ଜିଲାପାଳଙ୍କୁ ସୁରକ୍ଷା ମାଗିଲେ କିନ୍ନର

କେନ୍ଦୁଝର,୭।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ବ୍ଲକ ଅଧୀନ ବନାଯୋଡି ଟୋଲପ୍ଲାଜାରେ ରହୁଥିବା କିନ୍ନରମାନେ ସୋମବାର ସୁରକ୍ଷା ଯୋଗାଇ ଦେବାନେଇ ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠର ଦ୍ୱାରସ୍ଥ ହୋଇଥିଲେ। ସ୍ଥାନୀୟ କେତେକ ଲୋକ ତାଙ୍କୁ ଧମକ ଚମକ ଦେଉଥିବା ବେଳେ ବିଭିନ୍ନ ସମୟରେ ତାଙ୍କୁ ହଇରାଣ ହରକତ କରାଯାଉଥିବା ନେଇ ଅଭିଯୋଗ କରିଛନ୍ତି। ଏନେଇ କିନ୍ନରମାନଙ୍କୁ ତୁରନ୍ତ ଆବଶ୍ୟକ ସୁରକ୍ଷା ଯୋଗାଇ ଦେବାନେଇ ଜିଲାପାଳଙ୍କୁ ନିବେଦନ କରିଛନ୍ତି।

ଏନେଇ କିିନ୍ନରମାନେ ଜିଲାପାଳଙ୍କୁ ଭେଟିବାକୁ ଆସିଥିଲେ। ହେଲେ ଜିଲାପାଳଙ୍କୁ ନ ଭେଟି ଅଭିଯୋଗ ପ୍ରକୋଷ୍ଠରେ ଥିବା ଡିଏଫ୍‌ଓଙ୍କୁ ଭେଟିଥିଲେ। ପରେ ସେମାନେ ବିଭିନ୍ନ ସମସ୍ୟା ସମ୍ପର୍କରେ ଅବଗତ କରାଇବା ସହ ତୁରନ୍ତର ସମାଧାନ କରିବାକୁ ନିବେଦନ କରିଥିଲେ। ଘଟଣାର ତଦନ୍ତ କରି କିଛି ଦିନ ମଧ୍ୟରେ ସମସ୍ୟାର ସମାଧାନ କରିବାକୁ ସେ କହିଥିଲେ। ସମସ୍ୟାର ସମାଧାନ ନ ହେଲେ ଆଗାମୀ ଦିନରେ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ସେମାନେ ଧାରଣାରେ ବସିବେ ବୋଲି ଚେତାବନୀ ଦେଇଛନ୍ତି। ଏ ନେଇ ଅଲ୍‌ ଓଡ଼ିଶା କିନ୍ନର ସମାଜଙ୍କୁ ମଧ୍ୟ ସମସ୍ୟା ସଂକ୍ରାନ୍ତରେ ଅବଗତ କରିଥିବା ସେମାନେ କହିଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା

ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri