Posted inଫୁରସତ

ଦୁଇ ସିଂହକୁ ଅଟକାଇଦେଲା ଅହିରାଜ, ଭିଡିଓ ଦେଖିଲେ…

ସିଂହ ଜଙ୍ଗଲର ସବୁଠାରୁ ଶକ୍ତିଶାଳୀ ଏବଂ ଭୟଭୀତ ପଶୁ ବୋଲି କୁହାଯାଏ। ତା’ ସାମ୍ନାକୁ ଯିବାକୁ କେହି ବି ସାହସ କରନ୍ତି ନାହିଁ। କାରଣ ଯଦି କେହି ସାମ୍ନାକୁ ଆସନ୍ତି, ତେବେ ସହଜେ ବର୍ତ୍ତିବା ସମ୍ଭବ ହୋଇ ନ ଥାଏ। କିନ୍ତୁ ସୋସିଆଲ ମିଡିଆରେ ଏପରି ଏକ ଭିଡିଓ ଭାଇରାଲ ହୋଇଛି ଯେଉଁଥିରେ ସିଂହକୁ ଅଟକାଇ ଦେଇଛି ଏକ ଅହିରାଜ ସାପ। ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି।

daniel_wildlife_photography ନାମକ ଏକ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ ଏହି ଭିଡିଓଟି ଶେୟାର କରାଯାଇଛି। ଏଥିରେ ଦେଖିବାକୁ ମିଳିଛି ଅହିରାଜଟି ଯେତେବେଳେ ରାସ୍ତାକୁ ଆସୁଛି ଏହି ସମୟରେ ସେହି ରାସ୍ତା ଦେଇ ଯାଉଥିବା ଦୁଇଟି ସିଂହ ଅଟକି ଯାଉଛନ୍ତି। ସାପକୁ ଦେଖି ସିଂହ ଦୁଇଟି ଭୟଭୀତ ହୋଇ ଗୋଟିଏ ସ୍ଥାନରେ ଠିଆ ହୋଇଗଲେ। ଭିଡିଓ ଦେଖିଲେ ଲାଗୁଛି ଆଗକୁ ବଢ଼ିବାକୁ ସେମାନଙ୍କର ଯେମିତି ସାହସ ନାହିଁ। ସେଠାରେ ଦୀର୍ଘ ସମୟ ଧରି ଠିଆ ହେଲେ। ଯେତେବେଳେ ଅହିରାଜ ଜଙ୍ଗଲ ଭିତରକୁ ଚାଲିଗଲା ସେମାନେ ଟିକେ ଆଗକୁ ବଢ଼ିଲେ। ଏହି ସମୟରେ ଏହି ଝିଟିପିଟି ବାହାରି ଆସିଲା। ସିଂହ ଦୁଇଟି ଏତେ ଭୟଭୀତ ହୋଇଯାଥିଲେ ସେ ଝିଟିପିଟିକୁ ସାପ ବୋଲି ଭାବି ନେଇଥିଲେ। ଭୟରେ ତା’ ପାଖକୁ ଯିବାକୁ ବି ସାହସ କଲେନାହିଁ।

ଭିଡିଓ ଶେୟାର କରାଯାଇ ଏଥିରେ କ୍ୟାପଶନ ଲେଖାଯାଇଛି, ବାସ୍ତବରେ, ଅହିରାଜ ଏଠାରେ ଏକ ଝିଟିପିଟି ଶିକାର କରୁଥିଲା। ତା’ପରେ ସିଂହମାନେ ଆସିଲେ। ପ୍ରଥମେ ସିଂହମାନେ ସାପକୁ ଭୟଭୀତ କରିବାକୁ ଚାହୁଁଥିଲେ, କିନ୍ତୁ ଯେତେବେଳେ ଏହା ଯାହା ନ ଥିଲା ସେତେବେଳେ ସିଂହଦ୍ୱୟ ନିଜେ ଭୟଭୀତ ହୋଇଗଲେ। ପରେ ସିଂହମାନଙ୍କୁ ଦେଖି ସାପ ଝିଟିପିଟି ଛାଡ଼ି ଜଙ୍ଗଲକୁ ଚାଲିଗଲା।

ବର୍ତ୍ତମାନ ସୁଦ୍ଧା ଏହି ଭିଡିଓକୁ ୧୭୦୦୦ରୁ ଅଧିକ ଲୋକ ପସନ୍ଦ କରିଛନ୍ତି। ଏହାକୁ ହଜାର ହଜାର ଥର ଦେଖାସରିଲାଣି। ଅନେକ ୟୁଜର କହିଛନ୍ତି, ଜଙ୍ଗଲୀ ଜନ୍ତୁ ମଧ୍ୟ ଜାଣନ୍ତି ଅହିରାଜ କେତେ ବିଷାକ୍ତ ଆଉ ବିପଜ୍ଜନକ ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଅସ୍ତ ହେବେ ଶୁକ୍ରଦେବ; ୫ରାଶି ପାଇଁ ଅଶୁଭ, ଧନହାନି ସାଙ୍ଗକୁ….

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଦେବଙ୍କୁ ପ୍ରେମ, ଦାମ୍ପତ୍ୟ ଜୀବନ, ସମ୍ପର୍କ, ସୌନ୍ଦର୍ଯ୍ୟ, ଐଶ୍ୱର୍ଯ୍ୟ ଓ ଭୌତିକ ସୁଖର କାରକ ଭାବେ ବିବେଚନା କରାଯାଏ । ଜ୍ୟୋତିଷୀୟ ଗଣନା ଅନୁଯାୟୀ,…

ପୂର୍ବତନ ଭାଜପା ବିଧାୟକଙ୍କୁ ନିର୍ମମ ହତ୍ୟା; ୭୦-୮୦ ଜଣ ଲୋକ କ୍ରସର୍‌ ପ୍ଲାଣ୍ଟ ଉପରେ ଆକ୍ରମଣ କରି ନେଇଗଲେ ଜୀବନ…

ଜୟପୁର,୧୨।୧୦: ରାଜସ୍ତାନ ଭରତପୁରରେ ଖଣି କାର୍ଯ୍ୟକୁ ନେଇ ହୋଇଥିବା ବିବାଦ ମଧ୍ୟରେ ପୂର୍ବତନ ଭାଜପା ବିଧାୟକ ଅତର ସିଂହ ଭଦାନାଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି, ଯାହା…

ଆଖିରୁ ବହିଗଲା ଧାର ଧାର ଲୁହ…! ଶ୍ରେୟସ ଆୟରଙ୍କୁ ଏମିତି ପଡ଼ିଆରେ ଦେଖି ସହ୍ୟ କରିପାରିଲେ ନାହିଁ ଏହି ମହିଳା ପ୍ରଶଂସକ

ନୂଆଦିଲ୍ଲୀ,୧୨।୧୦: ଶ୍ରେୟସ ଆୟରଙ୍କ ଆଶ୍ଚର୍ଯ୍ୟଜନକ ପାଗଳାମି ଇନ୍ଦୋରରେ ଦେଖିବାକୁ ମିଳିଥିଲା। ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତୀୟ ଅଧିନାୟକ ବାହାରକୁ ଯିବା ମାତ୍ରେ ତାଙ୍କର ଜଣେ ମହିଳା ପ୍ରଶଂସକ କାନ୍ଦିବାକୁ…

ବିଗ ବିଙ୍କ ଜନ୍ମଦିନରେ ସୋସିଆଲ ମିଡିଆରେ ଏଭଳି କହିଲେ ଐଶ୍ୱର୍ଯ୍ୟା, ଚାରିଆଡ଼େ ଚର୍ଚ୍ଚା

ମୁମ୍ବାଇ, ୧୨।୧୦: ବଲିଉଡ୍‌ର ମହାନାୟକ ଅମିତାଭ ବଚ୍ଚନଙ୍କ ଜନ୍ମଦିନ ତାଙ୍କ ପ୍ରଶଂସକଙ୍କ ପାଇଁ କୌଣସି ଉତ୍ସବଠାରୁ କମ୍ ନୁହେଁ। ପ୍ରତିବର୍ଷ ଅକ୍ଟୋବର ୧୧ ତାରିଖରେ ତାଙ୍କ ଜନ୍ମଦିନ…

ଘସିପୁରାରେ ମହିଳାଙ୍କୁ ହତ୍ୟା ଉଦ୍ୟମ : ବାପା-ପୁଅ ଗିରଫ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୨ା୧୦(ଶୁଭକାନ୍ତ ନାୟକ/ଶ୍ରୀଧର ମହାରଣା/ନିରାକାର ପରିଡା): କେନ୍ଦୁଝର ଜିଲା ଘସିପୁରା ଅଞ୍ଚଳର ଜଣେ ମହିଳାଙ୍କୁ କିଛି ଲୋକ ମିଳିମିଶି ଅଟକାଇବା, ଅଶ୍ଳୀଳ ଭାଷାରେ ଗାଳି ଦେବା ସହିତ ହତ୍ୟା…

ଖୁବ ଖୁସି ଅଛନ୍ତି ଅଧିନାୟକ ଶ୍ରେୟସ ଆୟର, ହେଲେ ଏହା ପଛର କାରଣ କ’ଣ ଜାଣନ୍ତୁ

ନୂଆଦିଲ୍ଲୀ,୧୨।୧୦: ରବିବାର ଭାରତ ୱେଷ୍ଟଇଣ୍ଡିଜକୁ ୧୪ ରନରେ ପରାସ୍ତ କରି ସିରିଜରେ ୨-୧ରେ ଅଗ୍ରଣୀ ହାସଲ କରିଛି। ଅଭିଷେକ ଶର୍ମାଙ୍କ ଅର୍ଦ୍ଧଶତକ ଏବଂ ଅନ୍ୟ ଖେଳାଳିଙ୍କ ଉପଯୋଗୀ…

ଏହି ଖେଳାଳିଙ୍କ ରେକର୍ଡ ଭାଙ୍ଗି ଇତିହାସ ରଚିଲେ ଅଭିଷେକ ଶର୍ମା,ସମସ୍ତେ କରୁଛନ୍ତି ଖୁବ ପ୍ରଶଂସା

ନୂଆଦିଲ୍ଲୀ,୧୨।୧୦: ଇନ୍ଦୋରରେ ୱେଷ୍ଟଇଣ୍ଡିଜ ବିପକ୍ଷ ମ୍ୟାଚରେ ଅଭିଷେକ ଶର୍ମା ୫ଟି ଛକା ଓ ୬ଟି ଚୌକା ସହାୟତାରେ ୬୯ ରନର ଏକ ଚମତ୍କାର ଇନିଂସ ଖେଳିଥିଲେ। ୨୩୦ର…

ଭୁବନେଶ୍ବରରେ ଚାଞ୍ଚଲ୍ୟ! ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍‌ଦାର ଗିରଫ, ଅଭିଯୋଗ ଚାପିଥିଲା ବଡ଼ଗଡ଼ ପୋଲିସ

ଭୁବନେଶ୍ୱର,୧୨ା୧୦(ତ୍ରିନାଥ ମହାନ୍ତି): ମହିଳାଙ୍କୁ ସୁରକ୍ଷା ବଦଳରେ ଇଜ୍ଜତ ଲୁଟୁଛି ପୋଲିସ। ଖୋଦ୍‌ ଜଣେ ରାଜନେତ୍ରୀଙ୍କୁ ୬ ମାସ ହେବ ଯୌନ ନିର୍ଯାତନା ଦେଉଥିଲେ ପୋଲିସ କର୍ମଚାରୀ। ରାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?