Posted inଜାତୀୟ

ପଦ ସମ୍ଭାଳିବା ପୂର୍ବରୁ ରବିଶଙ୍କରଙ୍କୁ ଭେଟିଲେ ନୂଆ ଆଇନ ମନ୍ତ୍ରୀ

ନୂଆଦିଲ୍ଲୀ,୯।୭: ନୂତନ ପଦ ସମ୍ଭାଳିବା ପୂର୍ବରୁ କେନ୍ଦ୍ରମନ୍ତ୍ରୀ କିରନ ରିଜିଜୁ ଶୁକ୍ରବାର ପୂର୍ବତନ ଆଇନ ମନ୍ତ୍ରୀ ରବି ଶଙ୍କର ପ୍ରସାଦଙ୍କୁ ଭେଟିଛନ୍ତି। ରବି ଶଙ୍କର ପ୍ରସାଦଙ୍କ ସ୍ଥାନରେ ବର୍ତ୍ତମାନ କିରନ ରିଜିଜୁ ନୂଆ ଆଇନ ଓ ନ୍ୟାୟ ମନ୍ତ୍ରୀ ଭାବେ ନିଯୁକ୍ତ ହୋଇଛନ୍ତି। ତେବେ ରବି ଶଙ୍କରଙ୍କୁ ଭେଟିବା ପରେ ରିଜିଜୁ ତାଙ୍କ ପଦ ସମ୍ଭାଳିଛନ୍ତି। ଅନ୍ୟପଟେ ଏହି ସାକ୍ଷାତକାରକୁ ନେଇ ରିଜିଜୁ କହିଛନ୍ତି, ଏକ ନୂତନ ଭାରତ ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦୃଷ୍ଟି କୋଣକୁ ଆଗେଇ ନେବା ଲାଗି ସେ ରବି ଶଙ୍କରଙ୍କଠାରୁ ମାର୍ଗଦର୍ଶନ ଲାଭ କରିଛନ୍ତି। ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ମୋଦୀଙ୍କ କ୍ୟାବିନେଟର ସମ୍ପ୍ରସାରଣ ପୂର୍ବରୁ ଇସ୍ତଫା ଦେଇଥିବା ୧୨ଜଣ ମନ୍ତ୍ରୀଙ୍କ ମଧ୍ୟରୁ ରବି ଶଙ୍କର ହେଉଛନ୍ତି ବରିଷ୍ଠ ତଥା ପ୍ରଭାବଶାଳୀ ମନ୍ତ୍ରୀ। ଗୁରୁବାର ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ସମସ୍ତ ନୂତନ ମନ୍ତ୍ରୀଙ୍କ ସହ ଏକ ବୈଠକ କରିଥିଲେ। ଏହି ବୈଠକରେ ନୂତନ ମନ୍ତ୍ରୀମାନଙ୍କୁ ମୋଦି କହିଛନ୍ତି ଯେ, ରବି ଶଙ୍କର ପ୍ରସାଦ ଓ ପ୍ରକାଶ ଜାଭଡେକରଙ୍କଠାରୁ ସେମାନଙ୍କୁ ଶିଖିବା ଉଚିତ୍‌। ଏପରି ନୁହେଁ କି ସେମାନେ ସକ୍ଷମ କିମ୍ବା କ୍ଷମତାଶୀଳ ନୁହଁନ୍ତି ବୋଲି ପଦରୁ ହଟାଯାଇଛି ବରଂ ଏମାନଙ୍କୁ ବ୍ୟବସ୍ଥା ଯୋଗୁ ଦୂରେଇ ଦିଆଯାଇଛି ବୋଲି ମୋଦି କହିଛନ୍ତି। ଯେଉଁମାନେ ତାଙ୍କ ମନ୍ତ୍ରଣାଳୟର ଦାୟିତ୍ୱରେ ଅଛନ୍ତି ସେମାନେ ପଦ ସମ୍ଭାଳିବା ପୂର୍ବରୁ ତାଙ୍କୁ ଭେଟି ତାଙ୍କର ଅଭିଜ୍ଞତା ଓ ଓ ତାଙ୍କର ମାର୍ଗଦର୍ଶନର ଲାଭ ଉଠାଇବାକୁ ମୋଦି ପରାମର୍ଶ ଦେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ରକ୍ଷାବନ୍ଧନରେ ଗ୍ରହମାନଙ୍କ ୩ ମହାଯୋଗ: ଏହି ୫ ରାଶିର ଦ୍ରୁତ ଗତିରେ ଉନ୍ନତି, ହେବେ ମାଲାମାଲ!

୨୮ ଅଗଷ୍ଟ ୨୦୨୬ରେ ଶ୍ରାବଣ ମାସର ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥି। ଏହି ଦିନ ରକ୍ଷାବନ୍ଧନ, ଗାୟତ୍ରୀ ଜୟନ୍ତୀ ସହ ବର୍ଷର ଦ୍ୱିତୀୟ ଏବଂ ଶେଷ ଚନ୍ଦ୍ରଗ୍ରହଣ ପଡ଼ୁଛି।…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ଧୋକା ଦେଲେ ସରକାର! ପୁଣି ବଡ଼ ଆନ୍ଦୋଳନ ଘୋଷଣା କଲା CJP: ଏଇଠୁ ହେବ ଆରମ୍ଭ

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ରାଷ୍ଟ୍ରବ୍ୟାପୀ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛି। ଦଳ ଭାରତ ସରକାରଙ୍କ ଉପରେ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା

ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri