କିନ୍ନର ମେଘନାଙ୍କ ସଂଘର୍ଷ କଥା କହିବ ‘ଟି’

ଭୁବନେଶ୍ୱର,୨୦।୧୧ (ବ୍ୟୁରୋ): ଚଳଚ୍ଚିତ୍ର ମାଧ୍ୟମରେ ଦର୍ଶକ ଦେଖିବାକୁ ପାଇବେ କିନ୍ନରଙ୍କ ସଂଘର୍ଷମୟ ଜୀବନ କାହାଣୀ। କିନ୍ନର ମେଘନା ସାହୁଙ୍କ ଜୀବନକୁ ନେଇ ପ୍ରସ୍ତୁତ ହେଉଛି ଚଳଚ୍ଚିତ୍ର ‘ଟି’। ମେଘନା କିଭଳି ଛୋଟବେଳୁ ଅବହେଳା ଓ ଘୃଣାର ଶିକାର ହୋଇଥିଲେ, କେଉଁ ପରିସ୍ଥିତିରେ ଭୁବନେଶ୍ୱର ଓ ଦିଲ୍ଲୀରେ ସେକ୍ସ ଓ୍ବାର୍କର ଭାବେ କାମ କରିଥିଲେ, ତାଙ୍କର ପ୍ରେମ କାହାଣୀ ସହ ଜୀବନରେ ଘଟିଥିବା ସମସ୍ତ ଘଟଣା ଅଘଟଣକୁ ଦର୍ଶକମାନେ ଏହି ଚଳଚ୍ଚିତ୍ର ମାଧ୍ୟମରେ ଦେଖିବାକୁ ପାଇବେ। ଉଭୟ ଓଡ଼ିଆ ଓ ହିନ୍ଦୀ ଭାଷାରେ ଏହା ରିଲିଜ୍‌ ହେବା ସହ ଶୁଟିଂ ମଧ୍ୟ କରାଯିବ ବୋଲି ଚଳଚ୍ଚିତ୍ର ନିର୍ଦ୍ଦେଶକ ଜିତେଶ କୁମାର ପରିଡ଼ା ଶୁକ୍ରବାର ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ମେଘନାଙ୍କ ଚରିତ୍ରରେ ଅଭିନେତା ଦେବ ପରଦାକୁ ଆସୁଥିବାବେଳେ ଏଥିରେ ଅଭିନେତ୍ରୀ ଉଷସୀ ମିଶ୍ର କିନ୍ନର ମୀରା ପରିଡାଙ୍କ ଭୂମିକା ତୁଲାଇବେ। ଫିଲ୍ମକୁ କେବଳ ଓଡ଼ିଶା ନୁହେଁ, ବିଭିନ୍ନ ରାଜ୍ୟରେ ରିଲିଜ୍‌ କରାଇବାର ଯୋଜନା ରହିଛି। ଆସନ୍ତା ୨୧ରୁ ଫିଲ୍ମର ଶୁଟିଂ ଆରମ୍ଭ ହେବ। ଚଳଚ୍ଚିତ୍ରର ମୁଖ୍ୟ ଭୂମିକାରେ ହର ରଥ, ରଣବୀର, ପ୍ରସନ୍ନଜିତ୍‌ ଏବଂ ଅନ୍ୟମାନେ ରହିଛନ୍ତି। ଏହି ଅବସରରେ ଚଳଚ୍ଚିତ୍ରର ପୋଷ୍ଟର ଉନ୍ମୋଚିତ ହୋଇଥିଲା। ବୁଦ୍ଧମନ୍ଦିରଠାରେ ଆୟୋଜିତ ଏହି ସମ୍ମିଳନୀରେ ନିର୍ଦ୍ଦେଶକ ଜିତେଶ, ମୀରା ପରିଡା, ମେଘନା ମିଶ୍ର, ଚଳଚ୍ଚିତ୍ରର ଅଭିନେତାମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri