ଟ୍ରେନ୍‌ରୁ ଖସି ପଡ଼ିଥିଲେ କିନ୍ନର

ଜଳେଶ୍ୱର, ୨୫।୨(ନବୀନ ସାହୁ): ଟ୍ରେନ୍‌ରୁ ଖସିପଡ଼ି ଜଣେ କିନ୍ନରଙ୍କ ଅକାଳ ବିୟୋଗ ଘଟିଛି। ମୃତକ ଜଣକ ହେଉଛନ୍ତି ଜଳେଶ୍ୱର ଥାନା ଅଧୀନ ରାଜପୁର ବସ୍ତିର ସଲମା କିନ୍ନର(୩୫)। ଗତ ସୋମବାର ଦିନ ପ୍ରାୟ ୨ଟା ବେଳେ ସଲମା ୧୨୮୭୬ ନଂ. ଅପ୍‌ ନୀଳାଞ୍ଚଳ ଏକ୍ସପ୍ରେସରେ ଯାତ୍ରା କରୁଥିଲେ। ତେବେ ଜଳେଶ୍ୱର ଓ ରାଜଘାଟ ଷ୍ଟେଶନ ମଧ୍ୟବର୍ତ୍ତୀ ବାଘାବାଳୀ ଗେଟ୍‌ ନିକଟରେ କୌଣସି କାରଣବଶତଃ ସେ ଟ୍ରେନ୍‌ରୁ ଖସି ପଡ଼ିଥିଲେ। ଫଳରେ ସେ ଗୁରୁତର ଭାବେ ଆହତ ହୋଇଥିଲେ। ଖବରପାଇ ଜଳେଶ୍ୱର ଷ୍ଟେଶନମାଷ୍ଟର ଚନ୍ଦନ ସିଂଙ୍କ ପ୍ରତ୍ୟକ୍ଷ ସହାୟତାରେ ରେଳ ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲା। ତାଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ଜଳେଶ୍ୱର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ରେଳ ପୋଲିସ ଏହି ଘଟଣାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି। ଶବ ବ୍ୟବଚ୍ଛେଦ ପାଇଁ ମୃତଦେହକୁ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍ ୨୦୨୭ ଫର୍ମାଟ୍ ବଦଳାଇଲା ICC; ଜୟ ଶାହାଙ୍କ ନିଷ୍ପତ୍ତିକୁ ତୀବ୍ର ବିରୋଧ କଲେ ୪ ଦେଶର ଅଧିନାୟକ

ନୂଆଦିଲ୍ଲୀ,୧୭।୭: ଆସନ୍ତା ବର୍ଷ ଦକ୍ଷିଣ ଆଫ୍ରିକା, ଜିମ୍ବାୱେ ଏବଂ ନାମିବିଆରେ ଅନୁଷ୍ଠିତ ହେବାକୁ ଥିବା ଦିନିକିଆ ବିଶ୍ୱକପ୍‌ର ଫର୍ମାଟ୍‌ରେ ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ହଠାତ ବଡ଼…

ଲଘୁଚାପ ବର୍ଷାରେ ଜଳମଗ୍ନ ଧାମନଗର ବ୍ଲକ

ଧାମନଗର, ୧୭।୭ (ସନ୍ତୋଷ କୁମାର ମହାପାତ୍ର): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲା ଧାମନଗର ବ୍ଲକର ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇପଡ଼ିଥିବା ବେଳେ ଜନଜୀବନ ସମ୍ପୂର୍ଣ୍ଣ…

ଭାରତକୁ ବିଶ୍ୱକପ୍ ଜିତାଇଥିବା କ୍ରିକେଟର ଏବେ ଜେଲ୍‌ରେ! ଲାଞ୍ଚ ଯାଚିବା ଅଭିଯୋଗରେ ଶ୍ରୀଲଙ୍କାରେ ଗିରଫ ହେଲେ…

କଲମ୍ବୋ,୧୭।୭: ଭାରତୀୟ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ୨୦୧୮ ଅଣ୍ଡର-୧୯ ବିଶ୍ୱକପ ବିଜେତା ଦଳର ହିରୋ ତଥା ପୂର୍ବତନ ଓପନିଂ ବ୍ୟାଟ୍ସମ୍ୟାନ ମନଜୋତ…

ପାତଲମ୍ବା ଜଙ୍ଗଲରୁ ମିଳିଲା ଅଜଣା ଯୁବକଙ୍କ ମୃତଦେହ : ଦନ୍ତା ହାତୀ ଆକ୍ରମଣ ସନ୍ଦେହ; ପୋଲିସ, ବନ ବିଭାଗ ଓ ସାଇଣ୍ଟିଫିକ୍ ଟିମ୍‌ର ତଦନ୍ତ ଆରମ୍ଭ

କଲ୍ୟାଣସିଂହପୁର, ୧୭।୭ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପାର୍ସାଲି ପଞ୍ଚାୟତର ପାତଲମ୍ବା ଜଙ୍ଗଲରୁ ଶୁକ୍ରବାର ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର…

ଦିଗପହଣ୍ଡିରେ ରଥଟଣା ସମ୍ପନ୍ନ: ଶ୍ରୀ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଲେ ଶ୍ରୀମହାବାହୁ

ଦିଗପହଣ୍ଡି, ୧୭।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଅନ୍ୟତମ ଗଡ଼ଜାତ ତଥା ତତ୍କାଳୀନ ବଡ଼ଖେମୁଣ୍ଡି ରାଜ୍ୟର ରାଜଧାନୀ ଦିଗପହଣ୍ଡିରେ ପବିତ୍ର ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି…

ପ୍ରଶାସନ କଲା ନାହିଁ, ନିଜେ ତିଆରି କଲେ ରାସ୍ତା

ଖଡ଼ିଆଳ,୧୭ା୭ (ସୁଜିତ କୁମାର ପ୍ରଧାନ)- ଖଡ଼ିଆଳ ଏନ୍‌ଏସି ୱାର୍ଡ ନଂ.୧୧ ପୁଟୁପଡ଼ା ମୁଖ୍ୟ ରାସ୍ତା ଖାଲଖମାପୂର୍ଣ୍ଣ ରହିଥିଲା। ବର୍ଷା ଦିନରେ ରାସ୍ତା କାଦୁଅ ହେବା ସହ ଖାଲରେ…

ହଠାତ ଲଣ୍ଡନରେ ପହଞ୍ଚିଲେ ରୋହିତଙ୍କ ମା’ବାପା, ଲର୍ଡସ ଦିନିକିଆ ପରେ ସନ୍ନ୍ୟାସ ନିଶ୍ଚିତ!

ନୂଆଦିଲ୍ଲୀ,୧୭।୭: ଭାରତୀୟ କ୍ରିକେଟ ଇତିହାସର ସବୁଠାରୁ ସଫଳ ବ୍ୟାଟରଙ୍କ ମଧ୍ୟରୁ ଅନ୍ୟତମ ରୋହିତ ଶର୍ମାଙ୍କ ପ୍ରଶଂସକଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ଇଂଲଣ୍ଡ ବିପକ୍ଷରେ…

ଦାରିଙ୍ଗବାଡି ଅଞ୍ଚଳରେ ଲଗାଣ ବର୍ଷା: ଏକାଧିକ ସ୍ଥାନରେ ଉପୁଡ଼ିଲା ଗଛ, ସମସ୍ୟା ଘେରରେ…

ଦାରିଙ୍ଗବାଡି, ୧୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଗତ ତିନି ଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଲାଗି ରହିଥିବାରୁ ସମଗ୍ର ଅଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri