Posted inଜାତୀୟ

କିରଣ ଖେର୍‌ଙ୍କ ଟିକେଟ କାଟିଲା ଭାଜପା

ନୂଆଦିଲ୍ଲୀ, ୧୧।୪: ଚଳିତ ଲୋକ ସଭା ନିର୍ବାଚନ ପାଇଁ ବୁଧବାର ଭାଜପା ୧୦ମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଉତ୍ତରପ୍ରଦେଶରୁ ୭ ଜଣ, ପଶ୍ଚିମବଙ୍ଗ ଓ ବିହାରରୁ ଜଣେ ଲେଖାଏ ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇଛି। ଚଣ୍ଡିଗଡ଼ରୁ ଏମ୍‌ପି କିରଣ ଖେର୍‌ଙ୍କ ସ୍ଥାନରେ ଚଣ୍ଡିଗଡ଼ ଭାଜପା ସଭାପତି ସଞ୍ଜୟ ଟଣ୍ଡନଙ୍କୁ ଟିକେଟ ମିଳିଛି। ସେହିପରି ପଶ୍ଚିମବଙ୍ଗର ଆସାନ୍‌ସୋଲ ଆସନରୁ ଏସ୍‌. ଏସ୍‌ ଆହଲୁଓ୍ବାଲିଆଙ୍କ ଉପରେ ଭାଜପା ମୋହର ମାରିଛି। ଆହଲୁଓ୍ବାଲିଆ ବର୍ତ୍ତମାନ ବର୍ଦ୍ଧମାନ-ଦୁର୍ଗାପୁର ଆସନରୁ ଏମ୍‌ପି ଅଛନ୍ତି। ପୂର୍ବରୁ ଦଳ ଏହି ଆସନରୁ ଭୋଜପୁରୀ ଅଭିନେତା ପଓ୍ବନ ସିଂଙ୍କୁ ଟିକେଟ ଦେଇଥିଲା। କିନ୍ତୁ ସେ ନିର୍ବାଚନ ଲଢ଼ିବାକୁ ମନା କରିବାରୁ ଭାଜପା ପ୍ରାର୍ଥୀ ବଦଳାଇଛି। ଆସାନ୍‌ସୋଲ ଆସନରେ ତୃଣମୂଳ କଂଗ୍ରେସ(ଟିଏମ୍‌ସି) ପ୍ରାର୍ଥୀ ଶତ୍ରୁଘ୍ନ ସିହ୍ନାଙ୍କ ସହ ଭାଜପାର ଏସ୍‌. ଏସ୍‌ ଆହଲୁଓ୍ବାଲିଆଙ୍କ ମଧ୍ୟରେ ମୁକାବିଲା ହେବା ସ୍ପଷ୍ଟ ହୋଇଛି। ସେହିପରି ପୂର୍ବତନ ପ୍ରଧାନମନ୍ତ୍ରୀ ଚନ୍ଦ୍ରଶେଖରଙ୍କ ପୁଅ ନୀରଜ ଶେଖରଙ୍କୁ ବାଲିଆ ଆସନରୁ ଦଳ ପ୍ରାର୍ଥୀ କରିଛି। ଅନ୍ୟପକ୍ଷରେ ସମାଜବାଦୀ ପାର୍ଟି(ଏସ୍‌ପି)ର ଗଡ଼ କୁହାଯାଉଥିବା ମୈନପୁରୀ ଆସନରୁ ଜୟବୀର ସିଂଙ୍କୁ ଭାଜପା ପ୍ରାର୍ଥୀ କରିଛି। ଏଠାରେ ଏସ୍‌ପି ଅଧ୍ୟକ୍ଷ ଅଖିଳେଶ ଯାଦବଙ୍କ ସ୍ତ୍ରୀ ଡିମ୍ପଲ ଯାଦବଙ୍କ ସହ ତାଙ୍କର ମୁକାବିଲା ହେବ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

ମୋହିତ ଶର୍ମାଙ୍କୁ ମିଳିଲା ସିଏସ୍‌କେର ଗୁରୁଦାୟିତ୍ୱ

ଚେନ୍ନାଇ,୨୯ା୯: ପୂର୍ବତନ ଭାରତୀୟ ପେସର ମୋହିତ ଶର୍ମା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ରେ ନୂଆ ବୋଲିଂ କୋଚ୍‌ ଭାବେ ଯୋଗଦେବେ। ୩୮ ବର୍ଷୀୟ ମୋହିତ ସିଏସ୍‌କେ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?