Posted inରାଜ୍ୟ

ବକେୟା ଟିକସ ଆଦାୟ କରିବେ କିନ୍ନର

ଭୁବନେଶ୍ୱର,୫ା୧(ବ୍ୟୁରୋ): କରୋନା ମହାମାରୀ ସମୟରେ ବିଏମ୍‌ସିର ରାଜସ୍ବ ହାନି ହୋଇଛି। ବହୁ କୋଟି ଟଙ୍କାର ଟିକସ ବାବଦ ଅର୍ଥ ବକେୟା ପଡ଼ିଛି। ତେବେ ଏହି ରାଜସ୍ବ ଆଦାୟ ପାଇଁ ବିଏମ୍‌ସି ପକ୍ଷରୁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ ହୋଇଛି। ନିର୍ଦ୍ଧାରିତ ସମୟ ମଧ୍ୟରେ ବକେୟା ଟିକସ ଆଦାୟ କରିବାକୁ କିନ୍ନରମାନଙ୍କ ସହଯୋଗ ଲୋଡ଼ିଛି ବିଏମ୍‌ସି। କିନ୍ନରଙ୍କ ଦୁଇଟି ଗୋଷ୍ଠୀ ଆଦାୟ କରିବେ ୧୮ କୋଟି ଟଙ୍କାର ରାଜସ୍ବ ଆଦାୟ କରିବେ।

୧୮କୋଟି ହୋଲ୍ଡିଂ ଟ୍ୟାକ୍ସ ବକେୟା ପଡ଼ିଛି। ଏହି ଅର୍ଥ ଆଦାୟ କରିବାକୁ କିନ୍ନରଙ୍କୁ ଅନୁମତି ମିଳିବା ପରେ ସେମାନଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି। ପୂର୍ବ ଭଳି ପୁଣି ସ୍ବୀକୃତି ଓ ପରିଚୟ ଭଳି ଦୁଇଟି କିନ୍ନର ଏସ୍‌ଏଚ୍‌ଜିଙ୍କ ସହିତ ବିଏମସି ଚୁକ୍ତି କରିଛି। ପ୍ରତ୍ୟେକ ଏସ୍‌ଏଚ୍‌ଜି ୯ କୋଟି ଲେଖାଏ ଆଦାୟ କରିବେ।

କରୋନା ପୂର୍ବରୁ ପ୍ରାୟ ସାଢ଼େ ୩କୋଟି ଟଙ୍କାର ବକେୟା ରାଜସ୍ବ ସଂଗ୍ରହ କରି ସଫଳତା ହାସଲ କରିଥିଲେ ଦୁଇଟି କିନ୍ନର ଗୋଷ୍ଠୀ । କେବଳ ଟିକସ ଆଦାୟ କ୍ଷେତ୍ରରେ ନୁହେଁ ବରଂ ପାର୍କିଂ ଆଦାୟ ଭଳି ଅନେକ କାର୍ଯ୍ୟ କିନ୍ନରଙ୍କୁ ସରକାର ଯୋଗାଇଛନ୍ତି। ଫଳରେ କିନ୍ନରଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ହେବାରେ ବେଶ ସହାୟକ ହୋଇପାରିଛି । ଯେଉଁଥିପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଓ ବିଭାଗୀୟ ମନ୍ତ୍ରୀଙ୍କ ସମେତ ବିଏମସି କର୍ତ୍ତୃପକ୍ଷଙ୍କୁ ଧନ୍ୟବାଦ ଦେଇଛନ୍ତି ଉଭୟ କିନ୍ନର ଗୋଷ୍ଠୀ। ବୁଧବାରଠାରୁ ଏହି ଟିକସ ଆଦାୟ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

୫ ଥର ଟାଇଟଲ ଜିତି ଇତିହାସ ରଚିଲେ ଗିଲ, ଏହି ତାଲିକାରେ କୋହଲିଙ୍କ ସ୍ଥାନ କେଉଁଠି? ଲିଷ୍ଟ ଦେଖିଲେ ଚମକିଯିବେ

ନୂଆଦିଲ୍ଲୀ,୧୩।୧୦: ଶୁଭମନ ଗିଲ ସର୍ବାଧିକ ଥର ‘ପ୍ଲେୟର ଅଫ ଦ ମନ୍ଥ’ ଟାଇଟଲ ଜିତିଥିବା ଭାରତୀୟ ଖେଳାଳି। ମଙ୍ଗଳବାର (ଅକ୍ଟୋବର ୧୩) ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC)…

ଗର୍ଭବତୀ ମହିଳା ସାମ୍ବାଦିକାଙ୍କୁ ଧକ୍କା ଦେଲେ ରାହୁଲ! ଭାଜପା ନେତାଙ୍କ ସାଂଘାତିକ ଅଭିଯୋଗ, କହିଲେ- ତାଙ୍କ ଗର୍ଭ…

ନୂଆଦିଲ୍ଲୀ,୧୩।୧୦: କଂଗ୍ରେସ ସାଂସଦ ତଥା ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସୋମବାର ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଏକ ମାର୍ଚ୍ଚ କରିଥିଲେ। ଏହି ମାର୍ଚ୍ଚରେ ଇଣ୍ଡିଆ…

ବନ୍ଧୁକ ଦେଖାଇ ମାଗୁଥିଲେ ସୁନା ଗହଣା: ପନିକି ଫୋପାଡିଲେ ମହିଳା, ପରେ…

ପାଟଣା, ୧୩/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ମୁରୁସୁଆଁ ଗ୍ରାମରେ ମଙ୍ଗଳବାର ମଧ୍ୟାହ୍ନରେ ବନ୍ଧୁକ ଦେଖାଇ ଲୁଟ୍‌ ଉଦ୍ୟମ ହୋଇଛି। ଘରେ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା, ଆଳି କଲେଜରେ ସାଇନ୍‌ ଡାଏ ଘୋଷଣା

କେନ୍ଦ୍ରାପଡ଼ା/ଆଳି, ୧୩।୧୦(ଜଗନ୍ନାଥ ଧଳ/ବନମାଳୀ ସେନାପତି) କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ୍‌ ଅନ୍ତର୍ଗତ ଆୟତପୁରସ୍ଥିତ ଲକ୍ଷ୍ମୀବରାହ ଜୀଉ ଡିଗ୍ରୀ କଲେଜରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା ଦେଖାଦେଇଛି।…

ଝୁଲିପଡ଼ିଲେ +୨ ଛାତ୍ର, କାରଣ ଜାଣିଲେ…

ଡେରାବିଶ,୧୩ା୧୦(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ବାରିମୂଳ ପଞ୍ଚାୟତ ରାୟପୁର ଗ୍ରାମର ବିରକିଶୋର ମଳିକଙ୍କ ପୁଅ ଚନ୍ଦନ(୧୭) ବେକରେ ରଶି ଲଗାଇ…

ଗେଟ୍‌ରେ ତାଲା, ବାହାରେ ଘଣ୍ଟା ଘଣ୍ଟା ଅପେକ୍ଷା କଲେ ଛାତ୍ରୀଛାତ୍ର: ଅଧ୍ୟକ୍ଷଙ୍କ ନିରବତାକୁ ନେଇ ଅସନ୍ତୋଷ

ମୋହନା, ୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ୍‌ରେ ଥିବା ଏକମାତ୍ର ଶିଳ୍ପ ତାଲିମ କେନ୍ଦ୍ରରେ ଛାତ୍ରଛାତ୍ରୀଙ୍କୁ ଗେଟ୍‌ ବାହାରେ ଅପେକ୍ଷା କରିବାକୁ ପଡ଼ୁଥିବା ଘଟଣାକୁ ନେଇ…

SIRକୁ ନେଇ ରାଜନୈତିକ ହଟଚମଟ ମଧ୍ୟରେ ଭାଜପାର ବଡ଼ ବିଜୟ, ବିରୋଧୀଙ୍କୁ ଲାଗିଲା ଝଟ୍‌କା

ଗାନ୍ଧୀନଗର,୧୩।୧୦: ଗୁଜରାଟରେ ସ୍ଥାନୀୟ ନିକାୟ ନିର୍ବାଚନର ଭୋଟ ଗଣତି ଶେଷ ହେବା ପରେ ଗାନ୍ଧୀନଗର ମ୍ୟୁନିସିପାଲ କର୍ପୋରେସନ, ଓଖା ଓ ଥାରାରେ ଭାଜପା ଚମତ୍କାର ବିଜୟ ହାସଲ…

ବଡ଼ ନିଷ୍ପତ୍ତି; ଅକ୍ଟୋବର ୧୫ରୁ UPI ଉପରେ ଲାଗୁ ହେବନି MDR ଚାର୍ଜ, ଜାଣନ୍ତୁ କେବେଠୁ…

ନୂଆଦିଲ୍ଲୀ,୧୩।୧୦: ଡିଜିଟାଲ୍‌ ପେମେଣ୍ଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । UPI ପେମେଣ୍ଟ୍‌ ଉପରେ ନୂଆ ଚାର୍ଜ ଲାଗୁ କରିବା ନିଷ୍ପତ୍ତିକୁ ଦୀପାବଳି ପର୍ଯ୍ୟନ୍ତ ସ୍ଥଗିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?