Posted inଜାତୀୟ

ଭାଜପାରେ ସାମିଲ ହେଲେ କିରଣ ଚୌଧୁରୀ

ନୂଆଦିଲ୍ଲୀ,୧୯।୬: ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ହରିୟାଣାରେ ରାଜନୈତିକ ଗତିବିଧି ଧୀରେ ଧୀରେ ଉଷ୍ମ ହୋଇଛି। ଲୋକ ସଭା ନିର୍ବାଚନରେ ପରାଜୟ ପରେ ଭାଜପା ବର୍ତ୍ତମାନ ବିଧାନସଭା ନିର୍ବାଚନ ଉପରେ ଧ୍ୟାନ ଦେବା ଆରମ୍ଭ କରିଛି। ଏହି କ୍ରମରେ ବର୍ତ୍ତମାନ କଂଗ୍ରେସର ବରିଷ୍ଠ ନେତା କିରଣ ଚୌଧୁରୀ ଏବଂ ତାଙ୍କ ଝିଅ ଶ୍ରୁତି ଦଳରୁ ବିଦାୟ ନେଇ ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଛନ୍ତି। ବୁଧବାର ରାଜଧାନୀ ଦିଲ୍ଲୀରେ ମଧ୍ୟ ଉଭୟେ ଭାଜପା ଏମପି ମନୋହର ଲାଲ ଖଟ୍ଟର ଏବଂ ହରିୟାଣା ମୁଖ୍ୟମନ୍ତ୍ରୀ ସାଇନିଙ୍କ ଉପସ୍ଥିତିରେ ଭାଜପାର ପ୍ରାଥମିକ ସଦସ୍ୟତା ଗ୍ରହଣ କରିଛନ୍ତି। ସୂଚନାଯୋଗ୍ୟ, ଏହା ସହିତ ହରିୟାଣାର ତିନି ଲାଲ ଦେବୀ ଲାଲ, ଭଜନ ଲାଲ ଏବଂ ବଂଶିଲାଲଙ୍କ ପରିବାର ଭାଜପାରେ ଯୋଗ ଦେଇଛନ୍ତି।

କିରଣ ଚୌଧୁରୀ ଏବଂ ଶ୍ରୁତି ଚୌଧୁରୀ ଭାଜପାରେ ଯୋଗଦେବା ଅବସରରେ ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବର୍ତ୍ତମାନର କେନ୍ଦ୍ର ମନ୍ତ୍ରୀ ମନୋହର ଲାଲ ଖଟ୍ଟର କହିଛନ୍ତି ଯେ ଏହି ଦିନ ରାଜ୍ୟ ପାଇଁ ଏକ ଐତିହାସିକ ଦିନ। ରାଜ୍ୟର ଦୁଇଜଣ ବିଶିଷ୍ଟ ବ୍ୟକ୍ତି କିରଣ ଏବଂ ଶ୍ରୁତି ଭାଜପାର ସଦସ୍ୟ ଭାବରେ ଯୋଗ ଦେଇଛନ୍ତି। ସେ କହିଛନ୍ତି ଯେ ଆମେ ବଂଶିଲାଲଙ୍କ ସହ କାମ କରିବା ପରଠାରୁ ମୁଁ କିରଣ ଚୌଧୁରୀଙ୍କୁ ଜାଣିଛି। ଯଦିଓ ଆମେ ସାଧାରଣତଃ ବିଧାନସଭାରେ ପରସ୍ପର ମୁହାଁମୁହିଁ ବସିଥିଲୁ, କିନ୍ତୁ ସମୟ ସହିତ ଆମେ କ’ଣ କହିବାକୁ ଚାହୁଁଥିଲୁ ଏବଂ କ’ଣ କରିବାକୁ ଚାହୁଁଥିଲୁ ତାହା ବୁଝିଲୁ।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଟେନରରେ ଚାଲାଣ ହେଉଥିଲା ୩୭ ମଇଁଷି, ମାଡ଼ି ବସିଲା ପୋଲିସ

ଛତ୍ରପୁର, ୧୫/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅଞ୍ଚଳ ଦେଇ ବେଆଇନ ଭାବେ ମଇଁଷି ଚାଲାଣ ହେଉଥିବା ବେଳେ ଚମାଖଣ୍ଡି ପୋଲିସ ଏକ କଣ୍ଟେନରକୁ ପିଛା…

ବିଶ୍ୱକର୍ମା ପୂଜାରୁ ଆରମ୍ଭ ହେବ ସିଂହ ସମେତ ଏହି ରାଶିଙ୍କ ପାଇଁ ଭଲ ଦିନ: ସୂର୍ଯ୍ୟଙ୍କ କୃପାରୁ ମିଳିବ ମନଚାହାଁ ସଫଳତା!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନର ପ୍ରଭାବ ସମସ୍ତ ରାଶି ଉପରେ ଭିନ୍ନ ଭିନ୍ନ ଭାବେ ପଡ଼ିଥାଏ। ଆସନ୍ତା ୧୭ ସେପ୍ଟେମ୍ବର ୨୦୨୬ରେ ଗ୍ରହମାନଙ୍କ…

ବଲିଉଡ ପ୍ରେମରେ ମାଲେସିଆ ପ୍ରଧାନମନ୍ତ୍ରୀ, ଜାଣନ୍ତୁ କାହାପାଇଁ ପୋଷ୍ଟ କଲେ ‘ଦିଲ ତୋ ପାଗଲ ହୈ’

ନୂଆଦିଲ୍ଲୀ/କୁଆଲଲମପୁର,୧୫।୯: ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ଶେଷ ହୋଇଛି, କିନ୍ତୁ ଏହା ଏବେ ମଧ୍ୟ ଆଲୋଚନାର ବିଷୟ ହୋଇ ରହିଛି। ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମ ବ୍ରିକ୍ସ…

ଶୈଳଶ୍ରୀ ପ୍ୟାଲେସ୍‌ରେ ନୂଆଁଖାଇ ପାଳିଲେ ରାଜ ପରିବାର

ବଲାଙ୍ଗୀର, ୧୫/୯ (ସୁନିଲ କୁମାର ମହାନ୍ତି): ଗଣପର୍ବ ନୂଆଁଖାଇ ଅବସରରେ ମଙ୍ଗଳବାର ବଲାଙ୍ଗୀର ଶୈଳଶ୍ରୀ ପ୍ୟାଲେସ୍‌ରେ ରାଜପରିବାରର ସଦସ୍ୟମାନେ ନୂଆଁଖାଇ ପାଳନ କରିଥିଲେ। ପ୍ୟାଲେସ୍‌ ପରିସରରେ ଥିବା…

୨୧ ସେପ୍ଟେମ୍ବର ପର୍ଯ୍ୟନ୍ତ ୩ ରାଶିଙ୍କ ଗୋଲ୍ଡେନ ସମୟ: ହାତକୁ ଆସିବ ପ୍ରବଳ ଟଙ୍କା, ମିଳିବ ମନପସନ୍ଦ ଚାକିରି!

ଭୁବନେଶ୍ୱର: ବର୍ତ୍ତମାନ ବୁଧ ନିଜ ରାଶି କନ୍ୟାରେ ଅବସ୍ଥାନ କରିବା ସହ ହସ୍ତ ନକ୍ଷତ୍ରରେ ଗୋଚର କରୁଛନ୍ତି। ନିଜ ରାଶିରେ ବୁଧଙ୍କ ଅବସ୍ଥିତି ତାଙ୍କୁ ଅଧିକ ପ୍ରଭାବଶାଳୀ…

ବଲାଙ୍ଗୀରରେ ନୂଆଁଖାଇ ଉତ୍ସାହ: ମା’ ପାଟଣେଶ୍ୱରୀ, ମା’ ସମଲେଶ୍ୱରୀଙ୍କଠାରେ ନବାନ୍ନ ଅର୍ପଣ

ବଲାଙ୍ଗୀର, ୧୫।୯ (ସୁନିଲ କୁମାର ମହାନ୍ତି): ଗଣପର୍ବ ନୂଆଁଖାଇ ପାଇଁ ମଙ୍ଗଳବାର ବଲାଙ୍ଗୀର ଜିଲାର ପୁରପଲ୍ଲୀ ଉତ୍ସବମୁଖର ହୋଇଉଠିଛି। ଜିଲାର ବିଭିନ୍ନ ଗାଁ ଓ ସହରରେ ଉତ୍ସାହ…

ଏତିକିରୁ ଅଧିକ ଟ୍ରାଞ୍ଜାକ୍ସନ କଲେ ପଡ଼ିବ ଚାର୍ଜ, ରାହୁଲ ଆଣିଲେ ସାଂଘାତିକ ଅଭିଯୋଗ: ଆମେରିକା ଚାପରେ ସରକାର…

ନୂଆଦିଲ୍ଲୀ,୧୫।୯: ଦେଶର ଡିଜିଟାଲ ପେମେଣ୍ଟ ବ୍ୟବସ୍ଥାର ଅନ୍ୟତମ ପ୍ରମୁଖ ମାଧ୍ୟମ UPIକୁ ନେଇ ଏବେ ରାଜନୈତିକ ବିବାଦ ଚର୍ଚ୍ଚା ଜୋର୍‌ ହୋଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ…

ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ, ଚେତାବନୀ ଜାରି କଲା…

ନୂଆଦିଲ୍ଲୀ,୧୫।୯: ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ଉତ୍ତର ଭାରତ ମହାସାଗର, ବିଶେଷକରି ବଙ୍ଗୋପସାଗର ଓ ଆରବ ସାଗରରେ ଘୂର୍ଣ୍ଣିିଝଡ଼ କାର୍ଯ୍ୟକଳାପ ବଢ଼ିବାର ସମ୍ଭାବନା ରହେ। ଏହି ସମୟକୁ ଭାରତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?