କିନ୍ନର ପାଳିଲେ ସାବିତ୍ରୀ ବ୍ରତ

ଢେଙ୍କାନାଳ ଅଫିସ/ଅନୁଗୋଳ ଅଫିସ, ୩୧ା୫ ଢେଙ୍କାନାଳ ସହର ୯ନଂ. ୱାର୍ଡ କଣ୍ଟାନାଳୀ ବାଇପାସ୍‌ ନିକଟ ହିମାଳୟ ବସ୍ତିରେ ରହୁଥିବା କିନ୍ନରମାନେ ସୋମବାର ସାବିତ୍ରୀ ବ୍ରତକୁ ମହାସମାରୋହରେ ପାଳନ କରିଛନ୍ତି। ନୂଆବସ୍ତ୍ର, ଅଳତା, ଚୁଡ଼ି ପିନ୍ଧି ସେମାନେ ବୃନ୍ଦାବତୀଙ୍କ ନିକଟରେ ଗୁରୁ ଓ ଜଗତର ମଙ୍ଗଳ ମନାସିଥିଲେ। ବସ୍ତିର ୧୫ଜଣ କିନ୍ନର ଏଥିରେ ସାମିଲ ହୋଇଥିଲେ। ଏ ସଂକ୍ରାନ୍ତରେ କିନ୍ନର ସଂଘ ସଭାପତି ଛବି ମା’ କୁହନ୍ତି, ଯେପରି ସାବିତ୍ରୀ ବ୍ରତରେ ସଧବା ନାରୀମାନେ ନିଷ୍ଠାପର ଭାବେ ପୂଜାର୍ଚ୍ଚନା କରି ସ୍ବାମୀଙ୍କ ଦୀର୍ଘାୟୁ କାମନା କରିଥାନ୍ତି। ସେହିପରି କିନ୍ନରମାନେ ମଧ୍ୟ ଗୁରୁ ଏବଂ ଜଗତ କଲ୍ୟାଣ ପାଇଁ ପ୍ରାର୍ଥନା କରିଥାଆନ୍ତି। ସାବିତ୍ରୀ ବ୍ରତ ପାଇଁ ହିମାଳୟ ବସ୍ତି ଉତ୍ସବମୁଖର ହୋଇଉଠିଥିଲା।
ସେହିପରି ଅନୁଗୋଳର କିନ୍ନରମାନେ ସୋମବାର ରାଧାରମଣପଡ଼ାଠାରେ ପରମ୍ପରା ଅନୁଯାୟୀ ସାବିତ୍ରୀ ବ୍ରତ ପାଳନ କରିଛନ୍ତି। ନୂଆବସ୍ତ୍ର, ଅଳତା, ଚୁଡ଼ି ପିନ୍ଧି ସେମାନେ ବୃନ୍ଦାବତୀଙ୍କ ନିକଟରେ ଗୁରୁ ଓ ଜଗତର ମଙ୍ଗଳ ମନାସିଥିଲେ। ସାବିତ୍ରୀ ବ୍ରତ ପାଇଁ ଉକ୍ତ ଅଞ୍ଚଳ ଉତ୍ସବମୁଖର ହୋଇଉଠିଥିଲା। ଗୁରୁ ଏବଂ ଜଗତ କଲ୍ୟାଣ ପାଇଁ ଏହି ବ୍ରତ ପାଳନ କରୁଥିବା କିନ୍ନରମାନେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ଗାଜଲବାଡି ଘାଟି ସିଲ୍‌କୁ ୩ ଦିନ: ଦାରିଙ୍ଗବାଡିରେ ମିଳୁନି ପନିପରିବା, ବୃଦ୍ଧି ପାଇଲା ଅତ୍ୟାବଶ୍ୟକ ସାମଗ୍ରୀର ଦର

ଦାରିଙ୍ଗବାଡି,୨୬।୯(ଅରୁଣ ସାହୁ): ଲଗାଣ ବର୍ଷା ଓ ଭୂସ୍ଖଳନ ଭୟ ଯୋଗୁ ସିଲ୍ ହୋଇଥିବା ଗାଜଲବାଡି ଘାଟି ରାସ୍ତା ଇତିମଧ୍ୟରେ ୩ ଦିନ ବିତିଯାଇଥିଲେ ବି ଖୋଲିପାରିନାହିଁ। ଗୁରୁବାର…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ନୁଆମାହରା ଘାଇ ପୁଣି ଭାଙ୍ଗିଲା, ୧୦ ଗ୍ରାମବାସୀ ଜଳବନ୍ଦୀ

ସିଂହପୁର,୨୬।୯: ଅନଙ୍ଗ ଉଦୟ ବେଉରିଆ ଖରସ୍ରୋତା ନଦୀରେ ପୁଣି ବନ୍ୟା ଆସିବାରୁ ବିଂଝାରପୁର ବ୍ଲକ ଅନ୍ତର୍ଗତ ଜରି ପଞ୍ଚାୟତ ନାଉବାଙ୍କ ଗ୍ରାମ ନିକଟ ନୁଆମାହାରଠାରେ ପୁଣି ଘାଇ…

ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ : କଳାହାଣ୍ଡି ଝିଅ ରେଶମା ବେହେରା ଜିତିଲେ ସ୍ୱର୍ଣ୍ଣ ପଦକ

ଭବାନୀପାଟଣା, ୨୬।୯ (ଉତ୍ତମ କୁମାର ଦାଶ): ବିହାରର ପାଟନାଠାରେ ଗତ ୩ ଦିନ ଧରି ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଆୟୋଜିତ ହୋଇଥିଲା। ଏଥିରେ କଳାହାଣ୍ଡିର ଝିଅ…

ତାମ୍ପରା ହ୍ରଦର ଜଳସ୍ତର : ଆଉ ୪ ଫୁଟ ପାଣି ବଢ଼ିଲା, ଜଳନିଷ୍କାସନ ନ ହେଲେ ବଢ଼ିବ ସମସ୍ୟା

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଉପକଣ୍ଠ ତାମ୍ପରା ହ୍ରଦ କୂଳରେ ଅବସ୍ଥିତ ବ୍ୟାଙ୍କ କଲୋନୀ ଅଞ୍ଚଳରେ ଜମି ରହିଥିବା ଜଳସ୍ତର ଶନିବାର ସକାଳୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?