କିନ୍ନରଙ୍କ ଗଳା କାଟିଦେଲେ

ସମ୍ବଲପୁର,୧୭ା୨(ବ୍ୟୁରୋ): ସମ୍ବଲପୁର ଜିଲାର ଜଣେ କିନ୍ନରଙ୍କୁ ଗଳାକାଟି ହତ୍ୟା କରାଯାଇଛି। ସେ ହେଲେ ଫିରୋଜ ଛତ୍ରିଆ(୨୧)। ବୁର୍ଲା ଥାନା ଗୋଡଭଗା କଲେଜ ଛକ ନିକଟ ୫୫ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରୁ ଗୁରୁବାର ତାଙ୍କ ମୃତଦେହକୁ ପୋଲିସ ଜବତ କରିଛି। ଘଟଣାସ୍ଥଳରୁ ଫିରୋଜଙ୍କ ସ୍କୁଟି, ଟଙ୍କା ଥିବା ପର୍ସ, ମୋବାଇଲ ଫୋନ ଜବତ ହୋଇଛି। ହୀରାକୁଦ ଏସ୍‌ଡିପିଓ ସତ୍ୟବ୍ରତ ଦାସ, ବୁର୍ଲା ଥାନା ଅଧିକାରୀ କମଳ ଲୋଚନ ପଣ୍ଡା ସାଇଣ୍ଟିଫିକ୍‌ ଟିମ୍‌ ସହ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛନ୍ତି।

ଫିରୋଜଙ୍କ ବାପା ଯତୀନ୍ଦ୍ରଙ୍କ ଅଭିଯୋଗ ମୁତାବକ, ବୁଧବାର ସନ୍ଧ୍ୟାରେ ସେ ସ୍କୁଟି ଧରି ଘରୁ ବାହାରିଥିଲେ। ହେଲେ ରାତି ୧୦ଟା ପର୍ଯ୍ୟନ୍ତ ଘରକୁ ଫେରି ନ ଥିଲେ। ଫୋନରେ ଯୋଗାଯୋଗ କରିଥିଲେ ମଧ୍ୟ ସମ୍ଭବ ହୋଇ ନ ଥିଲା। ଏପରିସ୍ଥଳେ ଫିରୋଜଙ୍କ ମୃତଦେହ ଗୋଡଭଗା କଲେଜ ନିକଟ ରାସ୍ତାପାର୍ଶ୍ୱରେ ପଡିଥିବା ନେଇ ସକାଳେ ଖବର ମିଳିଥିଲା। ଫିରୋଜଙ୍କୁ ହତ୍ୟା କରାଯାଇଛି ବୋଲି ସେ ଅଭିଯୋଗ କରିଥିଲେ। ଏସ୍‌ଡିପିଓ ଦାସ କହିଛନ୍ତି, ରାସ୍ତା କଡରେ ମୃତଦେହ ପଡିଥିବା ନେଇ ସ୍ଥାନୀୟ ଜଣେ ବ୍ୟକ୍ତି ସୂଚନା ଦେଇଥିଲେ। ତଦନ୍ତ ପରେ ଏହା ହତ୍ୟାକାଣ୍ଡ ବୋଲି ଜଣାପଡିଥିଲା। ପୂର୍ବ ଶତ୍ରୁତାରୁ ଏଭଳି ଘଟଣା ଘଟିଥିବା ସନ୍ଦେହ କରଯାଉଛି। ବିଭିନ୍ନ ଦିଗକୁ ନେଇ ତଦନ୍ତ ଜାରି ରହିଥିବା ସେ କହିଛନ୍ତି। ଏହାକୁ ନେଇ ଜିଲା କିନ୍ନର ସଂଘର ଏକ ପ୍ରତିନିଧି ଦଳ ବୁର୍ଲା ଥାନାକୁ ଯାଇ ଅଭିଯୁକ୍ତଙ୍କୁ ଶୀଘ୍ର ଗିରଫ କରିବାକୁ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨୨ ଅଗଷ୍ଟରୁ ତ୍ରିଗ୍ରହୀ ଯୋଗର ପ୍ରଭାବ: ଏହି ୪ ରାଶି ଲୋକଙ୍କ ଭାଗ୍ୟରେ ନୂଆ ମୋଡ଼, ଜାଣନ୍ତୁ କ’ଣ ଘଟିବ…

ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଅଗଷ୍ଟ ୨୦୨୬ରେ ସିଂହ ରାଶିରେ ୩ଟି ଗ୍ରହର ଯୁତି ଗଠିତ ହେବାକୁ ଯାଉଛି। ପ୍ରଥମେ କେତୁ ସିଂହ ରାଶିରେ ଅବସ୍ଥିତ ରହିବେ। ଏହାପରେ…

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri