ଜୟ ଜଗନ୍ନାଥ ଶୁଣି ବିଗିଡ଼ି ଗଲେ କଂସ ମହାରାଜ: ଆଉ ତା’ପରେ ଘଟିଲା…

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। ଏଠାରେ ମଥୁରା ଅଛି, ଗୋପପୁର ମଧ୍ୟ ରହିଛି। ସେହିପରି ଯମୁନା ଏବଂ ବୃନ୍ଦାବନ ପଡ଼ିଆ ମଧ୍ୟ ଅଛି। କେବଳ ସେତିକି ନୁହେଁ, ଏଠାରେ ଶ୍ରୀକୃଷ୍ଣ ଥିବାବେଳେ କଂସ ମହାରାଜ ଏବଂ ତାଙ୍କ ପ୍ରଜାମାନେ ମଧ୍ୟ ରହିଛନ୍ତି। ଶ୍ରୀକୃଷ୍ଣଙ୍କ ଲୀଳାରେ ସମସ୍ତେ ହଜିଯାଆନ୍ତି। ଫଳରେ କେବଳ ବରଗଡ଼, ପଶ୍ଚିମ ଓଡ଼ିଶା, ଓଡ଼ିଶା କିମ୍ବା ଭାରତ ନୁହେଁ, ଦେଶ ବାହାର ଲୋକେ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଉପଭୋଗ କରିବା ପାଇଁ ଏଠାକୁ ଧାଇଁଆସନ୍ତି ଏବଂ ଏହି ନିଆରା ମହୋତ୍ସବର ଦିବ୍ୟ ଅନୁଭବ ନେଇ ଫେରିଯାଆନ୍ତି। ବରଗଡ଼ ଧନୁଯାତ୍ରା ମହୋତ୍ସବ ସାମାଜିକ ଜୀବନରେ ଆଧ୍ୟାତ୍ମିକତାର ନିଦର୍ଶନ ବୋଲି ମଙ୍ଗଳବାର ରାଜ ଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଂସ ଦରବାରରେ ମତପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ, କେବଳ ସଂସ୍କୃତି ନୁହେଁ, ଅର୍ଥନୈତିକ ଅଭିବୃଦ୍ଧିରେ ମଧ୍ୟ ଧନୁଯାତ୍ରା ମହୋତ୍ସବର ଯଥେଷ୍ଟ ଭୂମିକା ରହିଛି। ଏଠାରେ ହସ୍ତତନ୍ତ ମେଳା, ପଲ୍ଲିଶ୍ରୀ ମେଳା ଏବଂ ମୀନାବଜାର ପଡ଼ିଛି। ଏଥିରୁ ଅନେକ ସ୍ବାବଳମ୍ବୀ ରୋଜଗାରକ୍ଷମ ହୋଇ ପାରୁଛନ୍ତି। ଫଳରେ ଧନୁଯାତ୍ରା ମହୋତ୍ସବର ବିକାଶ ସହିତ ଏହାକୁ ଆହୁରି ଦିବ୍ୟ ଏବଂ ଭବ୍ୟ କରିବା ପାଇଁ ଆଗକୁ ମଧ୍ୟ ସରକାର ବହୁବିଧ ପଦକ୍ଷେପ ନେବେ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ।

ମୁଖ୍ୟମନ୍ତ୍ରୀ ବକ୍ତବ୍ୟ ରଖିବା ଆରମ୍ଭରୁ କଂସ ମହାରାଜଙ୍କ ଜୟଗାନ କରିବା ସହିତ ଜୟ ଜଗନ୍ନାଥ, ଜୟ ମାଁ ସମଲେଶ୍ୱରୀ, ଜୟ ନୃସିଂହନାଥ କହିଥିଲେ। ତେବେ ରାଜ ଅତିଥି ତଥା ମୁଖ୍ୟମନ୍ତ୍ରୀଙ୍କ ମୁହଁରୁ ଜୟ ଜଗନ୍ନାଥ ଶୁଣି କଂସ ମହାରାଜ ବିଗିଡ଼ି ଯାଇଥିଲେ। କଂସ ମହାରାଜ ନିଜ ଆସନରୁ ଉଠି ପଡ଼ି ମୁଖ୍ୟମନ୍ତ୍ରୀଙ୍କୁ କହିଥିଲେ, ମଥୁରା ରାଜ୍ୟରେ ଜଗନ୍ନାଥଙ୍କ କାମ ଚାଲୁ ନାହିଁ। ଏଇଠି ଜଗତର ନାଥ କଂସ ମହାରାଜ। କଂସ ମହାରାଜ ନିଜ ପାତ୍ରମନ୍ତ୍ରୀଙ୍କୁ ପ୍ରଶ୍ନ କରି କହିଥିଲେ, ମୋର ଚତୁଃପାର୍ଶ୍ୱରେ ଶତ୍ରୁ ଘେରି ରହିଛନ୍ତି, ଏହା କ’ଣ ଏକ ଷଡ଼ଯନ୍ତ୍ର ନୁହେଁ କି? ମଥୁରାକୁ କେହି ଶତ୍ରୁ ପଶି ପାରିବେନି ବୋଲି ଯେତେବେଳେ ପାତ୍ରମନ୍ତ୍ରୀଗଣ କହିଥିଲେ, ସେତେବେଳେ କଂସ ମହାରାଜ ଶାନ୍ତ ପଡ଼ିଥିଲେ ଏବଂ ବକ୍ତବ୍ୟ ଆଗକୁ ନେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଆଦେଶ କରିଥିଲେ। ଏହି ଦୃଶ୍ୟାଭିନୟ ଚିତ୍ତାକର୍ଷକ ଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ଅକ୍ଟୋବର ୮ରୁ ଗୁରୁଙ୍କ ଚାଲିବ ନୂଆ ଚାଲ! ଏହି ୩ ରାଶି ହୋଇଯାନ୍ତୁ ସାବଧାନ

ବୈଦିକ ଜ୍ୟୋତିଷ ଅନୁସାରେ ଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧର୍ମ, ଶିକ୍ଷା, ସନ୍ତାନ, ଭାଗ୍ୟ ଓ ବିସ୍ତାରର କାରକ ଗ୍ରହ ଭାବେ ଗଣନା କରାଯାଏ। ତେଣୁ ଗୁରୁଙ୍କ ରାଶି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?