Posted inଜାତୀୟ

୭ ହଜାର କୋଟି ବ୍ୟୟରେ ନିର୍ମାଣ ହେବ ଇ-କୋର୍ଟ, ବଦଳିଯିବ ଦେଶର ନ୍ୟାୟ ବ୍ୟବସ୍ଥା: ଆଇନ ମନ୍ତ୍ରୀ

ନୂଆଦିଲ୍ଲୀ,୬।୪: ଆଇନ ମନ୍ତ୍ରୀ କିରନ ରିଜିଜୁ ଗୁଆହାଟି ହାଇକୋର୍ଟର ପ୍ଲାଟିନମ ଜୁବଲି କାର୍ଯ୍ୟକ୍ରମରେ ଯୋଗ ଦେଇ ବୁଧବାର କେନ୍ଦ୍ର ନ୍ୟାୟ ପାଳିକାକୁ ସ୍ବତନ୍ତ୍ର କରି ରଖିବାକୁ ଓ ଏହାପ୍ରତି ନିଜର ପୂର୍ଣ୍ଣ ସମର୍ଥନ ଦେବାକୁ କହିଛନ୍ତି। କେନ୍ଦ୍ର ଆଇନ ମନ୍ତ୍ରୀ କହିଛନ୍ତି, କେନ୍ଦ୍ର ସରକାର ଇ-କୋର୍ଟ ପ୍ରତି ଧ୍ୟାନ ଦେଉଛନ୍ତି, ଯାହା ବିଚାରାଧିନ ମମାଲାକୁ ଶେଷ କରିବାରେ ସାହାଯ୍ୟ କରିବ।

ଆଇନ ମନ୍ତ୍ରୀ କିରନ ରିଜିଜୁ କହିଛନ୍ତି, ଚଳିତ ବର୍ଷ କେନ୍ଦ୍ର ସରକାର ଇ-କୋର୍ଟ ପାଇଁ ୭ ହଜାର କୋଟି ବଜେଟ ଗ୍ରହଣ କରିଛନ୍ତି। ମୁଁ ବିଶ୍ୱାସ କରେ ଏବଂ କହିଛି ଯେ ଏହି ନିଷ୍ପତ୍ତି ପ୍ରକୃତ ଅର୍ଥରେ ଭାରତୀୟ ନ୍ୟାୟିକ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିବ। ରିଜିଜୁ ଆହୁରି ମଧ୍ୟ କହିଛନ୍ତି ଯେ ଭାରତୀୟ ନ୍ୟାୟପାଳିକାକୁ ଡିଜିଟାଲ ଓ ପେପେର ଲେସ କରିବାକୁ ଆମର ଲକ୍ଷ୍ୟ ରହିଛି। ଯେତେବେଳେ ଦେଶ ବହୁଦିନ ଧରି ପଡି ରହିଥିବା ବା ବିଚାରଧିନ ମାମଲା ଗୁଡିକର ବୋଝ ଭିତରେ ରହିଛି ସେତେବେଳେ ଏହାର ସମାଧାନ ପାଇଁ ଟେକ୍ନୋଲୋଜି ଆଡକୁ ଦୃଷ୍ଟି ଦେବା ବ୍ୟତୀତ ଆମ ନିକଟରେ କୌଣସି ବିକଳ୍ପ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri