Posted inଖେଳ

କଳିଙ୍ଗ ସୁପର୍‌ କପ୍‌: ସଂଘର୍ଷପୂର୍ଣ୍ଣ ମ୍ୟାଚରେ ଜିତି ଫାଇନାଲ୍‌ରେ ଓଡ଼ିଶା ଏଫ୍‌ସି

ଭୁବନେଶ୍ୱର,୨୫ା୧(ସରୋଜ ଜେନା): ଐତିହାସିକ କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ କଳିଙ୍ଗ ସୁପର୍‌ କପ୍‌ ଫାଇନାଲରେ ପ୍ରବେଶ କରିଛି ଡିଫେଣ୍ଡିଂ ଚାମ୍ପିୟନ ଓଡ଼ିଶା ଏଫ୍‌ସି(ଓଏଫ୍‌ସି)। ଗୁରୁବାର ଅନୁଷ୍ଠିତ ସଂଘର୍ଷପୂର୍ଣ୍ଣ ମ୍ୟାଚରେ ମୁମ୍ବାଇ ସିଟି ଏଫ୍‌ସିକୁ ୧-୦ରେ ପରାସ୍ତ କରି କ୍ରମାଗତ ସଂସ୍କରଣର ଫାଇନାଲରେ ପ୍ରବେଶ କରିଛି ଓଏଫ୍‌ସି। ଫ୍ରି କିକ୍‌ରୁ ଡିଏଗୋ ମରିସିଓଙ୍କ ପ୍ରଥମ ହାଫ୍‌ ଗୋଲ୍‌ ନିର୍ଣ୍ଣାୟକ ସାବ୍ୟସ୍ତ ହୋଇଥିଲା।

ଗୁରୁବାର ଉଭୟ ଦଳ ଆକ୍ରମଣାତ୍ମକ ଢଙ୍ଗରେ ଖେଳ ଆରମ୍ଭ କରିଥିଲେ। ତେବେ ଓଡ଼ିଶା ଖେଳାଳି ଆରମ୍ଭରୁ ବଲକୁ ନିୟନ୍ତ୍ରଣରେ ରଖିବାରେ ସଫଳ ହୋଇଥିଲେ। ପ୍ରଥମ ହାଫ୍‌ରେ ଉଭୟ ଦଳକୁ ଏକାଧିକ ସ୍କୋରିଂ ସୁଯୋଗ ମିଳିଥିଲା। ତେବେ ୪୩ ମିନିଟ ଯାଏ ମ୍ୟାଚ୍‌ ଗୋଲ ଶୂନ୍ୟ ରହିଥିଲା। ୪୩ ତମ ମିନିଟରେ ମୁମ୍ବାଇ ଅଧିନାୟକ ତଥା ଗୋଲକିପର ଫୂର୍ବା ଲାଚେମ୍ପାଙ୍କୁ ଫାଉଲ କାରଣରୁ ଓଏଫ୍‌ସିକୁ ଏକ ପେନାଲ୍ଟି କିକ୍‌ ମିଳିଥିଲା ଏହାକୁ ଗୋଲରେ ପରିଣତ କରି ଡିଏଗୋ ମରିସିଓ ଦଳକୁ ୧-୦ରେ ଆଗୁଆ କରଥିଲେ।

ଦ୍ୱିତୀୟାର୍ଦ୍ଧରେ ମୁମ୍ବାଇ ସିଟି ପ୍ରତ୍ୟାବର୍ତ୍ତନର ପ୍ରୟାସ କରିଥିଲେ ମଧ୍ୟ ସଫଳ ହୋଇ ନ ଥିଲା।ଅନ୍ତିମ ୨୦ ମିନିଟ ମ୍ୟାଚ୍‌ ଅଧିକ ଉତ୍ତେଜନାପୂର୍ଣ୍ଣ ହୋଇଥିଲା। ଏହି ସମୟରେ ମୁମ୍ବାଇର ୩ ଜଣ ଖେଳାଳିଙ୍କୁ ରେଡ୍‌ କାର୍ଡ ମିଳିଥିଲା। ପ୍ରଥମ ହାଫ୍‌ରେ ଏକ ୟେଲୋ କାର୍ଡ ପାଇଥିବା ଗୁରକୀରଟ ସିଂ ଦ୍ୱିତୀୟ ୟେଲୋ କାର୍ଡ ପାଇ ପଡିଆ ଛାଡିଥିବା ବେଳେ ଇଞ୍ଜୁରୀ ଟାଇମରେ ରଷ୍ଟିନ୍‌ ଗ୍ରିଫିଥ୍‌ସ ଓ ଜର୍ଜ ପେରେରା ଡିଆଜ୍‌ଙ୍କୁ ରେଡ କାର୍ଡ ମିଳିଥିଲା। କାର୍ଲୋସ ଡେଲଗାଡୋଙ୍କୁ ଫାଉଲ ମାରି ଗ୍ରିଫିଥ୍‌ସ ରେଡ୍‌ କାର୍ଡ ପାଇଥିଲେ। ଫାଇନାଲ ହୁଟର ବାଜିବା ସହ ଫାଇନାଲରେ ପହଞ୍ଚି ଯାଇଥିଲା ଓଡ଼ିଶା ଏଫ୍‌ସି। ଆଇଜାକ୍‌ ରାଲ୍‌ଟେଙ୍କୁ ପ୍ଲେୟର ଅଫ୍‌ ଦ ମ୍ୟାଚ୍‌ ଘୋଷଣା କରାଯାଇଥିଲା। ଆଇଜାକ ଓ ଅହମଦ ଜାହୋହ ଓଏଫ୍‌ସି ପାଇଁ ଏକାଧିକ ସ୍କୋରିଂ ସୁଯୋଗ ସୃଷ୍ଟି କରିଥିଲେ। ଆସନ୍ତା ୨୭ ତାରିଖରେ ଓଡ଼ିଶା ଓ ଇଷ୍ଟବେଙ୍ଗଲ ମଧ୍ୟରେ ଫାଇନାଲ ମ୍ୟାଚ୍‌ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri