ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ କଂସ ମହାରାଜ । ପରିଭ୍ରମଣ ବାଟରେ ନିଜ ପାତ୍ରମନ୍ତ୍ରୀଙ୍କ ଗହଣରେ କଂସ ମହାରାଜ ସ୍ଥାନୀୟ ପୂର୍ତ୍ତ ବିଭାଗରେ ପହଞ୍ଚିଥିଲେ। ସେଠାରେ କଂସ ମହାରାଜ ମଥୁରାନଗରୀ ରାସ୍ତାଘାଟ କାମରେ ଚାଲିଥିବା ପି.ସି କାରବାର ଅଭିଯୋଗ କଥା ଉଠାଇଥିଲେ। ବିଭାଗୀୟ ନିର୍ବାହୀ ଯନ୍ତ୍ରୀଙ୍କୁ ନିଜ ସମ୍ମୁଖରେ ହାଜର କରି କଂସ ମହାରାଜ କହିଥିଲେ, ମଥୁରା ନଗରୀରେ ରାସ୍ତାକାମ ଏଭଳି ହୋଇଛି ଯେ, ତାଙ୍କ ହାତୀ ମଧ୍ୟ ଠିକ୍‌ଭାବେ ଚାଲିପାରୁନାହିଁ। ହାତୀର ପାଦରେ ରାସ୍ତା ଉପରେ ବାହାରି ରହିଥିବା ପଥର ପଶୁଛି। ଏଭଳି ରାସ୍ତାକାମରେ କ’ଣ ପି.ସି ଖାଉଛ ବୋଲି କଂସ ମହାରାଜ ନିର୍ବାହୀ ଯନ୍ତ୍ରୀଙ୍କୁ ପ୍ରଶ୍ନ କରିଥିଲେ। ସେହିପରି ରାସ୍ତାକାମ ନିର୍ମାଣରେ ଅବହେଳା ଯୋଗୁ କଂସ ମହାରାଜ କ୍ରୋଧାନ୍ବିତ ହୋଇ ନିର୍ବାହୀ ଯନ୍ତ୍ରୀଙ୍କୁ ୭୫ଲକ୍ଷ ସ୍ବର୍ଣ୍ଣ ମୁଦ୍ରାରେ ଦଣ୍ଡିତ କରିଥିଲେ ଏବଂ ଆସନ୍ତା ଜାନୁଆରୀ ମାସ ୩ ତାରିଖ ସୁଦ୍ଧା ରାସ୍ତା ନିର୍ମାଣ କାମ ସାରିବା ପାଇଁ ନିର୍ବାହୀ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ତେବେ କଂସ ମହାରାଜଙ୍କ ଏଭଳି ପ୍ରଶ୍ନବାଣ ପରେ ଜିଲାରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ଚାଲିଥିବା ପି.ସି କାରବାରକୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri