼ ହୋଇଥିଲା। କିଛି ବ୍ୟକ୍ତି ଏନେଇ ଚିକିଟି ସ୍ନେକ ହେଲ୍ପଲାଇନ ସଦସ୍ୟ ଙ୍କୁ ଜଣାଇଥିଲେ। ସ୍ନେକ ହେଲ୍ପ ଲାଇନ ସଦସ୍ୟ ସେଠାରେ ପହଞ୍ଚି ସାପଟିକୁ ଧରିବାକୁ ଚେଷ୍ଟା କରିବା ବେଳେ ସାପଟି ମନ୍ଦିର ରୋଷଶାଳା ଭିତରକୁ ପଶି ଯାଇଥିଲା।

ବହୁ କଷ୍ଟରେ ସେଠାରୁ ଉଦ୍ଧାର କରିବା ବେଳେ ପୁଣି ସାପଟି ଖସିଯାଇ ମନ୍ଦିର ଗର୍ଭଗୃହ ମା’ଙ୍କ ଆସ୍ଥାନ ସ୍ଥଳ ଭିତରକୁ ଚାଲିଯାଇଥିଲା। ପରେ ସ୍ନେକ ହେଲ୍ପ ଲାଇନ ସଦସ୍ୟ  ଅତ୍ୟନ୍ତ ସନ୍ତର୍ପଣ ସହକାରେ ପୁରୁଷ ପ୍ରଜାତିର ଅହିରାଜ ( କିଙ୍ଗକୋବ୍ରା ) କୁ ଧରି ନିକଟସ୍ଥ  ଜଙ୍ଗଲରେ ସୁରକ୍ଷିତ ଅବସ୍ଥାରେ ଛାଡି ଦେଇଥିବା ଜଣାପଡ଼ିଛି।  ଅପରପକ୍ଷରେ ନିକଟସ୍ଥ ଜଙ୍ଗଲରୁ ଅହିରାଜ ସାପ ଗୁଡିକ ବାରମ୍ବାର ଜନବସତି ଅଞ୍ଚଳକୁ ଚାଲି ଆସୁଥିବାର କାରଣ ଜଣାପଡୁନାହିଁ। ପାହାଡ଼ରେ ବେଆଇନ ପଥର ବ୍ଲାଷ୍ଟିଂ ଏବଂ ବ୍ୟାପକ ଜଙ୍ଗଲ କ୍ଷୟ ଯୋଗୁଁ ଅହିରାଜ ସାପ ଗୁଡ଼ିକ ଜନବସତିକୁ ଚାଲି ଆସୁଥିବା ଜୀବ ବିଜ୍ଞାନୀମାନଙ୍କ ସହ ଆଲୋଚନାରୁ ଜଣାପଡ଼ିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ମାଡି ଆସୁଛି ଭୟଙ୍କର ବିପଦ! ବଡ଼ ଚେତାବନୀ ଦେଲା UN

ନୂଆଦିଲ୍ଲୀ,୩।୯: ବିଶ୍ୱ ତାପମାତ୍ରା ବୃଦ୍ଧି ଓ ଜଳବାୟୁ ପରିବର୍ତ୍ତନକୁ ନେଇ ପୁଣିଥରେ ଚେତାବନୀ ଦେଇଛି ମିଳିତ ଜାତିସଂଘ। ବିଶ୍ୱ ତାପମାତ୍ରା ୧.୫ ଡିଗ୍ରୀ ସେଲସିୟସ ବୃଦ୍ଧି ସୀମାକୁ…

‘ଅଭିଜିତ ଦୀପକେଙ୍କ ସହ ଡିଲ୍ କରିଛନ୍ତି କେଜ୍ରିୱାଲ୍’, ବଡ଼ ଅଭିଯୋଗ ଆଣିଲେ ମନୀଷ

ନୂଆଦିଲ୍ଲୀ,୩।୯: କକରୋଚ୍ ଜନତା ପାର୍ଟି (CJP) ପରେ ଏବେ ‘କକରୋଚ୍ ଜନତା ପାର୍ଟି ଡେମୋକ୍ରାଟିକ’ (CJPD) ଘୋଷଣା ହୋଇଛି । ମନୀଷ ବ୍ରହ୍ମଭଟ୍ଟ ଗୁରୁବାର ଏହି ଘୋଷଣା…

ମୋଦିଙ୍କ ପଦାଙ୍କ ଅନୁସରଣ କଲେ ଯୋଗୀ! ଇନଷ୍ଟାଗ୍ରାମରେ ରିଲ ପୋଷ୍ଟ କରି କହିଲେ…

ଲକ୍ଷ୍ନୌ,୩।୯: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ ଏକ ରିଲ ପୋଷ୍ଟ କରିଛନ୍ତି। ଏହି ସେଲଫି-ଶୈଳୀର ରିଲ୍ସରେ ବାବା ନୀବ କରୋରିଙ୍କ ପବିତ୍ର ଭୂମି…

ଶ୍ୱଶୁର ହେଲେ ରକ୍ତମୁଖା: ଲୁହାରଡ୍‌ରେ ପିଟିପିଟି ଜ୍ୱାଇଁଙ୍କୁ ମାରିଦେଲେ

ଉଦଳା,୩ା୯(ସନ୍ତୋଷ ବାଛିନୀ): ସାବତ ଶ୍ୱଶୁର ହେଲେ ରକ୍ତମୁଖା। ଲୁହା ରଡ୍‌ରେ ପିଟିପିଟି ଜ୍ୱାଇଁଙ୍କୁ ହତ୍ୟା କରିଛନ୍ତି। ଏଭଳି ଘଟଣା ଘଟିଛି ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ମଝିଗଡ଼ିଆ…

ମଝି ଆକାଶରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ପାଇଲଟ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୩।୯: ଦୋହାରୁ ବେଙ୍ଗାଲୁରୁ ଯାଉଥିବା ଇଣ୍ଡିଗୋ ବିମାନ 6E 1302 ଗୁରୁବାର ମସ୍କଟରେ ସୁରକ୍ଷିତ ଜରୁରୀକାଳୀନ ଅବତରଣ କରିଛି। ଯାତ୍ରା ସମୟରେ ପାଇଲଟ ହଠାତ୍‌ ଅସୁସ୍ଥ ହୋଇପଡ଼ିବା…

ଗଞ୍ଜେଇ ଚୋରା ଚାଲାଣ ମାମଲା: ଅହମ୍ମଦାବାଦରୁ ଆସି ଗାଁରେ ଲୁଚିଥିଲେ ଅଭିଯୁକ୍ତ, ପୋଲିସ ପହଞ୍ଚି…

ଦିଗପହଣ୍ଡି,୩ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପି.ଜଗନ୍ନାଥପୁର ଗ୍ରାମର କବିରାଜ ସ୍ବାଇଁଙ୍କ ପୁଅ ଜିତୁ ଓରଫ ଜିତେନ୍ଦ୍ର କୁମାର (୪୦)ଙ୍କୁ ଗୁଜରାଟର ଅହମ୍ମଦାବାଦସ୍ଥିତ କ୍ରାଇମବ୍ରାଞ୍ଚ…

ଧରିତ୍ରୀ ପ୍ରଭାବ; ଅଙ୍ଗନବାଡ଼ିରେ ପିଲାଙ୍କୁ ମିଳୁ ନଥିଲା ରନ୍ଧାଖାଦ୍ୟ, ଜିଲା ପ୍ରଶାସନର ଯାଞ୍ଚ ପରେ ଅଣ୍ଡା…

ଉଦଳା,୩।୯(ସନ୍ତୋଷ ବାଛିନୀ): ଖବର ପ୍ରସାରଣ ପରେ ଆକ୍ସନ ମୋଡରେ ଜିଲା ପ୍ରଶାସନ । ନିଜେ ତଦନ୍ତ କରିବା ପରେ ଅଙ୍ଗନବାଡିରେ ଆରମ୍ଭ ହେଲା ରୋଷେଇ । ଶିଶୁଙ୍କୁ…

ରିଲିଫ ନେଇ ଫେରୁଥିବା ବେଳେ ଛାତ୍ରଙ୍କ ମୁଣ୍ଡରେ ପଡ଼ିଗଲା ନଡ଼ିଆ, ତାପରେ….

ବାରିପଦା,୨।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ସହର ମଧୁବନ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଗଛରୁ ନଡ଼ିଆ ଖସି ଜଣେ ପଞ୍ଚମ ଶ୍ରେଣୀ ଛାତ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri